PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବରଗଡ଼: ବରଗଡ଼ରେ ଲାଇନ୍‌ଚ୍ୟୁତ୍ ହେଲା ଚୂନପଥର ବୋଝେଇ ମାଲବାହୀ ଟ୍ରେନ୍, ଟ୍ରାକ୍‌ରୁ ଖସିଲା ୫ ୱାଗନ୍
  • ||
  • ବାଲେଶ୍ୱର : ଶବକୁ ନେଇ ସାଂଘାତିକ ଖେଳ: ଆଉ କାହାର ଶବକୁ ଧରି ସ୍ତ୍ରୀ କହିଲା ସ୍ୱାମୀ ମୋର, ଦିଅ ଟଙ୍କା…
  • ||
  • ଭୁବନେଶ୍ୱର : କୋଲକାତା ଓ ଆସାମ ଫେରିଲେ ଯାତ୍ରୀ, ବସ୍‌ ସେବା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ
  • ||
  • ସୋର: ବାହାନଗାରେ ସ୍ଵାଭାବିକ ହେଲା ଟ୍ରେନ୍ ଚଳାଚଳ, ଗଡ଼ିଲା ୩ଟି ଟ୍ରେନ୍
  • ||
  • ବାଲେଶ୍ୱର : ବାହାନଗା ଟ୍ରେନ୍‌ ଦୁର୍ଘଟଣା: ୨୮୫ ଜଣ ନେଲେଣି ୩.୨୨ କୋଟିର ଅନୁକମ୍ପା ରାଶି
  • ||
  • ଭୁବନେଶ୍ୱର: ବାହାନଗା ବିଭୀଷିକା: ପ୍ରତିଶ୍ରୁତି ପୂରଣ କରିପାରିଲାନି ସ୍ୱାମୀ, ମଙ୍ଗଳସୂତ୍ର ଦେବା ପୂର୍ବରୁ ଚାଲିଗଲା ଜୀବନ
  • ||
  • ପୁରୀ: ରଥଖଳା ହାଲ୍‌ଚାଲ୍‌…ବୁଲିଲା ଚଉଦ ନାହାକା, ଉଠିଲା ୨ୟ ଭୂଇଁ
  • ||
  • ପୁରୀ: ଅଣସର ଘରେ ମହାପ୍ରଭୁଙ୍କ ଗୁପ୍ତ ପୂଜା ଆରମ୍ଭ, ଶ୍ରୀମନ୍ଦିରକୁ ବିଜେ କଲେ ପଟିଦିଅଁ: ଆଜିଠୁ ଶ୍ରୀଅଲାରନାଥ ଦର୍ଶନ
  • ||

ଶନିବାର ରାଶିଫଳ: କର୍ମରେ ବାଧାବିଘ୍ନ ଦେଖାଦେବା ସହ ହୋଇପାରେ ଆର୍ଥିକ କ୍ଷତି, ଏହି ରାଶିର ଲୋକଙ୍କ ପାଇଁ ଅଶୁଭ

ମେଷ: ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା ଏବଂ ଜନ ସମ୍ପର୍କ ବୃଦ୍ଧି ପାଇବ । ସନ୍ତାନମାନେ ଆଜ୍ଞାଧୀନ ହେବେ ଏବଂ ପିତାମାତାଙ୍କ କୃପାଲାଭ କରିବେ । ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି ଏବଂ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ । ଯେଉଁମାନଙ୍କର ଦ୍ୱିଜା ଓ କୃତ୍ତିକା ମେଷ ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ହଳଦିଆ, ସଂଖ୍ୟା: ୩, ଆରାଧନା : ମା’ ବଗଳାମୁଖୀ ।

