ପ୍ରମୂଖ ଖବର
  • ଗଞ୍ଜାମ: ରାସ୍ତାରୁ ୧୦ ଫୁଟ ତଳକୁ ଖସିଲା ବାଇକ୍‌, ଯୁବକ ମୃତ
  • ||
  • ଭୁବନେଶ୍ୱର: ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ପଚାରି ବୁଝିଲେ
  • ||
  • ରାଜଧାନୀରୁ ୪ କୋଟିର ମାରିଜୁଆନା ଜବତ, ପ୍ରେମୀ ଯୁଗଳ ଅଟକ
  • ||
  • ଶ୍ରୀମନ୍ଦିର ପରିସରରେ ହେବ ସ୍ତନ୍ୟପାନ ଗୃହ, ମହିଳା ପର୍ଯ୍ୟଟକଙ୍କୁ ମିଳିବ ସୁବିଧା
  • ||
  • ଶିକ୍ଷା ବିଭାଗର ନିର୍ଦ୍ଦେଶନାମାକୁ ଫୁ... ସ୍ଵାଧିନତା ଦିବସରେ ଦେଲେନି ମଧ୍ୟାହ୍ନ ଭୋଜନ, ୫୬ଟି ସ୍କୁଲ୍‌କୁ ନୋଟିସ୍
  • ||
  • ଟାରିଫ୍ ୱାର ଭିତରେ ଭାରତରେ ତାର ରାଷ୍ଟ୍ରଦୂତ ବଦଳାଇବ ଆମେରିକା, ସର୍ଜିଆ ଗୋରଙ୍କ ନାମ ଘୋଷଣା କଲେ ଟ୍ରମ୍ପ
  • ||
  • ପଞ୍ଜାବରେ ଏଲପିଜି ଟ୍ୟାଙ୍କରରେ ଭୟଙ୍କର ବ୍ଲାଷ୍ଟ : ଜଳିଗଲା ୧୫ଟି ଦୋକାନ, ୨ ଜୀବନ୍ତ ଦଗ୍ଧ, ୩୦ରୁ ଉର୍ଦ୍ଧ୍ଵ ଆହତ
  • ||
  • ଚମୋଲିରେ ରାତି ଅଧରେ ଫାଟିଲା ବାଦଲ; ଥରାଲୀ ଗାଁରେ ଧ୍ୱଂସଲୀଳା, ପୋତି ହୋଇଗଲା ଘର
  • ||
  • ଶ୍ରୀମନ୍ଦିରରେ ସାତପୁରୀ ଅମାବାସ୍ୟାର ସ୍ୱତନ୍ତ୍ର ନୀତି, ସକାଳଧୂପରେ ଠାକୁରଙ୍କୁ ସାତପୁରୀ ଭୋଗ ଅର୍ପଣ ହେବ
  • ||
  • ସମ୍ବଲପୁର: ଖୋଲିଲା ହୀରାକୁଟ ଗେଟ, ୪ ଗେଟ୍ ଦେଇ ବନ୍ୟା ଜଳ ନିଷ୍କାସନ
  • ||
  • ଯୁକ୍ତ ତିନି ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ଆବେଦନ ଆରମ୍ଭ, ଖାଲିପଡ଼ିଛି ୯୯ ହଜାର ସିଟ୍‌
  • ||
  • ଲଘୁଚାପ ସକ୍ରିୟ: ଆଜିଠୁ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା,୩ ଜିଲ୍ଲାକୁ ଅରେଞ୍ଜ, ୨୦ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ
  • ||

