ପ୍ରମୂଖ ଖବର
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ବିଶିଷ୍ଟ ସାହିତ୍ୟିକ ସାତକଡ଼ି ହୋତାଙ୍କ ଶେଷକୃତ୍ୟ ସମ୍ପନ୍ନ

ପୁରୀ, ୧୨/୨ : ପଞ୍ଚଭୂତରେ ଲୀନ ହେଲେ ଓଡ଼ିଶାର ବିଶିଷ୍ଟ ସାହିତ୍ୟିକ, ପ୍ରାକ୍ତନ ପ୍ରଶାସନିକ ଅଧିକାରୀ, ଦୈନିକ ସମ୍ବାଦପତ୍ର ସମୟର ସମ୍ପାଦକ ତଥା ସମାଜ ସଂସ୍କାରକ ସାତକଡ଼ି ହୋତା। ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ପୁରୀ ସ୍ଵର୍ଗଦ୍ଵାରରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହୋଇଛି। ତାଙ୍କର ବଡ଼ ପୁଅ ସଞ୍ଜୀବ ହୋତା ମୁଖାଗ୍ନି ଦେଇଛନ୍ତି। ଏହି ସମୟରେ ପୁରୀ ଜିଲ୍ଲାପାଳ ବିଜୟ କୁମାର ଦାଶ, ଉପଜିଲ୍ଲାପାଳ ଗୋପୀନାଥ କୁଅଁର, ଅତିରିକ୍ତ ଏସପି ସୁଶିଲ କୁମାର ମିଶ୍ର, ପୌର ନିର୍ବାହୀ ଅଧିକାରୀ ମନୋଜ କୁମାର ବେହେରା, ସିଟି ଡିଏସପି ପ୍ରଶାନ୍ତ କୁମାର ସାହୁ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ସନ୍ତୋଷ କୁମାର ସେଠୀ, ସି ବିଚ୍ ଥାନା ଅଧିକାରୀ ମାନସ ରଞ୍ଜନ ଚକ୍ର, ସମାଜସେବୀ ବଦ୍ରି ମିଶ୍ର, ଓ ଅନ୍ୟାନ୍ୟ ବରିଷ୍ଠ ନାଗରିକ, ସାହିତ୍ୟିକଙ୍କ ସମେତ ପୁରୀର ଅନେକ ସାମ୍ବାଦିକ ଉପସ୍ଥିତ ରହି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ସ୍ୱର୍ଗତ ହୋତାଙ୍କ ପରିବାର ସଦସ୍ୟ, ଆତ୍ମୀୟ ସ୍ୱଜନ ପ୍ରମୁଖ ଉପସ୍ଥିତ ଥିଲେ।

ରବିବାର ବିଶିଷ୍ଟ ସାହିତ୍ୟିକ ସାତକଡ଼ି ହୋତାଙ୍କର ପରଲୋକ ହୋଇଥିଲା । ଭୁବନେଶ୍ବରରେ ୯୫ ବର୍ଷ ବୟସରେ ସେ ଶେଷ ନିଃଶ୍ବାସ ତ୍ୟାଗ କରିଛନ୍ତି । ଓଡ଼ିଶା ସାହିତ୍ୟ ଏକାଡେମୀର ସେ ପୂର୍ବତନ ସଭାପତି ଥିଲେ । ସେହିପରି ଓଡ଼ିଆ ଦୈନିକ ଖବରକାଗଜ 'ସମୟ'ର ସେ ସମ୍ପାଦକ ଥିଲେ। ଭାରତୀୟ ରେଳସେବାରୁ ସେ ଅବସର ନେଇଥିଲେ । ମୟୂରଭଞ୍ଜ ଜିଲ୍ଲା ଜଗନ୍ନାଥ ଖୁଣ୍ଟା ଗାଁରେ ୧୯୩୦ ମସିହାରେ ଜନ୍ମ ଗ୍ରହଣ କରିଥିଲେ। ଦକ୍ଷିଣ ପୂର୍ବ ରେଳ ବିଭାଗର ମହାପ୍ରବନ୍ଧକ ଭାବେ କାର୍ଯ୍ୟକାରୀ ରେଳ ବିଭାଗରେ ନିଜର ବିଚକ୍ଷଣତା ସହ ସାହିତ୍ୟ କ୍ଷେତ୍ରରେ ନିଜର ପାରଦର୍ଶିତାକୁ ପ୍ରତିପାଦିତ କରିଥିଲେ । ତାଙ୍କ ବିୟୋଗରେ ସାମାଜିକ ସାହିତ୍ୟିକ ଜଗତରେ ଏକ ଅପୂରଣୀୟ କ୍ଷତି ହୋଇଛି ।


  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.