PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେନ୍ଦ୍ରାପଡ଼ା : ସିମେଣ୍ଟ ଇଟାଭାଟି ମାଲିକଙ୍କୁ ବିଭତ୍ସ ଭାବେ ହତ୍ୟା, ରକ୍ତ ଜୁଡୁବୁଡୁ ମୃତଦେହ ଉଦ୍ଧାର
  • ||
  • କେନ୍ଦ୍ରାପଡ଼ା: ବାଲିଆ ବାଣ ବିସ୍ଫୋରଣ ଅଘଟଣ: ଏସ୍‌ସିବିରେ ଆଉ ଜଣଙ୍କ ମୃତ୍ୟୁ, ଆହୁରି ୧୧ ଜଣଙ୍କ ଅବସ୍ଥା ଗୁରୁତର
  • ||
  • କଟକ: ଡିସେମ୍ବର ୯ରୁ ମାଟ୍ରିକ୍‌ ଏସ୍‌ଏ-୧ ଖାତା ଦେଖା, ୫୬ଟି କେନ୍ଦ୍ରରେ ହେବ ମୂଲ୍ୟାୟନ
  • ||
  • ଭୁବନେଶ୍ୱର: ରାଜ୍ୟରେ ଶୀତ ଲହରୀ ଅସମ୍ଭାଳ: ୧୦ ଡିଗ୍ରୀ ତଳେ ୭ ସହର, ସେମିଳିଗୁଡା ସବୁଠୁ ଥଣ୍ଡା
  • ||

ଶନିବାର ରାଶିଫଳ: ଯାନବାହନ ଓ ଭୂମି କ୍ରୟ କରିପାରନ୍ତି, ଏହି ରାଶିର ଲୋକଙ୍କ ପାଇଁ ଅତି ଶୁଭ

ଅଦ୍ୟ ତା.୧୯.୧୧.୨୦୨୨ରିଖ, ବିଛା ୪ ଦିନ, ମାର୍ଗଶିର ମାସ କୃଷ୍ଣପକ୍ଷ ଦଶମୀ ଗତ ଏକାଦଶୀ, ଶନିବାର । ଦଶମୀ : ଦିବା ୧୦ଟା ୩୦ ମିନିଟ୍‌ । ଉତ୍ତରା ଫାଲଗୁନୀ : ରାତ୍ରି ୧୨ଟା ୧୪ ମିନିଟ୍‌ । କନ୍ୟା ଚନ୍ଦ୍ର: ୬୦ ଦଣ୍ଡ ଅହୋରାତ୍ର । ସୂର୍ଯ୍ୟୋଦୟ-୫ଟା ୫୮ ମିନିଟ୍‌ ୪୬ ସେକେଣ୍ଡ, ସୂର୍ଯ୍ୟାସ୍ତ-୫ଟା ୦୫ ମିନିଟ୍‌ ୧୭ ସେକେଣ୍ଡ । ଯୋଗିନୀ ଉତ୍ତରେ, ଦିବା ୧୦ ୩୦ଟା ମିନିଟ୍‌ ଗତେ ଆଗ୍ନେୟେ । ମୃତେ ଦ୍ୱିପାଦ, ରାତ୍ରି ୧୨ଟା ୧୪ ମିନିଟ୍‌ ଗତେ ଏକପାଦ ପୁଷ୍କର ଦୋଷ । ଶିମ୍ବ ଖାଇବା ମନା, ଖାଇଲେ ମହାପାପ । ରବିବାର ପୋଇ ଖାଇବା ମନା, ଖାଇଲେ ବ୍ରହ୍ମହତ୍ୟା ସମ ପାପ ।

ଶନିବାର ରାଶିଫଳ
ମେଷ: ଷଷ୍ଠ ଚନ୍ଦ୍ର ରବିଙ୍କ ନକ୍ଷତ୍ର ହେତୁ ମନରେ ପ୍ରସନ୍ନତା, ଶରୀରରେ ସୁସ୍ଥତା, ପରିବାରରେ ମିତ୍ରତା, ସମସ୍ତଙ୍କ ସହ ବନ୍ଧୁତା ଏବଂ ସମସ୍ତ କର୍ମରେ ସ୍ୱଚ୍ଛତା ଓ ସମୟାନୁବର୍ତ୍ତିତା ଆପଣେଇବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା, ଉଚ୍ଚ ସମ୍ମାନ, ସମସ୍ତଙ୍କର ସ୍ନେହ, ଶ୍ରଦ୍ଧା ଏବଂ କର୍ମସ୍ଥାନର ସମସ୍ତ ବାଧାବିଘ୍ନ ଦୂର ହେବ । ଯେଉଁମାନଙ୍କର ଦ୍ୱିଜା ମେଷ ସେମାନେ ଉପକୃତ ହେବେ । ଶୁଭରଙ୍ଗ: ହଳଦିଆ, ସଂଖ୍ୟା : ୩, ଆରାଧନା: ମା’ ବଗଳାମୁଖୀ ।

