ପ୍ରମୂଖ ଖବର
  • ରାଜ୍ୟସଭାକୁ ୪ ମନୋନୀତ, ମନୋନୀତ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
  • ||
  • ବାଲେଶ୍ବର: ଟ୍ରକ୍‌ ଧକ୍କାରେ ଓଲଟି ପଡ଼ିଲା ବସ୍‌, ୨୦ରୁ ଉର୍ଦ୍ଧ୍ୱ ଗୁରୁତର
  • ||
  • ଏନ୍‌ସିଇଆର୍‌ଟି ବିଏଡ୍‌ ପ୍ରବେଶିକା ପରୀକ୍ଷା, ଆଜି ରାଜ୍ୟର ୪୪ କେନ୍ଦ୍ରରେ ୨୨ ହଜାର ଛାତ୍ରଛାତ୍ରୀ ଦେବେ ପରୀକ୍ଷା
  • ||
  • ସୋମବାର ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି: ଆଜି ପୁଲିସର କାର୍‌କେଡ୍‌ ରିହର୍ସାଲ, ଜଗିବେ ୫୦ ପ୍ଲାଟୁନ୍‌ ଫୋର୍ସ
  • ||
  • ଗାଜା ଉପରେ ଇସ୍ରାଏଲର ଭୟଙ୍କର ହମଲା, ୧୧୦ ପାଲେଷ୍ଟାନୀୟ ମୃତ
  • ||
  • ୧୬ରେ ବଙ୍ଗୋପସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ ସମ୍ଭାବନା, ଆଜି ବର୍ଷା ନେଇ ଅଧା ଓଡ଼ିଶାକୁ ୟେଲୋ ଓ୍ବାର୍ଣ୍ଣିଂ
  • ||

ସରପଞ୍ଚଙ୍କ ସ୍ୱାମୀଙ୍କୁ ନିର୍ମମ ହତ୍ୟା, କାରଣ ଅସ୍ପଷ୍ଟ

Published By : Harapriya Sethi | July 11, 2025 9:12 AM

ବିନିକା, ୧୧/୦୭: ସୁବର୍ଣ୍ଣପୁର ଜିଲ୍ଲା ରାମପୁର ଥାନା ଗଜବନ୍ଧ ପଞ୍ଚାୟତର ସରପଞ୍ଚଙ୍କ ସ୍ୱାମୀ ବଲ୍ଲଭ ଖେତୀଙ୍କୁ ଧାରୁଆ ଅସ୍ତ୍ରରେ ମାରି ହତ୍ୟା । ଘରକୁ ଫେରୁଥିବା ବେଳେ ଖଣ୍ଡାରେ ଆକ୍ରମଣ କଲେ ଦୁର୍ବୃତ୍ତ । ଏହି ହତ୍ୟାକାଣ୍ଡର କାରଣ ଅସ୍ପଷ୍ଟ ରହିଥିବା ବେଳେ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି ପୁଲିସ । 

ସୂଚନା ମୁତାବକ, ଗୁରୁବାର ରାତିରେ ଗଜବନ୍ଧ ପଞ୍ଚାୟତର ସରପଞ୍ଚଙ୍କ ସ୍ୱାମୀ ବଲ୍ଲଭ ଖେତି ଗଜବନ୍ଧ ଛକରୁ ନିଜ ଘର କେନପାଳି ଗ୍ରାମକୁ ଆସୁଥିଲେ । ଏହି ସମୟରେ ପଣ୍ଡରାପାଲିରୁ କେନପାଳି ଯିବା ରାସ୍ତାର ଏକ ନିଛାଟିଆ ଅନ୍ଧାରିଆ ସ୍ଥାନରେ ତାଙ୍କୁ କିଛି ଦୁର୍ବୃତ୍ତ ଖଣ୍ଡାରେ ଆକ୍ରମଣ କରିଥିଲେ । ତାଙ୍କ ମୁଣ୍ଡ ଏବଂ ଶରୀରର କିଛି ଅଂଶରେ ଧାରୁଆ ଅସ୍ତ୍ର ବାଜିଥିବାରୁ ରକ୍ତାକ୍ତ ଅବସ୍ଥାରେ ରାସ୍ତା ଉପରେ ପଡ଼ି ରହିଥିଲେ । ଏହା ଦେଖି ସ୍ଥାନୀୟ ଲୋକେ ତାଙ୍କ ପରିବାର ଲୋକଙ୍କୁ ଖବର ଦିଆଯାଇଥିଲା । ପରିବାର ଲୋକେ ଆସି ପୁଲିସକୁ ଖବର ଦେଇ ଡୁଙ୍ଗୁରିପାଳି ଡାକ୍ତରଖାନାରେ ଭର୍ତ୍ତି କରିଥିଲେ । ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି । ତେବେ କିଏ ଏବଂ କାହିଁକି ବଲ୍ଲଭ ଖେତିଙ୍କୁ ହତ୍ୟା କରିଛି, ତାହା ଅସ୍ପଷ୍ଟ ରହିଥିବା ବେଳେ ଘଟଣା ସ୍ଥଳରେ ପୁଲିସ ପହଞ୍ଚି ତଦନ୍ତ କରୁଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.