ବୃଷ: ଘାତବାର ଓ ଚତୁର୍ଥ ଚନ୍ଦ୍ର ଯୋଗୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର, ସ୍ୱଜନ ଓ ଉଚ୍ଚ ଅଧିକାରୀଙ୍କ ସହ କଥାବାର୍ତ୍ତା ଏବଂ ଯାନବାହନ ଆରୋହଣ କାଳରେ ସତର୍କ ହେବେ । ବାଣିଜ୍ୟ, ବ୍ୟବସାୟରେ ସ୍ୱଳ୍ପ ଆୟ ଏବଂ ପରିବହନ ବ୍ୟବସାୟରେ ଅଧିକ କ୍ଷତି ହେବ । ଆର୍ଥିକ ଠକାମିରେ ପଡ଼ିବେ । କର୍ମରେ ବିଫଳତା, ସହକର୍ମୀଙ୍କ ସହ ବିବାଦ ଏବଂ ପଦସ୍ଥ ଅଧିକାରୀଙ୍କ ରୋଷର ଶିକାର ହେବେ । ଯେଉଁମାନଙ୍କର ରୋହିଣୀ ବୃଷ ଓ ଯାହାର ପ୍ରଥମ ନାମାକ୍ଷର ଓ, ବା, ବି, ଦୁ, ସେମାନେ ସତର୍କ ହେବେ । ଶୁଭରଙ୍ଗ: ନୀଳ, ସଂଖ୍ୟା: ୪, ଆରାଧନା : ପ୍ରଭୁ ଶ୍ରୀରାମ ।

ମିଥୁନ: ତୃତୀୟ ଚନ୍ଦ୍ର ଏବଂ ସକାଳ ୭ଟା ୪୩ ମିନିଟ୍‌ ପରେ ଘାତତିଥି ଯୋଗୁ ସମସ୍ତ କର୍ମରେ ଶୁଭଫଳ ମିିିଳିଲେ ମଧ୍ୟ କିଛି ବାଧାବିଘ୍ନ, ସମସ୍ୟା ଦେଖାଦେବ ଏବଂ ମନରେ ଅସ୍ଥିରତା ଭାବ ପ୍ରକାଶ ପାଇବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ସଫଳତା ମିଳିଲେ ମଧ୍ୟ ମନରେ ଆତ୍ମସନ୍ତୋଷ ମିଳିବ ନାହିଁ । ଯେଉଁମାନଙ୍କର ମୃଗଶିରା ଓ ପୁନର୍ବସୁ ମିଥୁନ ସେମାନେ ଉପକୃତ ହେବେ । ଶୁଭରଙ୍ଗ: କଫି, ସଂଖ୍ୟା : ୮, ଆରାଧନା : ମା’ ଛିନ୍ନମସ୍ତା ।

କର୍କଟ: ଘାତଚନ୍ଦ୍ର ଓ ଶନିବାର ଯୋଗୁ ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ବିବାଦ, ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜିଯାଇପାରେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିଯିବ । ଧନକୁ ନେଇ ବିବାଦ ଓ ମାଲିମକଦ୍ଦମାରେ ପଡ଼ିପାରନ୍ତି ଏବଂ ଶାରୀରିକ ପୀଡ଼ା ଭୋଗିପାରନ୍ତି । କର୍ମରେ ବିଫଳତା ଓ କର୍ମ ପ୍ରତି ଅନାଗ୍ରହ ଓ ଆଳସ୍ୟତା ଭାବ ପ୍ରକାଶ ପାଇବ । ଯେଉଁମାନଙ୍କର ପୁଷ୍ୟା କର୍କଟ ଓ ଯାହାର ପ୍ରଥମ ନାମାକ୍ଷର ହୁ, ହେ, ହୋ, ହା, ସେମାନେ ସତର୍କ ହେବେ । ଶୁଭରଙ୍ଗ: ଲାଲ୍‌, ସଂଖ୍ୟା: ୧, ଆରାଧନା : ମା’ ସମଲେଶ୍ୱରୀ ।

ସିଂହ: ଘାତବାର ଓ ଶ୍ରୀଚନ୍ଦ୍ର ଯୋଗୁ ଘାତବାରର ପ୍ରଭାବ ରହିବ ନାହିଁ । ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି, ସ୍ୱଜନରେ ଉତ୍ତମ ସମ୍ପର୍କ ଏବଂ ପଡ଼ୋଶୀଙ୍କ ସହ ମଧୁର ସମ୍ପର୍କ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହା ହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ରହିବ । କର୍ମରେ ସ୍ୱଳ୍ପ ପରିଶ୍ରମରେ ଅଧିକ ସଫଳତା ଓ ସମ୍ମାନ ମିଳିବ । ଯେଉଁମାନଙ୍କର ପୂର୍ବା ପାଲଗୁନୀ ଓ ଉତ୍ତରା ଫାଲଗୁନୀ ସିଂହ ସେମାନେ ଉପକୃତ ହେବେ । ଶୁଭରଙ୍ଗ: ଗୋଲାପୀ, ସଂଖ୍ୟା: ୬, ଆରାଧନା: ମା’ ମାଣିକେଶ୍ୱରୀ ।

କନ୍ୟା: ଘାତବାର ଓ ଦ୍ୱାଦଶ ଚନ୍ଦ୍ର ଯୋଗୁ ଅଯଥା ଖର୍ଚ୍ଚ, ବଦ୍‌ଖର୍ଚ୍ଚ ଓ ପରିବାରର ଖର୍ଚ୍ଚଭାର ଅହେତୁକ ଭାବରେ ବୃଦ୍ଧି ପାଇବ ଏବଂ ଖର୍ଚ୍ଚ ଭାରରେ ଅତିଷ୍ଠ ହୋଇ ଋଣ କରିବାକୁ ପଡ଼ିପାରେ । ମନରେ ଅସ୍ଥିରତା, ପରିବାରରେ ମତାନ୍ତର ଏବଂ ସମସ୍ତ କର୍ମରେ ଭୁଲ୍‌ ନିଷ୍ପତ୍ତି ପାଇବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅପେକ୍ଷା ବ୍ୟୟ ଅଧିକ ରହିବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମରେ ଅଯଥା ବିଳମ୍ବ ଦେଖାଦେବ । ଯେଉଁମାନଙ୍କର ହସ୍ତା କନ୍ୟା ଓ ଯାହାର ପ୍ରଥମ ନାମାକ୍ଷର ପୁ, ଷ, ଣ, ଠ, ସେମାନେ ସତର୍କ ହେବେ । ଶୁଭଫଳ: ସବୁଜ, ସଂଖ୍ୟା: ୪, ଆରାଧନା: ମା’ ଷୋଡ଼ଶୀ ।

ତୁଳା: ଏକାଦଶ ଚନ୍ଦ୍ର, ଶନିବାର ଯୋଗୁ ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ବିଭିନ୍ନ ଉତ୍ସରୁ ଧନପ୍ରାପ୍ତି ହେବ ଏବଂ ଆର୍ଥିକ ସ୍ଥିତିରେ ଉନ୍ନତି ଆସିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ସଫଳତା ଏବଂ କର୍ମସ୍ଥାନର ସମସ୍ତ ସୁବିଧା ସୁଯୋଗ ହାସଲ କରିବେ । ଯେଉଁମାନଙ୍କର ଚିତ୍ରା ତୁଳା ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ନୀଳ, ସଂଖ୍ୟା : ୨, ଆରାଧନା : ମା’ ଗାୟତ୍ରୀ ।

ବିଛା : ଦଶମ ଚନ୍ଦ୍ର ଯୋଗୁ ସମସ୍ତ କର୍ମ ଆପଣଙ୍କ ଆୟତାଧୀନ ରହିବ ଏବଂ ଆଜି ଯେକୌଣସି କର୍ମ ଆରମ୍ଭ କରିବେ ସେଥିରେ ଶତ ପ୍ରତିଶତ ସଫଳତା ପାଇବେ । ମନରେ ସତ୍‌ଚିନ୍ତା, ସତ୍‌ଭାବନା ପ୍ରକାଶ ପାଇବ ଏବଂ ସତ୍‌କର୍ମରେ ଅଧିକ ଆଗ୍ରହ ରହିବ । କୌଣସି ମାଙ୍ଗଳିକ କର୍ମରେ ଯୋଗଦେବେ କିମ୍ବା ନିଜର କୌଣସି ମାଙ୍ଗଳିକ କର୍ମର ଆୟୋଜନ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ ଦେହ, ମନ ସୁସ୍ଥ ରହିବ । ଯେଉଁମାନଙ୍କର ବିଶାଖା ଓ ଜ୍ୟେଷ୍ଠା ବିଛା ସେମାନେ ଉପକୃତ ହେବେ । ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୬, ଆରାଧନା : ପ୍ରଭୁ ସ୍କନ୍ଦ ।

