ପ୍ରମୂଖ ଖବର
  • ଭୁବନେଶ୍ୱର : ଏମ୍ସରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ; ଏମ୍ସର ନିର୍ଦ୍ଦେଶକଙ୍କ ସହ କରିଲେ ଆଲୋଚନା
  • ||
  • FM କଲେଜରେ ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ ଘଟଣା; ପୀଡ଼ିତାଙ୍କ ପରିବାରକୁ ଭେଟିବେ ମୁଖ୍ୟମନ୍ତ୍ରୀ
  • ||
  • ରାଜ୍ୟସଭାକୁ ୪ ମନୋନୀତ, ମନୋନୀତ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
  • ||
  • ବାଲେଶ୍ବର: ଟ୍ରକ୍‌ ଧକ୍କାରେ ଓଲଟି ପଡ଼ିଲା ବସ୍‌, ୨୦ରୁ ଉର୍ଦ୍ଧ୍ୱ ଗୁରୁତର
  • ||
  • ଏନ୍‌ସିଇଆର୍‌ଟି ବିଏଡ୍‌ ପ୍ରବେଶିକା ପରୀକ୍ଷା, ଆଜି ରାଜ୍ୟର ୪୪ କେନ୍ଦ୍ରରେ ୨୨ ହଜାର ଛାତ୍ରଛାତ୍ରୀ ଦେବେ ପରୀକ୍ଷା
  • ||
  • ସୋମବାର ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି: ଆଜି ପୁଲିସର କାର୍‌କେଡ୍‌ ରିହର୍ସାଲ, ଜଗିବେ ୫୦ ପ୍ଲାଟୁନ୍‌ ଫୋର୍ସ
  • ||
  • ଗାଜା ଉପରେ ଇସ୍ରାଏଲର ଭୟଙ୍କର ହମଲା, ୧୧୦ ପାଲେଷ୍ଟାନୀୟ ମୃତ
  • ||
  • ୧୬ରେ ବଙ୍ଗୋପସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ ସମ୍ଭାବନା, ଆଜି ବର୍ଷା ନେଇ ଅଧା ଓଡ଼ିଶାକୁ ୟେଲୋ ଓ୍ବାର୍ଣ୍ଣିଂ
  • ||

ଫେବୃଆରୀ ୨ରେ ଶ୍ରୀମନ୍ଦିରରେ ହେବ ସରସ୍ୱତୀ ପୂଜା

Published By : Suraj Kumar | January 30, 2025 4:16 PM

ପୁରୀ,୩୦।୧ :  ଚଳିତବର୍ଷ ସରସ୍ୱତୀ ପୂଜା କେଉଁ ତାରିଖରେ ପାଳନ ହେବ ତା'କୁ ନେଇ ଦ୍ବନ୍ଦ ଲାଗିରହିଛି। ୨ ତାରିଖ ନା ୩ ତାରିଖରେ ସରସ୍ବତୀ ପୂଜା ପାଳନ ହେବ ତା'କୁ ନେଇ ଦ୍ବନ୍ଦ ଲାଗି ରହିଛି। ତେବେ ଏହି ଦ୍ଵନ୍ଦକୁ ଦୂର କରିଛି ଶ୍ରୀମନ୍ଦିର ପ୍ରଶାସନ। ଆସନ୍ତା ଫେବୃଆରୀ ୨ ତାରିଖରେ ହିଁ ଶ୍ରୀମନ୍ଦିରରେ ସରସ୍ୱତୀ ପୂଜା ଅନୁଷ୍ଠିତ ହେବ ବୋଲି   ଶ୍ରୀମନ୍ଦିର ନୀତି ପ୍ରଶାସକ ଜିତେନ୍ଦ୍ର ସାହୁ କହିଛନ୍ତି। 

ପରମ୍ପରା ଅନୁଯାୟୀ ସରସ୍ୱତୀ ପୂଜା ଦିନ ହିଁ ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ତିନିରଥ ପାଇଁ ତିନୋଟି ୧୨ ଫୁଟିଆ ଧଉରା କାଠକୁ ପୂଜାର୍ଚ୍ଚନା କରାଯିବ। ପୂର୍ବରୁ ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ଅନୁଷ୍ଠିତ ବିଭିନ୍ନ ପଞ୍ଜିକାର ମାନଙ୍କ ସହ ପାଞ୍ଜି ସମୀକରଣ ବୈଠକରେ ସମସ୍ତ ଜାନି ଯାତ୍ରା ଚୁଡାନ୍ତ ହୋଇଛି। ଏଣୁ ସେହି ନିଷ୍ପତ୍ତି ଆଧାରରେ ଫେବୃଆରୀ ୨ ତାରିଖରେ ଶ୍ରୀମନ୍ଦିରରେ ସରସ୍ୱତୀ ପୂଜା ପାଳନ ହେବ ବୋଲି ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ନୀତି ପ୍ରଶାସକ। 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.