ବୃଷ: ଘାତବାର, ଘାତଚନ୍ଦ୍ର ଯୋଗୁ ବାଦବିବାଦ, ସ୍ୱାସ୍ଥ୍ୟ, ଅନ୍ୟ ସହିତ କଥାବାର୍ତ୍ତା ଏବଂ ପରିବାର ସଦସ୍ୟଙ୍କ ସହିତ ସତର୍କରେ ଚଳିବେ । ମାନ ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମତାନ୍ତର, ନିଜର ପ୍ରିୟବନ୍ଧୁଙ୍କ ସହ ମତାନ୍ତର ଏବଂ ଇତର ଜନଠାରୁ ଅପମାନ ପାଇବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ସ୍ୱଳ୍ପ ହେବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁମାନଙ୍କର କୃତ୍ତିକା ବୃଷ ଓ ଯାହାର ପ୍ରଥମ ନାମାକ୍ଷର ଇ, ଉ, ଏ ସେମାନେ ସତର୍କ ହେବେ । ଶୁଭରଙ୍ଗ: ନୀଳ, ସଂଖ୍ୟା: ୪, ଆରାଧନା: ପ୍ରଭୁ ଶ୍ରୀରାମ ।

ମିଥୁନ: କୃଷ୍ଣପକ୍ଷର ଚତୁର୍ଥ ଚନ୍ଦ୍ର ଯୋଗୁ ମୂଲ୍ୟବାନ ଧାତୁ, ବସନଭୂଷଣ, ଘରୋଇ ଉପକରଣ, ଯାନବାହନ ଓ ଭୂମିକ୍ରୟ କରିପାରନ୍ତି । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ପଦସ୍ଥ ଅଧିକାରୀଙ୍କ କୃପାଲାଭ କରିବେ । ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ଏବଂ ଆର୍ଥିକ ସ୍ଥିତିରେ ଉନ୍ନତି ଆସିବ । ଯେଉଁମାନଙ୍କର ମୃଗଶିରା ଓ ପୁନର୍ବସୁ ମିଥୁନ ସେମାନେ ଉପକୃତ ହେବେ । ଶୁଭରଙ୍ଗ: ମେରୁନ୍‌, ସଂଖ୍ୟା: ୮, ଆରାଧନା: ମା’ ଷୋଡ଼ଶୀ ।

କର୍କଟ: ମାନସିକ, ପାରିବାରିକ ଶାନ୍ତି, ପରିବାର ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ଏବଂ ଭାଇଭଉଣୀଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା ଓ ଆନ୍ତରିକତା ପ୍ରକାଶ ପାଇବ । ସୁଖବର, ସୁସମ୍ବାଦ ଓ ମନରେ ଉନ୍ନତ ଚିନ୍ତାଧାରା ପ୍ରକାଶ ପାଇବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଉତ୍ତମ ହେବ ଏବଂ ପୂର୍ବ କ୍ଷତିର ଭରଣା କରିବାରେ ସମର୍ଥ ହେବେ । କର୍ମରେ ଆଶାଠାରୁ ଅଧିକ ସଫଳତା ଏବଂ ସମସ୍ତ କର୍ମରେ ସମୟାନୁବର୍ତ୍ତିତା ଆପଣେଇବେ । ଯେଉଁମାନଙ୍କର ପୁନର୍ବସୁ ଓ ଅଶ୍ଳେଷା କର୍କଟ ସେମାନେ ସୁଫଳ ପାଇବେ । ଶୁଭରଙ୍ଗ: ଲାଲ୍‌, ସଂଖ୍ୟା: ୨, ଆରାଧନା: ମା’ ଭୁବନେଶ୍ୱରୀ ।

ସିଂହ: ଘାତବାର ଓ କୃଷ୍ଣପକ୍ଷର ଦ୍ୱିତୀୟ ଚନ୍ଦ୍ର ଯୋଗୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର କଲାବେଳେ ସତର୍କ ହେବେ । ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ବିବାଦ, ଆର୍ଥିକ ଠକାମି ଓ ଶାରୀରିକ ପୀଡ଼ା ଭୋଗିବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ କ୍ଷତି ଦେଖାଦେବ ଏବଂ କର୍ମରେ ବାଧାବିଘ୍ନ ଓ କର୍ମ ପ୍ରତି ଆଳସ୍ୟତା ପ୍ରକାଶ ପାଇବ । ଯେଉଁମାନଙ୍କର ମଘା ଓ ଉତ୍ତରା ଫାଲଗୁନୀ ସିଂହ ଓ ଯାହାର ପ୍ରଥମ ନାମାକ୍ଷର ମା, ମି, ମୁ, ମେ, ଟେ, ସେମାନେ ସତର୍କ ହେବେ । ଶୁଭରଙ୍ଗ: ଗୋଲାପୀ, ସଂଖ୍ୟା: ୬, ଆରାଧନା:ମା’ ମାଣିକେଶ୍ୱରୀ ।