ଶ୍ରୀମନ୍ଦିରରେ ସପ୍ତପୁରୀ ଅମାବାସ୍ୟା

Published By : Rasmita Pradhan | August 23, 2025 10:50 AM

ପୁରୀ ୨୩/୮ : ଆଜି ସପ୍ତପୁରୀ ଅମାବାସ୍ୟା। ଭାଦ୍ରବ ମାସର ଅମାବାସ୍ୟାକୁ ସପ୍ତପୁରୀ ଅମାବାସ୍ୟା କୁଶୋତ୍ପାଟିନୀ ଅମାବାସ୍ୟା ବା କୁଶଗ୍ରହଣୀ ଅମାବାସ୍ୟା” ଭାବରେ ପାଳନ କରାଯାଏ । ଓଡ଼ିଶାର ଆରାଧ୍ୟ ଦେବତାଙ୍କୁ କେନ୍ଦ୍ର କରି ବିଭିନ୍ନ ପର୍ବପର୍ବାଣୀ ପାଳିତ ହୁଏ । ଏସବୁ ପାର୍ବଣ ଦିନମାନଙ୍କରେ ସ୍ବତନ୍ତ୍ର ନୀତି ନିୟମ ଶ୍ରୀମନ୍ଦିରରେ ହୋଇଥାଏ । ଏହି ଅମାବାସ୍ୟା ତିଥିରେ ଓଡ଼ିଆ ଜାତିର ଆରାଧ୍ୟ ଭଗବାନ ଜଗନ୍ନାଥଙ୍କଠାରେ ସପ୍ତପୁରୀ ଭୋଗ ଲାଗିଥାଏ । ଶ୍ରୀଜିଉଙ୍କର ଏହିଦିନ ବିଶେଷ ପୂଜାନୀତି ଅନୁଷ୍ଠିତ ହେବା ସହ ସେବାୟତଙ୍କଦ୍ୱାରା ଏକ ବଡ଼ “ସପ୍ତପୁରୀ” (ସାତପୁରୀ) ପ୍ରସ୍ତୁତ କରାଯାଇ ଠାକୁରଙ୍କଠାରେ ଭୋଗଲାଗି ହୋଇଥାଏ । ଏହାକୁ “ସପ୍ତପୁରୀ ତାଡ଼” ମଧ୍ୟ କୁହାଯାଇଥାଏ । ଏହି ଦିନ ଶ୍ରୀ ନୀଳମାଧବଙ୍କ ପାଖରେ ମଧ୍ୟ ଲାଗିଥାଏ ସାତପୁରୀ ପିଠାର ଭୋଗ । 

            ସପ୍ତପୁରୀ ଅମାବାସ୍ୟା ପୂର୍ବଦିନ ଅଠରନଳା ନିକଟରେ ଅବସ୍ଥିତ ଭଗବତୀ ମା' ଆଲାମଚଣ୍ଡୀ ମନ୍ଦିରରୁ ସପ୍ତପୁରୀ ଭୋଗ ପାଇଁ ଆବଶ୍ୟକ ତାଡ ଶ୍ରୀମନ୍ଦିରରେ ପହଁଚି ଚତୁଃପାର୍ଶ୍ୱ ବୁଲି ତାଡ ଗୁଡିକ ରୋଷ ବେହେରଣରେ ରଖାଯାଇଥିଲା । ଗତକାଲି ସଂନ୍ଧ୍ୟା ଧୂପ ସରିବା ପରେ ପୂଜାପଣ୍ଡା ସାମନ୍ତ ଶ୍ରୀଅଙ୍ଗରୁ ଆଜ୍ଞାମାଳ ନେଇ ଏକ ପଟୁଆରରେ ଶ୍ରୀମନ୍ଦିର ବାହାରେ ଥିବା ଦକ୍ଷୀଣକାଳି ମନ୍ଦିରକୁ ଯାଇଥିଲେ। 

     ଆଜି ସପ୍ତପୁରୀ ଅମାବାସ୍ୟା ତିଥିରେ ଶ୍ରୀମନ୍ଦିରରେ ଅବକାଶ ନୀତି ବଢ଼ିବା ପରେ ତିନି ବାଡ଼ରେ ବେଶ ହୋଇଥାନ୍ତି। ତଢ଼ାଉ ୬ ମୂର୍ତ୍ତି ଲାଗି ହେବା ପରେ ଗୋପାଳ ବଲ୍ଲଭ ସମ୍ପନ୍ନ ହୋଇଥାଏ। ଏହାପୁର୍ବରୁ ରୋଷ ଘରେ ସପ୍ତପୁରୀ ପ୍ରସ୍ତୁତ ହୋଇଥାଏ ଭୋଗ ଉପରେ ଶଙ୍ଖ ଚକ୍ର ହଳ ମୂସଳ ଦଡକୀ ପିଠା ଉପରେ ପ୍ରସ୍ତୁତ ହୋଇଥାଏ। ତତ୍ପରେ ପାଣି ପଡ଼ି ଟେରା ବନ୍ଧା ହୋଇ ସକାଳ ଧୂପ ସହ ସାତ ପୁରି ଭୋଗ ତାଟ ମଧ୍ୟ ରୋଷରୁ ଘଣ୍ଟ, ଛତ୍ର, କାହାଳୀ ସହ ତଳିଛ, ପ୍ରଧାନୀ ପଟୁଆରରେ ଛାମୁକୁ ଆସିଥାଏ। ମୁଦିରସ୍ତ ପ୍ରସାଦ ଲାଗି କରିବା ପରେ ପଣ୍ଡା ଷୋଡ଼ଶ ଉପଚାରରେ ମଣୋହି କରାଇଥାନ୍ତି। ଭିତରେ ଆଳତୀ ବଢ଼ିବା ପରେ ପଣ୍ଡା, ପତି ଓ ମୁଦିରସ୍ତ ତିନି ବାଡ଼ରେ ବନ୍ଦାପନା କରିଥାନ୍ତି।ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କର ବିଶେଷ ପୂଜାନୀତି ସହ ଆଜି ମହାପ୍ରଭୁଙ୍କ ବିଜେ ପ୍ରତିମା ଶ୍ରୀନାରାୟଣ ସାଗରେର ବିଜେ କରିବେ ।

