ପ୍ରମୂଖ ଖବର
  • ବଢିଲା ଭାରତ - ପାକିସ୍ତାନ ଯୁଦ୍ଧ ଭୟ, ବିଜୁ ପଟ୍ଟନାୟକ ଏୟାରପୋର୍ଟରେ ହାଇଆଲର୍ଟ ଜାରି
  • ||
  • ଚଣ୍ଡୀଗଡ଼ରେ ବାଜିଲା ଯୁଦ୍ଧ ସାଇରନ୍, ଲୋକଙ୍କୁ ଘର ଭିତରେ ରହିବାକୁ ଅନୁରୋଧ
  • ||
  • ସ୍ୱଦେଶ ବାହୁଡ଼ି ଯିବେ ବିଦେଶୀ ଖେଳାଳି, ଖୁବ୍‌ଶୀଘ୍ର ବଡ଼ ନିