ଶନିବାର ରାଶିଫଳ: ଶ୍ରୀ ଚନ୍ଦ୍ର ଯୋଗୁ ଧନ, ମାନ, ସମ୍ମାନ, ଲକ୍ଷ୍ମୀଙ୍କର କୃପା ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ, ନିଯୁକ୍ତି ସୁଯୋଗ ରହିଛି

Image Courtesy: MARCA
ମେଷ : ଚତୁର୍ଥ ଚନ୍ଦ୍ର, ଶନିବାର ଏବଂ ଅପରାହ୍ନ ୩ଟା ୧୧ ମିନିଟ୍ ପରେ ବିଷ୍ଟିକରଣ ଯୋଗୁ ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ବିବାଦ, ଯାନବାହନରେ ଖର୍ଚ୍ଚାନ୍ତ, ମୂଲ୍ୟବାନ ପଦାର୍ଥ ନଷ୍ଟ ଏବଂ ମାଲିମକଦ୍ଦମାରେ ପଡ଼ିପାରନ୍ତି । ପରିବହନ ବ୍ୟବସାୟରେ ଅଧିକ କ୍ଷତି ଏବଂ ବାଣିଜ୍ୟ, ବ୍ୟବସାୟରେ ଆୟ ସ୍ୱଳ୍ପ ହେବ । କର୍ମରେ ବିଫଳତା ଏବଂ ପଦସ୍ଥ ଅଧିକାରୀଙ୍କ ରୋଷର ଶିକାର ହେବେ । ଯେଉଁମାନଙ୍କର କୃତ୍ତିକା ମେଷ ଓ ଯାହାର ପ୍ରଥମ ନାମାକ୍ଷର ଆ ସେମାନେ ସତର୍କ ହେବେ।
ଶୁଭରଙ୍ଗ: ଲାଲ, ସଂଖ୍ୟା: ୬, ଆରାଧନା : ମା’ ବଗଳାମୁଖୀ
ବୃଷ : ଘାତବାର ଓ ତୃତୀୟ ଚନ୍ଦ୍ର ଯୋଗୁ ଘାତବାରର ପ୍ରଭାବ କମ୍ ରହିବ । ମନରେ ଉତ୍ସାହ, ଉଦ୍ଦୀପନା, ପରିବାରରେ ସୁଖଶାନ୍ତି ଏବଂ ଭାଇ, ଭଉଣୀଙ୍କ ସାହାଯ୍ୟ, ସହଯୋଗ ପ୍ରାପ୍ତ କରିବେ । ଉନ୍ନତିମୂଳକ କର୍ମରେ ଧ୍ୟାନ ଅଧିକ ରହିବ ଏବଂ ମନରେ ଉନ୍ନତ ଚିନ୍ତାଧାରା ପ୍ରକାଶ ପାଇବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ ଅର୍ଜିତ ଆୟ ସତ୍ ପଥରେ ଖର୍ଚ୍ଚ କରିବେ । କର୍ମରେ ଆଶାଠାରୁ ଅଧିକ ସଫଳତା ଏବଂ କର୍ମ କରିବାର ଶୈଳୀରେ ଉନ୍ନତି ଆସିବ । ଯେଉଁମାନଙ୍କର ରୋହିଣୀ ବୃଷ ସେମାନେ ସୁଫଳ ପାଇବେ।
ଶୁଭରଙ୍ଗ: ଧଳା, ସଂଖ୍ୟା: ୧୨, ଆରାଧନା : ମା’ କମଳା
ମିଥୁନ : ଦ୍ୱିତୀୟ ଚନ୍ଦ୍ର, ଶନିବାର ଏବଂ ବୁଧଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଧନପ୍ରତି ମନରେ ଅଧିକ ଦୁର୍ବଳତା ପ୍ରକାଶ ପାଇବ ଏବଂ ଧନ ଯେତେ ଅଧିକ ମିଳିଲେ ମଧ୍ୟ ମନରେ ଆତ୍ମସନ୍ତୋଷ ମିଳିବ ନାହିଁ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ ଅର୍ଜିତ ଆୟର କିଛି ଅଂଶ ସଞ୍ଚୟ କରିବାରେ ଆଗ୍ରହ ରହିବ । କର୍ମରେ ସଫଳତା ଏବଂ ଦରମାରେ କିଛି ବୃଦ୍ଧି ଘଟିପାରେ । ଯେଉଁମାନଙ୍କର ଆର୍ଦ୍ରା ମିଥୁନ ସେମାନେ ଉପକୃତ ହେବେ ।
