ଭୁବନେଶ୍ବର, ୧୮।୧୧ : ବିଶିଷ୍ଟ ରାଜନେତା ତଥା ପୂର୍ବତନ ମନ୍ତ୍ରୀ ସମୀର ଦେଙ୍କ ବିୟୋଗରେ ପୂର୍ବତନ ମୂଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି। ସମୀରଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ । ଦୀର୍ଘ ସମୟ ଧରି ଲୋକଙ୍କ ସେବା ଓ ଉନ୍ନତି ଦିଗରେ ତାଙ୍କର କାର୍ଯ୍ୟ ସର୍ବଦା ସ୍ମରଣୀୟ ରହିବ।
ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ମୋର ସମବେଦନା ଜଣାଉଛି।