ପ୍ରମୂଖ ଖବର
  • ଗୁଗୁଲ୍-ମେଟାକୁ ଇଡ଼ି ନୋଟିସ୍‌, ଅନ୍‌ଲାଇନ୍ ବେଟିଂ ଆପ୍‌ ମାମଲାରେ ସମନ୍‌
  • ||
  • ପୁରୀ: ବଳଙ୍ଗା ଥାନା ଅଞ୍ଚଳରେ ଅଭାବନୀୟ ଘଟଣା, ନାବାଳିକାଙ୍କୁ ନିଆଁ ଲଗାଇ ପୋଡ଼ି ଦେଲେ ୩ ଦୃର୍ବୃତ୍ତ
  • ||
  • ଢେଙ୍କାନାଳ ଗଉଡ଼କାଟେଣିରେ ଟ୍ରକ୍-‌ହାୱାଇ ମୁହାଁମୁହିଁ ଧକ୍କା, ହାୱାଇ ଡ୍ରାଇଭର ଗୁରୁତର
  • ||
  • ଶିକ୍ଷକ ଅଭାବରୁ ସ୍କୁଲରେ ତାଲା ପକାଇଲେ ଗ୍ରାମବାସୀ, ଧାରଣାରେ ଛାତ୍ରଛାତ୍ରୀ
  • ||
  • ମାଲକାନଗିରି: ଏନ୍‌କାଉଣ୍ଟରରେ ୬ ମାଓବାଦୀ ନିହତ, AK-47, SRL ରାଇଫଲ୍ ସମେତ ବିପୁଳ ବିସ୍ଫୋରକ ଜବତ
  • ||
  • କେନ୍ଦ୍ରକୁ ସୁପ୍ରିମକୋର୍ଟଙ୍କ ଚେତାବନୀ, ଏନ୍‌ଆଇଏ ମାମଲା ପାଇଁ ସ୍ୱତନ୍ତ୍ର କୋର୍ଟ ବନାଅ...
  • ||
  • ଜଳେଶ୍ବର: ଟ୍ରକ୍‌କୁ ଧକ୍କା ଦେଲା ବସ୍‌; ୩୦ ଜଣ ଯାତ୍ରୀ ଆହତ
  • ||
  • ଶନିବାରଠୁ ଚାଷୀ ପଞ୍ଜୀକରଣ, ଅଗଷ୍ଟ ୨୦ ଯାଏ ଚାଲିବ ପ୍ରକ୍ରିୟା: ନଭେମ୍ବର ପ୍ରଥମ ସପ୍ତାହରୁ ଧାନକିଣା
  • ||
  • ୨୩ରେ ଲଘୁଚାପ, ୨୫ରେ ନେଇପାରେ ଅବପାତ ରୂପ: ଆଜିଠୁ ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷା ଆଶଙ୍କା
  • ||

ଜମି ଜାଲିଆତି ଘଟଣାରେ ସମ୍ବଲପୁର ଜିଲ୍ଲା ଉପ-ନିବନ୍ଧକ ନିଲମ୍ବିତ

Published By : Gurupada Nath | April 8, 2025 8:44 PM

ଭୁବନେଶ୍ୱର, ୮/୪ : ସମ୍ବଲପୁର ଜିଲ୍ଲା ଉପନିବନ୍ଧକ ସୂର୍ଯ୍ୟନାରାୟଣ ସାମଲଙ୍କୁ ସରକାର ଜମି ପଞ୍ଜିକରଣରେ ଜାଲିଆତି କାର୍ଯ୍ୟରେ ନିୟୋଜିତ ଥିବା ଅଭିଯୋଗରେ ନିଲମ୍ବିତ କରାଯାଇଛି । ଶ୍ରୀ ସାମଲ ମୃତ ବ୍ୟକ୍ତିଙ୍କୁ ଜୀବିତ ଦର୍ଶାଇ ଜାଲିଆତି କରି ଜମି ବିକ୍ରି ପଞ୍ଜିକରଣ କରାଇଥିଲେ । ଶ୍ରୀ ସାମଲ ଗତ ୨୮/୦୩/୨୦୨୫ରିଖ ଦିନ ଏହି କେଶ୍‌ରେ ଗିରଫ ହୋଇଥିଲେ । ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ପ୍ରକାଶିତ ଆଦେଶ ଅନୁଯାୟୀ ନିଲମ୍ବନ ନ ହଟିବା ପର୍ଯ୍ୟନ୍ତ  ଶ୍ରୀ ସାମଲ ସମ୍ବଲପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଅବସ୍ଥାପିତ ହେବେ । ଏହା ସହ ବିନା ଅନୁମତିରେ କୌଣସି ପ୍ରକାର ଛୁଟି ନେଇପାରିବେ ନାହିଁ । 

ସୂଚନାଯୋଗ୍ୟ ଯେ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଦୁର୍ନୀତି କ୍ଷେତ୍ରରେ ଶୂନ୍ୟ ସହନଶୀଳତା ଉପରେ ସର୍ବାଧିକ ଗୁରୁତ୍ୱ ଦେଉଥିବାବେଳେ ରାଜସ୍ୱ ବିଭାଗ ପକ୍ଷରୁ ବିଗତ ଦିନରେ ଅଧିକାଂଶ ମାମଲା ଉପରେ ଦୃଷ୍ଟାନ୍ତ ମୂଳକ ଭାବରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ଆଗାମୀ ଦିନରେ ମଧ୍ୟ ଦୁର୍ନୀତି ଓ ଜାଲିଆତି କାର୍ଯ୍ୟକୁ କୌଣସି ପ୍ରକାରେ ବରଦାସ୍ତ କରାଯିବ ନାହିଁ ବୋଲି ମନ୍ତ୍ରୀ ଶ୍ରୀ ପୂଜାରୀ ପ୍ରକାଶ କରିଛନ୍ତି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.