ଶୁଭରଙ୍ଗ: କଫି, ସଂଖ୍ୟା : ୪, ଆରାଧନା : ଭଗବାନ ବିଷ୍ଣୁ
କର୍କଟ : ଶ୍ରୀ ଚନ୍ଦ୍ର ଯୋଗୁ ଧନ, ମାନ, ସମ୍ମାନ, ଲକ୍ଷ୍ମୀଙ୍କର କୃପା ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ । ମନରେ ପସନ୍ନତା, ପରିବାରରେ ସୁଖଶାନ୍ତି ଏବଂ ଶରୀର ସୁସ୍ଥ ରହିବ । ଆମୋଦ ପମୋଦ ଏବଂ ମଉଜ ମଜଲିସ୍ରେ ଅଧିକ ଆଗ୍ରହ ରହିବ ଏବଂ ପରିବାର ପ୍ରତି ମନରେ ଅଧିକ ଆକର୍ଷଣ ସୃଷ୍ଟି ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହା ହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ରହିବ ଏବଂ କର୍ମରେ ସଫଳତା ଏବଂ ସମସ୍ତଙ୍କର ଆସ୍ଥାଭାଜନ ହେବେ । ଯେଉଁମାନଙ୍କର ପୂଷ୍ୟା କର୍କଟ ସେମାନେ ଉପବକୃତ ହେବେ ।
ଶୁଭରଙ୍ଗ: ଲାଲ, ସଂଖ୍ୟା: ୧, ଆରାଧନା : ଭଗବାନ ଶିବ
ସିଂହ : ଘାତବାର ଓ ଦ୍ୱାଦଶ ଚନ୍ଦ୍ର ଯୋଗୁ ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ ଏବଂ ପବଜ୍ଞକ୍ଟ୍ରଟ୍ଟରିବାରର ଖର୍ଚ୍ଚଭାର ବୃଦ୍ଧି ପାଇବ ଏବଂ ଖର୍ଚ୍ଚ ଭାରରେ ଅତିଷ୍ଠ ହୋଇ ଋଣ କରିବାକୁ ପଡ଼ିପାରେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅପେକ୍ଷା ବ୍ୟୟ ଅଧିକ ରହିବ ଏବଂ କର୍ମରେ ବିଫଳତା ଏବଂ ସମସ୍ତ କର୍ମରେ ସମୟାନୁବର୍ତ୍ତିତାର ଅଭାବ ରହିବ । ଯେଉଁମାନଙ୍କର ଉତ୍ତରାଫାଲ୍ଗୁନୀ ସିଂହ ଓ ଯାହାର ପ୍ରଥମ ନାମାକ୍ଷର ଟେ ସେମାନେ ସତର୍କ ହେବେ ।
ଶୁଭରଙ୍ଗ: ଧଳା, ସଂଖ୍ୟା: ୩, ଆରାଧନା: ମା’ ମାଣିକେଶ୍ୱରୀ
କନ୍ୟା : ଘାତବାର, ଏକାଦଶ ଚନ୍ଦ୍ର ଓ ଏକାଦଶୀ ତିଥି ଏବଂ ବୁଧଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଘାତବାରର ପ୍ରଭାବ ରହିବ ନାହିଁ । ଧନ, ସମ୍ପଦ, ପ୍ରାଚୁର୍ଯ୍ୟ ବୃଦ୍ଧି ପାଇବ ଏବଂ ସମସ୍ତ ଆଶା, ଆକାଂକ୍ଷା ଓ ଅଭିଳାଷ ପୂର୍ଣ୍ଣ ହେବ । ଖର୍ଚ୍ଚ ଅପେକ୍ଷା ସଞ୍ଚୟରେ ଅଧିକ ଆଗ୍ରହ ରଖିବେ ଏବଂ ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ହୋଇଥିବା ଆୟର କିଛି ଅଂଶ ସ୍ଥାୟୀ ଜମା ରଖିବେ । କର୍ମରେ ସଫଳତା ଶୀର୍ଷରେ ରହିବ ଏବଂ କର୍ମସ୍ଥାନର ସମସ୍ତ ସୁବିଧା ସୁଯୋଗ ହାସଲ କରିବେ । ଯେଉଁମାନଙ୍କର ହସ୍ତା କନ୍ୟା ସେମାନେ ସୁଫଳ ପାଇବେ ।
