ପ୍ରମୂଖ ଖବର
  • ଜାମ୍ମୁ-କାଶ୍ମୀରରେ ଏନକାଉଣ୍ଟର, ୩ ଯବାନ ଆହତ , ଜଣେ ଆତଙ୍କୀ ନିପାତ
  • ||
  • ମୁମ୍ବାଇରେ ଭୁଶୁଡିଲା ତିନି ମହଲା କୋଠା, ଏକାଧିକ ଆହତ
  • ||
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ମୁଲାୟମ ସିଂହ ଯାଦବଙ୍କୁ ଭାରତ ରତ୍ନ ଦେବାକୁ ଦାବି, ସପା କାର୍ଯ୍ୟାଳୟ ବାହାରେ ଲାଗିଲା ପୋଷ୍ଟର

ନୂଆଦିଲ୍ଲୀ,୧୧/୨ : ମୋଦୀ ସରକାର ୨୦୨୪ରେ ୫ଜଣ ବ୍ୟକ୍ତି ବିଶେଷଙ୍କୁ ଭାରତ ରତ୍ନ ଦେବାକୁ ଘୋଷଣା କରି ସାରିଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନିକଟରେ ଏକ୍ସରେ ପୋଷ୍ଟ କରି ୫ବ୍ୟକ୍ତି ବିଶେଷଙ୍କୁ ଭାରତ ରତ୍ନ ଦେବାକୁ ଘୋଷଣା କରିଥିଲେ । ଲୋକସଭା ନିର୍ବାଚନର ଠିକ୍ ପୂର୍ବରୁ କେନ୍ଦ୍ରର ଏହି ନିଷ୍ପତ୍ତିରେ ରାଜନୈତିକ ଚର୍ଚ୍ଚା ଆରମ୍ଭ ହୋଇଯାଇଛି । କେତେକ ନେତା ଏହାକୁ ବିରୋଧ କରିଥିଲେ ତ ଆଉ କେତେକ ଏହାକୁ ସ୍ବାଗତ କରିଛନ୍ତି । ସେହିଭଳି ବର୍ତ୍ତମାନ ଏବେ ସମାଜବାଦୀ ପାର୍ଟି କାର୍ଯ୍ୟାଳୟର ବାହାରେ ମୁଲାୟମ ସିଂହ ଯାଦବଙ୍କୁ ଭାରତ ରତ୍ନ ଦେବାକୁ ନେଇ ପୋଷ୍ଟର ଲଗାଇଛନ୍ତି । ମୁଲାୟମ ସିଂହ ଯାଦବଙ୍କୁ ଭାରତ ରତ୍ନ ଦେବାକୁ ଦାବି କରାଯାଉଛି । ଏହି ପୋଷ୍ଟରକୁ ସପାର ଯୁବ ନେତା ଅବ୍ଦୁଲ ଅଜୀମ ଲଗାଇଛନ୍ତି ।

ନିକଟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏକ୍ସରେ ପୋଷ୍ଟ କରି ପୂର୍ବତନ ପ୍ରଧାନମନ୍ତ୍ରୀ ପିବି ନରସିହ୍ମା ରାଓ, ଚୌଧୁରୀ ଚରଣ ସିଂହ ଏବଂ କୃଷି ବୈଜ୍ଞାନିକ ଏମଏସ ସ୍ବାମୀନାଥନଙ୍କୁ ଭାରତ ରତ୍ନ ଦେବାକୁ ଘୋଷଣା କରିଥିଲେ । ଏହାଠାରୁ କିଛି ଦିନ ପୂର୍ବରୁ ପିଏମ ମୋଦୀ ଜନନାୟକ କର୍ପୁର ଠାକୁର ଏବଂ ପୂର୍ବତନ ଉପପ୍ରଧାନମନ୍ତ୍ରୀ ଲାଲକୃଷ୍ଣ ଆଡବାଣୀଙ୍କ ଲାଗି ବି ଭାରତ ରତ୍ନ ସମ୍ମାନର ଘୋଷଣା କରିଥିଲେ । ସେହିଭଳି ଏ‌ବେ ସପା ନେତାଙ୍କ ତରଫରୁ ମୁଲାୟମ ସିଂହ ଯାଦବଙ୍କୁ ଭାରତ ରତ୍ନ ଦେବାକୁ ଦାବି ଆରମ୍ଭ ହୋଇଯାଇଛି ।

 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.