ପ୍ରମୂଖ ଖବର
  • ଛତ୍ରପୁର: ଡିଆରଡିଏ ଛକରେ ଗୋମାଂସ ଟ୍ରକକୁ ଧରିଲା ବଜରଙ୍ଗଦଳ,୧୨ ଟନ୍ ଗୋମାଂସ ଜବତ, ୨ ଅଟକ
  • ||
  • ଭୁବନେଶ୍ବର ଷ୍ଟେସନ ନିକଟରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ, ଅଟକିଛି ଅନେକ ଟ୍ରେନ୍
  • ||
  • ମଝି ଚିିଲିକାରେ ପୁଣି ଫସିଲା ଯାତ୍ରୀବାହୀ ଡଙ୍ଗା, ଡଙ୍ଗାରେ ଅଛନ୍ତି ୧୭ ଯାତ୍ରୀ
  • ||
  • ଦିଲ୍ଲୀ ଦ୍ବାରିକା ସେକ୍ଟର ୧୨ରେ ଭୁଶୁଡ଼ିଲା ନିର୍ମାଣାଧୀନ ହସ୍ପିଟାଲ କୋଠା, ଜଣେ ମୃତ, ୯ ଆହତ
  • ||
  • କାରଗିଲ୍‌ ବିଜୟ ଦିବସ ୨୫ ବର୍ଷ ପୂର୍ତ୍ତି, ଯୁଦ୍ଧ ସହିଦ ସ୍ମାରକୀରେ ଶ୍ରଦ୍ଧାଞ୍ଜଳି ଦେବେ ମୋଦି
  • ||
  • ଶୁକ୍ରବାର ପ୍ୟାରିସ ଅଲିମ୍ପିକ ଉଦ୍‌ଘାଟନୀ ଉତ୍ସବ, ପରେଡରେ ସାମିଲ ହେବେ ୭୦୦୦ କ୍ରୀଡ଼ାବିତ
  • ||

ଆଦର୍ଶ ଆଚରଣ ବିଧି ଉଲଙ୍ଘନ କରିବାରୁ ସଂସ୍କୃତ ଅଧ୍ୟାପକ ନିଲମ୍ୱିତ

ନୟାଗଡ଼, ୨୧।୫: ନିର୍ବାଚନ ଆଦର୍ଶ ଆଚରଣ ବିଧି ଉଲଙ୍ଘନ କରିବାରୁ ଅଧ୍ୟାପକ ନିଲମ୍ୱିତ । ପଠାଣି ସାମନ୍ତ ମହାବିଦ୍ୟାଳୟ, ଖଣ୍ଡପଡ଼ାର ସଂସ୍କୃତ ଅଧ୍ୟାପକ ଶ୍ରୀ ସର୍ବେଶ୍ୱର ମହାରଣାଙ୍କୁ ଜିଲ୍ଲା ନିର୍ବାଚନ ଅଧିକାରୀ ତଥା ଜିଲ୍ଲାପାଳ ଶ୍ରୀମତୀ ସ୍ୱଧା ଦେବ ସିଂ କାର୍ଯ୍ୟରୁ ନିଲମ୍ୱନ କରିଛନ୍ତି । 

ଶ୍ରୀ ମହାରଣା ଭାପୁରରେ ବିଜୁ ଜନତା ଦଳର ରାଜନୈତିକ ପ୍ରଚାର ରାଲିରେ ଯୋଗ ଦେଇଥିଲେ । ଯାହା ପରେ ବିଭିନ୍ନ ସମ୍ୱାଦ ପତ୍ର ଏବଂ ସୋସିଆଲ ମିଡିଆରେ ପ୍ରକାଶ ପାଇଥିଲା । ଏହା ଉପରେ ତଦନ୍ତ କରାଯିବା ପରେ ଖବରଟି ସତ୍ୟ ବୋଲି ଜଣାପଡ଼ିଥିଲା । ଶ୍ରୀମତୀ ସିଂଙ୍କ ଏପରି ଦୃଷ୍ଟାନ୍ତ ମୂଳକ ପଦକ୍ଷେପକୁ ସବୁ ମହଲରୁ ସ୍ୱାଗତ କରାଯାଇଛି । ଅନ୍ୟ ସରକାରୀ କର୍ମଚାରୀମାନେ ଏପରି ରାଜନୈତିକ କାର୍ଯ୍ୟକ୍ରମରେ ଭାଗ ନେବା ପୂର୍ବରୁ ସେମାନଙ୍କୁ ଏ ବିଷୟରେ ଶହେ ଥର ଚିନ୍ତା କରିବାକୁ ପଡ଼ିବ ବୋଲି ଶ୍ରୀମତୀ ସିଂ କହିଛନ୍ତି । 

 

 

 

 

 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.