ଶୁଭରଙ୍ଗ: ମେରୁନ୍, ସଂଖ୍ୟା: ୮, ଆରାଧନା : ମା’ ତ୍ରିପୂର ସୁନ୍ଦରୀ
ତୁଳା : ଦଶମ ଚନ୍ଦ୍ର, ବୁଧଙ୍କ ନକ୍ଷତ୍ର ଏବଂ ଶନିବାର ଯୋଗୁ ନୂତନ କର୍ମାରମ୍ଭର ଯୋଜନା କରିବେ କିମ୍ବା ନୂତନ ନିଯୁକ୍ତି ମିଳିପାରେ । ଭାଗ୍ୟ ଅପେକ୍ଷା କର୍ମରେ ଅଧିକ ବିଶ୍ୱାସ ରଖିବେ ଏବଂ ବ୍ୟବସାୟ ଅପେକ୍ଷା କର୍ମରେ ଅଧିକ ସଫଳତା ମିଳିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହା ହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ରହିବ । ଯେଉଁମାନଙ୍କର ସ୍ୱାତୀ ତୁଳା ସେମାନେ ଉପକୃତ ହେବେ ।
ଶୁଭରଙ୍ଗ : ନୀଳ, ସଂଖ୍ୟା : ୨, ଆରାଧନା : ମା’ ସମଲେଶ୍ୱରୀ
ବିଛା : ନବମ ଚନ୍ଦ୍ର, ଏକାଦଶୀ ତିଥି ଯୋଗୁ ଗୁରୁଜନଙ୍କ କୃପା, କ୍ଷମତାଶାଳୀ ବ୍ୟକ୍ତିଙ୍କ ଶୁଭଦୃଷ୍ଟିରେ ରହିବେ । ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା ଏବଂ ଜନ ସମ୍ପର୍କ ବୃଦ୍ଧି ପାଇବ ଏବଂ ମନରେ ଉଚ୍ଚାଭିଳାଷ ପ୍ରକାଶ ପାଇବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତିରେ ଉନ୍ନତି ଆସିବ । କର୍ମରେ ସଫଳତା ଓ ପଦସ୍ଥ ଅଧିକାରୀଙ୍କ କୃପା ଲାଭ କରିବେ । ଯେଉଁମାନଙ୍କର ଅନୁରାଧା ବିଛା ସେମାନେ ସୁଫଳ ପାଇବେ ।
ଶୁଭରଙ୍ଗ : ଲାଲ, ସଂଖ୍ୟା : ୩, ଆରାଧନା : ପଭୁ ହନୁମାନ
ଧନୁ : ଅଷ୍ଟମ ଚନ୍ଦ୍ର ହେତୁ ·ଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ ଏବଂ ମନରେ ବିରକ୍ତିଭାବ ଓ ଚିଡ଼ିଚିଡ଼ାପଣ ପ୍ରକାଶ ପାଇବ । ଉଚିତ୍ କର୍ମରୁ ବିଚ୍ୟୁତ ହୋଇ ଅନୁଚିତ୍ କର୍ମରେ ଆଗ୍ରହ ରଖିବେ ଏବଂ ସତ୍ସଙ୍ଗ ପରିତ୍ୟାଗ କରି କୁସଙ୍ଗରେ ପଡ଼ିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅପେକ୍ଷା ବଦ୍ଖର୍ଚ୍ଚ ଅଧିକ ହେବ ଏବଂ କର୍ମରେ ବାଧାବିଘ୍ନ ଓ ଅଯଥା ବିଳମ୍ବ ଦେଖାଦେବ । ଯେଉଁମାନଙ୍କର ଉତ୍ତରାଷାଢ଼ା ଧନୁ ଓ ଯାହାର ପ୍ରଥମ ନାମାକ୍ଷର ଭେ ସେମାନେ ସତର୍କ ହେବେ ।
ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୫, ଆରାଧନା : ମା’ ଧୂମାବତୀ
ମକର : ସପ୍ତମ ଚନ୍ଦ୍ର, ଶନିବାର ଯୋଗୁ ମାନସିକ, ପରିବାରିକ ଶାନ୍ତି ଏବଂ ପରିଚିତ ମହିଳାଙ୍କ ଠାରୁ ଧନପ୍ରାପ୍ତି ହେବ। ପରିବାର ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ଏବଂ ଦାମ୍ପତ୍ୟ ଜୀବନ ମଧୁର ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ । ଆଭୂଷଣ ପ୍ରତି ମନରେ ଅଧିକ ଦୁର୍ବଳତା ପ୍ରକାଶ ପାଇବ ଏବଂ ଦେହ, ମନ ସୁସ୍ଥ ରହିବ । ଯେଉଁମାନଙ୍କର ଶ୍ରବଣା ମକର ସେମାନେ ସୁଫଳ ପାଇବେ ।
ଶୁଭରଙ୍ଗ : କଳା, ସଂଖ୍ୟା : ୩, ଆରାଧନା : ମା’ ଦୁର୍ଗା
କୁମ୍ଭ : ଷଷ୍ଠ ଚନ୍ଦ୍ର ଯୋଗୁ ମନରେ ପସନ୍ନତା, ଶରୀରରେ ସୁସ୍ଥତା, ପରିବାରରେ ମିତ୍ରତା, ସମସ୍ତଙ୍କ ସହ ବନ୍ଧୁତା ଏବଂ ସମସ୍ତ କର୍ମରେ ସ୍ୱଚ୍ଛତା ଓ ସମୟାନୁବର୍ତ୍ତିତା ଆପଣାଇବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ ନୂତନ ବ୍ୟବସାୟ ପାଇଁ ଚୁକ୍ତିବଦ୍ଧ ହେବେ । କର୍ମରେ ସଫଳତା, ସହକର୍ମୀଙ୍କ ସହାୟତା ଏବଂ ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ ହେବ । ଯେଉଁମାନଙ୍କର ଶତଭିଷା କୁମ୍ଭ ସେମାନେ ଉପକୃତ ହେବେ ।
ଶୁଭରଙ୍ଗ ବାଇଗଣୀ, ସଂଖ୍ୟା : ୧୧, ଆରାଧନା : ମା’ ଚଣ୍ଡୀ
ମୀନ : ପଞ୍ଚମ ଚନ୍ଦ୍ର, ଏକାଦଶୀ ତିଥି ଯୋଗୁ ବିଦ୍ୟା, ବୁଦ୍ଧି, ଜ୍ଞାନ, ଗରିମା, ଦୂରଦୃଷ୍ଟି ଏବଂ ପ୍ରତ୍ୟୁପନ୍ନମତିର ବିକାଶ ଘଟିବ ଏବଂ ଯଶ, ସମ୍ମାନ, ସାମାଜିକ ପତିଷ୍ଠା ବୃଦ୍ଧି ପାଇବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ ଦେହ, ମନ ସୁସ୍ଥ ରହିବ । କର୍ମରେ ସଫଳତା, ସମ୍ମାନ ଏବଂ ସମସ୍ତ କର୍ମରେ ଆପଣଙ୍କର କର୍ମକୁଶଳତା ପ୍ରକାଶ ପାଇବ। ଯେଉଁମାନଙ୍କର ଉତ୍ତରାଭାଦ୍ର ମୀନ ସେମାନେ ଉପକୃତ ହେବେ ।
ଶୁଭରଙ୍ଗ : ଗୋଲାପୀ, ସଂଖ୍ୟା : ୮, ଆରାଧନା : ପ୍ରଭୁ ଶ୍ରୀ ଜଗନ୍ନାଥ