              ହିନ୍ଦୁଧର୍ମର ପରମ୍ପରାରେ ଅନେକ ପ୍ରକାର ପୂଜାକାର୍ଯ୍ୟରେ କୁଶ (ଏକ ବିଶେଷ ପ୍ରକାରର ଘାସ, ଯାହାର ଉପଯୋଗ କେବଳ ଧାର୍ମିକ କାର୍ଯ୍ୟରେ କରାଯାଇଥାଏ) କରାଯାଇଥାଏ । ପ୍ରତ୍ୟେକ ଗୃହସ୍ଥ ଏହି ଅମାବାସ୍ୟା ଦିନ କୁଶଗୁଡ଼ିକୁ ସଂଗ୍ରହ କରିଥାନ୍ତି । ସୂର୍ଯ୍ୟ ଉଦୟ ସମୟରେ ଉତ୍ତର କିମ୍ବା ପୂର୍ବାଭିମୁଖି ହୋଇ କୁଶ ହାତରୁ ବାହାର କରାଯାଇଥାଏ । ବର୍ଷତମାମ କରାଯାଇଥିବା ପୂଜା ଏବଂ ଧାର୍ମିକ କାର୍ଯ୍ୟରେ ଉପଯୋଗ ହୋଇଥିବା ଶାସ୍ତ୍ରରେ ଦଶ ପ୍ରକାରର କୁଶ ବିଷୟରେ ବର୍ଣ୍ଣନା କରାଯାଇଛି । 

“ କୁଶାଃ କାଶ ଯବା ଦୁର୍ବା ଉଶୀରଚ୍ଛ ସକୁନ୍ଦକାଃ । ଗୋଧୂମା ବ୍ରାହ୍ମୟୋ ମୌନ୍‌ଜା ଦଶ ଦର୍ଭାଃ ସବଲ୍ୱଜାଃ”

  ଅମାବାସ୍ୟା ତିଥିର ସ୍ୱାମୀ ବା ଉପାସିତା ଦେବତା ହେଉଛନ୍ତି ପିତୃଦେବ ସେଥିପାଇଁ ପିତୃଦେବଙ୍କ ତୃପ୍ତି ନିମନ୍ତେ ଏହି ଦିନ ତର୍ପଣ, ଦାନପୂଣ୍ୟ ଆଦି କରାଯାଏ ।ଅମାବାସ୍ୟା ଦିନ ସୋମବାର, ମଙ୍ଗଳବାର ଏବଂ ଗୁରୁବାର ହୋଇଥିଲେ ତଥା ଅନୁରାଧା, ବିଶାଖା ଏବଂ ସ୍ୱାତୀ ନକ୍ଷତ୍ର ଯୋଗ ସୃଷ୍ଟି ହୋଇଥିଲେ, ଏହାକୁ ଅତ୍ୟନ୍ତ ପବିତ୍ର ତିଥି ଭାବେ ଗ୍ରହଣ କରାଯାଇଥାଏ । ଏହାକୁ ଦୃଷ୍ଟିରେ ରଖି କୁଶାଗ୍ରହଣୀ ଅମାବାସ୍ୟା ଦିନ ତୀର୍ଥ, ସ୍ନାନ, ଜପ, ତପ ଏବଂ ବ୍ରତ କରିବାଦ୍ୱାରା ପାପ ଦୂର ହୋଇ ପୂଣ୍ୟ ବଳରେ ଋଣ ଆଦି ପୀଡ଼ାରୁ ମୁକ୍ତି ପ୍ରାପ୍ତ ହୁଏ । ସଂଯମ, ସାଧନା ଏବଂ ତପ ନିମନ୍ତେ ଏହା ଶ୍ରେଷ୍ଠ ଦିନ ବୋଲି ବିଶ୍ୱାସ କରାଯାଏ । ଏହି ବ୍ରତ ବର୍ଷକୁ ଥରେ ଏହିଦିନ କରାଯାଇଥାଏ । ଯଦ୍ୱାରା ମାନସିକ ଶାନ୍ତି ପ୍ରାପ୍ତ ହୁଏ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.