ପ୍ରମୂଖ ଖବର
  • ଜାମ୍ମୁ-କାଶ୍ମୀରରେ ଏନକାଉଣ୍ଟର, ୩ ଯବାନ ଆହତ , ଜଣେ ଆତଙ୍କୀ ନିପାତ
  • ||
  • ମୁମ୍ବାଇରେ ଭୁଶୁଡିଲା ତିନି ମହଲା କୋଠା, ଚାପି ହୋଇ ଚାଲିଗଲା ୨ ଜୀବନ, ଏକାଧିକ ଆହତ
  • ||
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ବିଜେଡିରେ ଯୋଗ ଦେଲେ ସମ୍ବଲପୁର ସାଂସଦ ନୀତେଶ ଗଙ୍ଗଦେବଙ୍କ ପତ୍ନୀ ଅରୁନ୍ଧତୀ ଦେବୀ

ଭୁବନେଶ୍ବର, ୧୬।୪ : ସମ୍ବଲପୁର ସାଂସଦ ତଥା ଦେବଗଡ ରାଜା ନୀତେଶ ଗଙ୍ଗଦେବଙ୍କ ପତ୍ନୀ  ଅରୁନ୍ଧତୀ ଦେବୀ ଆଜି ବିଜେଡିରେ ଯୋଗ ଦେଇଛନ୍ତି । ତାଙ୍କ ସହ ତାଙ୍କ ପୁତ୍ର ନମନ ଗଙ୍ଗଦେବ ମଧ୍ୟ ବିଜେଡିରେ ଯୋଗ ଦେଇଛନ୍ତି | 

ମଙ୍ଗଳବାର ସନ୍ଧ୍ୟାରେ ନବୀନ ନିବାସଠାରେ ସେମାନେ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ବିଧିବଦ୍ଧ ଭାବେ ବିଜେଡିରେ ସାମିଲ ହୋଇଛନ୍ତି ।  ଏହି ସମୟରେ ସାଂସଦ   ମାନସ ମଙ୍ଗରାଜ ମଧ୍ୟ ଉପସ୍ଥିତ ଥିଲେ ।

୨୦୨୪ରେ ନିର୍ବାଚନରେ  ନୀତେଶ ଗଙ୍ଗଦେବକୁ ସମ୍ବଲପୁର ଲୋକସଭାରୁ ବିଜେପି ଟିକେଟ ମିଳି ନାହିଁ। ଏପରିକି ବିଧାନସଭାରେ ପ୍ରାର୍ଥୀ ବି ଦଳ କରି ନାହିଁ। ନୀତେଶଙ୍କୁ ଦଳରେ ଅଣଦେଖା କରାଯାଉଥିବା ନେଇ ଅରୁନ୍ଧତୀ  ଅଭିଯୋଗ କରି ଆସୁଥିଲେ। ଅନ୍ୟପକ୍ଷରେ ଦେବଗଡ ବିଧାନସଭା ଆସନ ପାଇଁ ବିଜେପି ଓ କଂଗ୍ରେସ ପ୍ରାର୍ଥୀ ଘୋଷଣା କରିସାରିଥିବା ବେଳେ ବିଜେଡି ଘୋଷଣା କରି ନାହିଁ। ଦେବଗଡ ଆସନରୁ ଅରୁନ୍ଧତୀ  ବିଜେଡି ପ୍ରାର୍ଥୀ ହୋଇପାରନ୍ତି ବୋଲି ଚର୍ଚ୍ଚା ହେଉଛି। 

 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.