ଧନୁ : ଗୁରୁଜନଙ୍କ କୃପା, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହାୟତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଶୁଭଦୃଷ୍ଟିରେ ରହିବେ । ମନରେ ଉନ୍ନତ ଚିନ୍ତାଧାରା, ଉଚ୍ଚାଭିଳାଷ ପ୍ରକାଶ ପାଇବ ଏବଂ ଉନ୍ନତିମୂଳକ କର୍ମରେ ଅଧିକ ଧ୍ୟାନ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା, ସମ୍ମାନ ଏବଂ ପଦସ୍ଥ ଅଧିକାରୀଙ୍କ କୃପାଲାଭ କରିବେ । ଯେଉଁମାନଙ୍କର ପୂର୍ବାଷାଢ଼ା ଓ ଉତ୍ତରାଷାଢ଼ା ଧନୁ ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ଲାଲ, ସଂଖ୍ୟା : ୨, ଆରାଧନା : ମା’ ତାରା ।

ମକର : ଶନିବାର ଏବଂ ଘାତଚନ୍ଦ୍ର ଯୋଗୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର ଏବଂ ଯାନବାହନ ଆରୋହଣ କାଳରେ ସତର୍କ ହେବେ । ମନରେ ଅସ୍ଥିରତା, ପରିବାରରେ ବିବାଦ ଏବଂ ଚାଲିଚଳନ, ବ୍ୟବହାର ବିବାଦୀୟ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅପେକ୍ଷା ବଦ୍‌ଖର୍ଚ୍ଚ ଅଧିକ ହେବ ଏବଂ ଆର୍ଥିକ ସ୍ଥିତି ପ୍ରଭାବିତ ହେବ । କର୍ମରେ ବିଫଳତା ଏବଂ ବହୁବିଧ ସମସ୍ୟା ଦେଖାଦେବ । ଯେଉଁମାନଙ୍କର ଶ୍ରବଣା ମକର ଓ ଯାହାର ପ୍ରଥମ ନାମାକ୍ଷର ଖି, ଖୁ, ଖେ, ଖୋ ସେମାନେ ସତର୍କ ହେବେ । ଶୁଭରଙ୍ଗ : ବାଇଗଣୀ, ସଂଖ୍ୟା : ୬, ଆରାଧନା : ମା’ ଦୁର୍ଗା ।

କୁମ୍ଭ : ସପ୍ତମ ଚନ୍ଦ୍ର, ସପ୍ତମୀ ତିଥି ଏବଂ ଶନିବାର ଯୋଗୁ ପରିଚିତ ମହିଳାଙ୍କଠାରୁ ସାହାଯ୍ୟ, ସହଯୋଗ ପ୍ରାପ୍ତ କରିବେ । ମାନସିକ, ପାରିବାରିକ ଶାନ୍ତି ଏବଂ ଦାମ୍ପତ୍ୟ ଜୀବନ ମଧୁର ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ । ଯେଉଁମାନଙ୍କର ଧନିଷ୍ଠା ଓ ପୂର୍ବଭାଦ୍ର କୁମ୍ଭ ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : କଳା, ସଂଖ୍ୟା : ୩, ଆରାଧନା : ମା’ ଭୈରବୀ ।

ମୀନ : ଷଷ୍ଠ ଚନ୍ଦ୍ର ଯୋଗୁ ରୋଗ, ଋଣ ଓ ଶତ୍ରୁ-ଏଥିରୁ ମୁକ୍ତି ମିଳିବ ଏବଂ ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି ଏବଂ ସ୍ୱାସ୍ଥ୍ୟ ଉତ୍ତମ ରହିବ । ଆପଣଙ୍କ ବକ୍ତବ୍ୟରେ ସମ୍ମୋହନର ଶକ୍ତି ରହିବ ଏବଂ ସମସ୍ତଙ୍କର ପ୍ରଶଂସାଭାଜନ ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ବାଧାବିଘ୍ନ ଦୂର ହେବ । ଯେଉଁମାନଙ୍କର ପୂର୍ବଭାଦ୍ର ଓ ରେବତୀ ମୀନ ସେମାନେ ସଫଳତା ପାଇବେ । ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୭, ଆରାଧନା : ପ୍ରଭୁ ଗଜାନନ ।