ପ୍ରମୂଖ ଖବର
  • କାମାକ୍ଷାନଗର : ଟାଙ୍ଗିଆରେ ସ୍ତ୍ରୀକୁ ହାଣି ଦେଲା ପାଗଳ ସ୍ୱାମୀ, କାରଣ ଅସ୍ପଷ୍ଟ
  • ||
  • ସୁନ୍ଦରଗଡ଼ : ପଡିଆରୁ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ
  • ||
  • କଟକ: ଛତ୍ରବଜାରରେ ଯୋଗାଣ ବିଭାଗର ରେଡ୍ ଦର ନିୟନ୍ତ୍ରଣ ପାଇଁ ବେପାରିଙ୍କୁ ତାଗିଦ୍
  • ||
  • ପାଟଣାରେ ପୁଣି ଶୂନ୍ୟରୁ ଶୁଭିଲା ପ୍ରଚଣ୍ଡ ଶବ୍ଦ, ଥରି ଉଠିଲା ଘରଦ୍ଵାର
  • ||
  • ମାଲକାନଗିିରି: ଲାଲବାହିନୀର ବର୍ବରକାଣ୍ଡ, ମୋବାଇଲ୍ ଟାୱାର ଉଡାଇଦେଲେ ମାଓବାଦୀ
  • ||
  • କଟକ: ମହାନଦୀକୁ ଡେଇଁ ଆତ୍ମହତ୍ୟା, ମୃତଦେହ ଜବତ କରିବ ପରିଚୟ ଖୋଜୁଛି ପୋଲିସ
  • ||
  • ନଭେମ୍ବରରେ ୧.୮୨ ଲକ୍ଷ କୋଟିର ଜିଏସ୍‌ଟି ସଂଗ୍ରହ
  • ||
  • ପାଟଣା : ଶୋଇବା ଘରୁ ଇଞ୍ଜିନିୟରିଂ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ
  • ||
  • ଭଦ୍ରକ : ଗୋରୁ ବୋଝେଇ ଗାଡ଼ିକୁ ଗୋଡେଇ ଗୋଡେଇ ଧରିଲା ପୋଲିସ, ଡ୍ରାଇଭର ଫେରାର
  • ||
  • ବୈପାରିଗୁଡା : ବିପୁଳ ପରିମାଣର ନକଲି ବିଦେଶୀ ମଦ ଜବତ, ୫ ଗିରଫ
  • ||
  • ଏମ୍‌କେସିଜିରେ ପୁଣି ଜୁନିୟର୍‌ଙ୍କୁ ରାଗିଂ ଅଭିଯୋଗ, ଆଜି ଆଣ୍ଟି ରାଗିଂ ସେଲ୍‌ର ବୈଠକ
  • ||
  • ଆନନ୍ଦପୁର : ଖଣି ବିଭାଗ ଏନଫୋର୍ସମେଣ୍ଟ ସ୍କ୍ୱାର୍ଡ ଉପରେ ଆକ୍ରମଣ, ୪ ଆହତ
  • ||
  • ବଙ୍ଗୋପସାଗରରେ ପୁଣି ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ, ୪ ଯାଏ ଦକ୍ଷିଣ ଓଡ଼ିଶାରେ ବର୍ଷା ସମ୍ଭାବନା
  • ||

ସମ୍ବିଧାନ ଦିବସ; ଶପଥ ପାଠ କରାଇଲେ ପଦଯାତ୍ରାରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ବର,୨୬/୧୧: ରାଜଧାନୀ ଭୁବନେଶ୍ବରରେ ଜାତୀୟ ସମ୍ବିଧାନ ଦିବସ ପାଳିତ ହୋଇଛି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇଛନ୍ତି । ବିଆର ଆମ୍ବେଦକରଙ୍କ ପ୍ରତିମୂର୍ତ୍ତୀରେ ପୁଷ୍ପମାଲ୍ୟ ଅର୍ପଣ କରିଛନ୍ତି । ସମ୍ବିଧାନ ଦିବସରେ ଶପଥ ପାଠ କରେଇବା ସହ ପଦଯାତ୍ରାରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏହା ସହିତ 'ଆମ ସମ୍ବିଧାନ ଆମ ସ୍ବାଭିମାନ' ପଦଯାତ୍ରା କାର୍ଯ୍ୟକ୍ରମରେ ଯୋଗ ଦେବା ସହ ଅଭିଭାଷଣ ଦେଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ସମେତ ଆଇନମନ୍ତ୍ରୀ, ସ୍ବାସ୍ଥ୍ୟମନ୍ତ୍ରୀ ଓ କ୍ରୀଡାମନ୍ତ୍ରୀ ସମ୍ବିଧାନ ଦିବସ ପାଳନ ଅବସରରେ ସମ୍ବିଧାନ ପ୍ରଣିତା ଆମ୍ବେଦକରଙ୍କ ପ୍ରତିମୂର୍ତ୍ତୀରେ ମାଲ୍ୟାର୍ପଣ ଦେଇଛନ୍ତି ।

ସମ୍ବିଧାନ ଦିବସ ଅବସରରେ ରାଜ୍ୟବାସୀଙ୍କୁ ଉଦବୋଧନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସେ କହିଛନ୍ତି, ଆମ ସମସ୍ତଙ୍କ ପାଇଁ ଆଜି ଏକ ପବିତ୍ର ଦିନ । ଏହି ଅବସରରେ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି । ସ୍ବାଧୀନ ଭାରତର ପୂଣ୍ୟ ଗ୍ରନ୍ଥ ଆମ ସମ୍ବିଧାନ । ଦେଶର ମାର୍ଗଦର୍ଶକ । ଆମ ସମ୍ବିଧାନ ଆଇନ କାନୁନ ବିଧି ବ୍ୟବସ୍ଥାର ମୁଖ୍ୟସ୍ରୋତ । ସମ୍ବିଧାନ କାର୍ଯ୍ୟକାରୀ ହେବା ପରଠୁ ଭାରତ ଏକ ସାର୍ବୋଭମ ରାଷ୍ଟ୍ର ଭାବରେ ପରିଗଣିତ ହୋଇଛି । ଲୋକମାନଙ୍କ ପାଇଁ ସଫଳତାପୂର୍ବକ କାର୍ଯ୍ୟକାରୀ ହୋଇ ଆସୁଛି । ସମସ୍ତେ ମୌଳିକ କର୍ତ୍ତବ୍ୟ ପାଳନ କରନ୍ତୁ ।

ଜତୀୟ ସମ୍ବିଧାନ ଦିବସ ଅବସରରେ ଭୁବନେଶ୍ବରରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମ ହୋଇଛି । ଏଜି ଛକରୁ କ୍ୟାପିଟାଲ ହସ୍ପିଟାଲ ଛକ ଯାଏ ପଦଯାତ୍ରା ହୋଇଥିଲା । ସାମ୍ବିଧାନିକ ମୂଲ୍ୟବୋଧର ପ୍ରଚାର ପାଇଁ ଏହି ପଦଯାତ୍ରା ଆୟୋଜିତ ହୋଇଛି । ପଦଯାତ୍ରାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓ କ୍ରୀଡାମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, ଆଇନମନ୍ତ୍ରୀ ପୃଥୀରାଜ ହରିଚନ୍ଦନ, ସ୍ବାସ୍ଥମନ୍ତ୍ରୀ ମୁକେଶ ମହାଲିଙ୍ଗ ସାମିଲ ହୋଇଥିଲେ ।


  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.