ଭୁବନେଶ୍ବର : ଆର୍ଥିକ ବର୍ଷ ୨୦୨୬-୨୭ ପାଇଁ ବଜେଟରେ ରାଜ୍ୟ ସରକାର ଚାଷ ଓ ଚାଷୀଙ୍କୁ ଫୋକସ୍ କରିଛନ୍ତି । ୩ଲକ୍ଷ ୧୦ ହଜାର କୋଟି ଟଙ୍କାର ବଜେଟ୍ରେ କୃଷି ଓ କୃଷକଙ୍କ ସର୍ବାଙ୍ଗୀନ ବିକାଶକୁ ସର୍ବାଧିକ ପ୍ରାଥମିକତା ପ୍ରଦାନ କରାଯାଇଛି । ସମୃଦ୍ଧ କୃଷକ ଯୋଜନା ପାଇଁ ୬,୦୮୮ କୋଟି ଟଙ୍କାର ବ୍ୟୟ ବରାଦ କରାଯାଇଛି । ଚାଷୀମାନଙ୍କ ଆର୍ଥିକ ସଶକ୍ତୀକରଣ ପାଇଁ ବ୍ୟାପକ ସହାୟତା ରାଶିର ବଜେଟରେ ବ୍ୟବସ୍ଥା ହୋଇଛି । କୃଷି କ୍ଷେତ୍ରରେ ଆଧୁନିକ ଜ୍ଞାନକୌଶଳ ଓ ଯାନ୍ତ୍ରିକୀକରଣକୁ ପ୍ରୋତ୍ସାହନ ଦେବା ପାଇଁ ସରକାର ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରିଛନ୍ତି। ଚଳିତ ବଜେଟରେ ପୁଷ୍ଟିଶସ୍ୟର ଚାଷ ଓ ବ୍ୟବହାରକୁ ବୃଦ୍ଧି କରିବା ସହିତ ଗ୍ରାମୀଣ ଅର୍ଥନୀତିକୁ ସୁଦୃଢ଼ କରି ରାଜ୍ୟର ପ୍ରତ୍ୟେକ କୃଷକ ପରିବାରକୁ ଏକ ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭବିଷ୍ୟତ ପ୍ରଦାନ କରିବାକୁ ଲକ୍ଷ୍ୟ ରଖାଯାଇଛି । ସମୃଦ୍ଧ କୃଷକ ଯୋଜନା ପାଇଁ ୬,୦୮୮ କୋଟି ଟଙ୍କା, ସିଏମ୍ କିଷାନ ଯୋଜନାରେ ୨୦,୨୩୦ କୋଟି ଟଙ୍କା । କୃଷି ଯାନ୍ତ୍ରିକୀକରଣ ଏବଂ କୃଷି ଉଦ୍ୟୋଗ ପାଇଁ ୮୪୧ କୋଟି ଟଙ୍କା ବଜେଟରେ ବ୍ୟୟ ବରାଦ କରାଯାଇଛି ।