କନ୍ୟା: ଘାତବାର ଓ ଶ୍ରୀଚନ୍ଦ୍ର ଯୋଗୁ ଘାତବାରର ପ୍ରଭାବ କମ୍‌ ରହିବ । ମାନସିକ, ପାରିବାରିକ ଶାନ୍ତି, ସ୍ୱଜନରେ ସୁସମ୍ପର୍କ ଏବଂ ସ୍ୱାସ୍ଥ୍ୟ ଉତ୍ତମ ହେବ । ଲକ୍ଷ୍ମୀଙ୍କର କୃପା ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଉତ୍ତମ ହେବ ଏବଂ ମନ ପ୍ରଫୁଲ୍ଲ ରହିବ । କର୍ମରେ ସଫଳତା, ସମ୍ମାନ ଓ ସମସ୍ତଙ୍କର ଶ୍ରଦ୍ଧାଭାଜନ ହେବେ । ଯେଉଁମାନଙ୍କର ହସ୍ତା ଓ ଚିତ୍ରା କନ୍ୟା ସେମାନେ ସୁଫଳ ପାଇବେ । ଶୁଭରଙ୍ଗ: ଚକୋଲେଟ୍‌, ସଂଖ୍ୟା: ୬ ଆରାଧନା: ଭଗବାନ ବିଷ୍ଣୁ ।

ତୁଳା: କୃଷ୍ଣପକ୍ଷର ଦ୍ୱାଦଶ ଚନ୍ଦ୍ର ଯୋଗୁ ମନରୁ ଦୁଶ୍ଚିନ୍ତା, ଦୁର୍ଭାବନା ଓ ହତୋତ୍ସାହ ଭାବ ଅପସରି ଯିବ ଏବଂ ମନରୁ କୁଚିନ୍ତା କୁଭାବନା ଲୋପ ପାଇବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅପେକ୍ଷା ବ୍ୟୟ ଉତ୍ତମ ହେବ ଏବଂ ମନ ପ୍ରଫୁଲ୍ଲ ରହିବ । କର୍ମରେ ସଫଳତା, ସମସ୍ତ କଷ୍ଟସାଧ୍ୟ କାମ ଆପଣଙ୍କ ପାଇଁ ସହଜ ହେବ । ଯେଉଁମାନଙ୍କର ଚିତ୍ରା ଓ ବିଶାଖା ତୁଳା ସେମାନେ ଉପକୃତ ହେବେ । ଶୁଭରଙ୍ଗ: ଧଳା, ସଂଖ୍ୟା:୨, ଆରାଧନା: ମା’ ସମଲେଶ୍ୱରୀ ।

ବିଛା: ଏକାଦଶ ଚନ୍ଦ୍ର ଯୋଗୁ ଆୟର ମାର୍ଗ ଅତି ଉତ୍ତମ ରହିବ ଏବଂ ବିଭିନ୍ନ ଉତ୍ସରୁ ଧନପ୍ରାପ୍ତି ହେବ । ମୂଲ୍ୟବାନ ଧାତୁ, ବସନଭୂଷଣ ଓ ଭୂମି କ୍ରୟ କରିବେ ଏବଂ ଉନ୍ନତିମୂଳକ କର୍ମରେ ଧନର ବିନିଯୋଗ କରିବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଉତ୍ତମ ହେବ ଏବଂ ନୂତନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ସୁବିଧା ସୁଯୋଗ ହାସଲ କରିବେ । ଯେଉଁମାନଙ୍କର ଜ୍ୟେଷ୍ଠା ବିଛା ସେମାନେ ସୁଫଳ ପାଇବେ । ଶୁଭରଙ୍ଗ: ଲାଲ୍‌, ସଂଖ୍ୟା: ୩, ଆରାଧନା: ପ୍ରଭୁ ହନୁମାନ ।

