ଭୁବନେଶ୍ୱର ୨୭/୦୧: ଓଡ଼ିଶାର ପ୍ରମୁଖ ଶକ୍ତିପୀଠ ତଥା ପଶ୍ଚିମ ଓଡିଶାର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ୱରୀଙ୍କ ପୀଠର ବିକାଶ କରାଯାଇଛି । ଆଜି ସମଲେଇ ପ୍ରକଳ୍ପର ଲୋକାର୍ପଣ ଉତ୍ସବ ବିପୁଳ ଉତ୍ସାହ ଓ ଭକ୍ତି ଭାବନା ସହ ଅନୁଷ୍ଠିତ ହେବ । ଏହି ଲୋକାର୍ପଣ ଉତ୍ସବ ପାଇଁ ୨୭ରେ ରାଜ୍ୟର ସ୍କୁଲ ଓ କଲେଜଗୁଡ଼ିକ ଛୁଟି ରହିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି । ଏହା ଦ୍ୱାରା ଏହି ଆଧ୍ୟାତ୍ମିକ କାର୍ଯ୍ୟକ୍ରମରେ ଭକ୍ତମାନେ ଆନନ୍ଦର ସହ ଯୋଗ ଦେଇ ମା’ଙ୍କ ଉଦ୍ଦେଶ୍ୟରେ ଭକ୍ତି ନିବେଦନ କରିପାରିବେ । ସୂଚନାଯୋଗ୍ୟ, ଚତୁର୍ଥ ଶନିବାର ଯୋଗୁଁ ସେଦିନ ସମସ୍ତ ସରକାରୀ ଅଫିସ୍ ମଧ୍ୟ ବନ୍ଦ ରହିବ।
![PCC](https://odia.prameya.com/prameya/document/compress/2/comp_2_134_1722052833907.webp)
କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ...