ପ୍ରମୂଖ ଖବର
  • 'ଥ୍ରୀ ଇଡିଅଟ୍‌' ଫିଲ୍ମ ପ୍ରଫେସର ଅଚ୍ୟୁତ ପୋତଦାରଙ୍କ ଦେହାନ୍ତ
  • ||
  • ଯାଜପୁର : ଭୁଲ୍ ଇଞ୍ଜେକ୍ସନ ଯୋଗୁଁ ଯୁବକଙ୍କ ମୃତ୍ୟୁ ଅଭିଯୋଗ, ଯାଜପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଉତ୍ତେଜନା
  • ||
  • ଶ୍ରୀମନ୍ଦିରରେ ଶ୍ରୀକୃଷ୍ଣ ଲୀଳା: ଆଜି ମହାପ୍ରଭୁଙ୍କ କାଳୀୟଦଳନ ବେଶ ନୀତି
  • ||
  • ସାଲେପୁରକୁ NAC ଘୋଷଣା ଦାବିରେ ବିଜେଡିର ବନ୍ଦ ପାଳନ, କଟକ-ଚାନ୍ଦବାଲି ରାସ୍ତା ଅବରୋଧ କରି ବିକ୍ଷୋଭ ପ୍ରଦର୍ଶନ
  • ||
  • ଅବପାତ ପ୍ରଭାବ; ସାରା ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା,୨୦ ଯାଏ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା
  • ||
  • ସମ୍ବଲପୁର ଧନୁପାଲିରେ ଏନ୍‌କାଉଣ୍ଟର, କୁଖ୍ୟାତ ଅପରାଧୀ ଏମ୍‌ଡି ସାମଦ ବାମ ଗୋଡ଼ ବାଜିଲା ଗୁଳି
  • ||

ସାଲେପୁରକୁ NAC ଘୋଷଣା ଦାବିରେ ବିଜେଡିର ବନ୍ଦ ପାଳନ, କଟକ-ଚାନ୍ଦବାଲି ରାସ୍ତା ଅବରୋଧ କରି ବିକ୍ଷୋଭ ପ୍ରଦର୍ଶନ

Published By : Manoj | August 19, 2025 8:14 AM

ସାଲେପୁର,୧୯/୦୮: ସାଲେପୁର ଅଞ୍ଚଳକୁ  ଏନ୍‌.ଏ.ସି. ମାନ୍ୟତା ଦାବିକୁ ନେଇ ରାଜନୀତି  ସରଗରମ । ୧୨ଟି  ଅଞ୍ଚଳକୁ ଏନ୍‌ଏସି ମାନ୍ୟତା  ଘୋଷଣା କରାଯାଇଥିବାବେଳେ  ସାଲେପୁରକୁ ବାଦ୍‌ ଦିଆଯାଇଛି। ଏଥିପାଇଁ ବିଜେଡି ପକ୍ଷରୁ ୮ ଘଣ୍ଟିଆ ସାଲେପୁର ବନ୍ଦ  ଡାକରା ଦିଆଯାଇଛି । ଆଜି ସକାଳ ୬ଟାରୁ ଦିନ ୨ଟା ପର୍ଯ୍ୟନ୍ତ ହରତାଳ ଜାରି ରହିବ। ଏଥିରେ ବହୁ ସଂଖ୍ୟାରେ  ସ୍ଥାନୀୟ ଲୋକ ସାମିଲ ହୋଇଛନ୍ତି। 

ସାଲେପୁର ବିଧାୟକ ପ୍ରଶାନ୍ତ ବେହେରାଙ୍କ ନେତୃତ୍ୱରେ ସାଲେପୁର କୁଆଁପାଳ ଛକରେ କଟକ-ଚାନ୍ଦବାଲି ମୁଖ୍ୟ ରାସ୍ତାକୁ ଅବରୋଧ କରି ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି । ରାଜ୍ୟ ସରକାରଙ୍କ ବିରୋଧରେ ବିଧାୟକଙ୍କ ସହ ବହୁ କର୍ମୀ ଓ ସାଧାରାଣାଲୋକ ରାଜରାସ୍ତାକୁ ଓହ୍ଲାଇଛନ୍ତି। ଗାଡି ମଟର , ଦୋକାନ ବଜାର ବନ୍ଦ ସହ ବହୁ ସ୍କୁଲ କଲେଜ ମଧ୍ୟ ସଂଗଠନ ପକ୍ଷରୁ ବନ୍ଦ କରାଯାଇଛି।


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.