ଧନୁ: ଦଶମ ଚନ୍ଦ୍ର ଯୋଗୁ କର୍ମରେ ଉନ୍ନତି ଏବଂ କର୍ମ ପ୍ରତି ଏକାଗ୍ରତା ଓ ଆନ୍ତରିକତା ଅଧିକ ରହିବ ଏବଂ ସମସ୍ତ କର୍ମରେ ଆଶାଠାରୁ ଅଧିକ ସଫଳତା ମିଳିବ । ମନରେ ସତ୍‌ଚିନ୍ତା, ସତ୍‌ଭାବନା ପ୍ରକାଶ ପାଇବ ଏବଂ ସତ୍‌କର୍ମ ପ୍ରତି ଅଧିକ ଆଗ୍ରହ ରହିବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅଧିକ ହେବ ଏବଂ ଦେହ ମନ ସୁସ୍ଥ ରହିବ । ଯେଉଁମାନଙ୍କର ପୂର୍ବାଷାଢ଼ା ଧନୁ ସେମାନେ ଉପକୃତ ହେବେ । ଶୁଭରଙ୍ଗ: ହଳଦିଆ, ସଂଖ୍ୟା: ୫, ଆରାଧନା: ପ୍ରଭୁ ଶ୍ରୀଜଗନ୍ନାଥ ।

ମକର: କୃଷ୍ଣପକ୍ଷର ନବମ ଚନ୍ଦ୍ର ଯୋଗୁ ମନ ବିଷାଦଗ୍ରସ୍ତ ଓ ଚାପଗ୍ରସ୍ତ ରହିବ ଏବଂ ମାନସମ୍ମାନ ହାନି ଘଟିବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ସ୍ୱଳ୍ପ ହେବ ଏବଂ ଅଯଥା ଖର୍ଚ୍ଚ ଅଧିକ ହେବ । ନିଜର ପ୍ରିୟବନ୍ଧୁ କିମ୍ବା ପୁରାତନ ବନ୍ଧୁଙ୍କ ସହ ମତାନ୍ତର ଏବଂ ପରିବାର ମଧ୍ୟରେ ମନୋମାଳିନ୍ୟ ଦେଖାଦେବ । କର୍ମରେ ସଫଳତା ଓ ପଦସ୍ଥ ଅଧିକାରୀଙ୍କ ରୋଷର ଶିକାର ହେବେ । ଯେଉଁମାନଙ୍କର ଉତ୍ତରାଷାଢ଼ା ମକର ଓ ଯାହାର ପ୍ରଥମ ନାମାକ୍ଷର ଭା, ଜା, ଜୀ ସେମାନେ ସତର୍କ ହେବେ । ଶୁଭରଙ୍ଗ: କଳା, ସଂଖ୍ୟା: ୧୧, ଆରାଧନା : ମା’ ଦୁର୍ଗା ।

କୁମ୍ଭ: ଅଷ୍ଟମ ଚନ୍ଦ୍ର ଯୋଗୁ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ ଏବଂ ମନରେ ବିରକ୍ତିଭାବ ଓ ଚିଡ଼ିଚିଡ଼ାପଣ ପ୍ରକାଶ ପାଇବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟଠାରୁ ବଦ୍‌ଖର୍ଚ୍ଚ ଅଧିକ ହେବ ଏବଂ ଆର୍ଥିକ ସ୍ଥିତି ପ୍ରଭାବିତ ହେବ । କର୍ମରେ ବିଫଳତା ଓ ବାଧାବିଘ୍ନ ଦେଖାଦେବ । ଯେଉଁମାନଙ୍କର ଶତଭିଷା କୁମ୍ଭ ଓ ଯାହାର ପ୍ରଥମ ନାମାକ୍ଷର ଗୋ, ସା, ସି, ସୁ, ସେମାନେ ସତର୍କ ହେବେ । ଶୁଭରଙ୍ଗ: ବାଇଗଣୀ, ସଂଖ୍ୟା: ୩, ଆରାଧନା: ମା’ ଚଣ୍ଡୀ ।

ମୀନ: ମାନସିକ, ପାରିବାରିକ ଶାନ୍ତି, ସମସ୍ତ ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ଏବଂ ଦାମ୍ପତ୍ୟ ଜୀବନ ମଧୁର ହେବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅଧିକ ହେବ ଏବଂ ଅପରିଚିତ ସ୍ତ୍ରୀହେତୁକ ଧନପ୍ରାପ୍ତି ହେବ । କର୍ମରେ ସଫଳତା ଏବଂ ମହିଳା ସହକର୍ମୀଙ୍କ ସହାୟତା ପ୍ରାପ୍ତ କରିବେ । ଯେଉଁମାନଙ୍କର ପୂର୍ବଭାଦ୍ର ଓ ରେବତୀ ମୀନ ସେମାନେ ଉପକୃତ ହେବ । ଶୁଭରଙ୍ଗ: ଧଳା, ସଂଖ୍ୟା : ୭, ଆରାଧନା: ପ୍ରଭୁ ଗଜାନନ ।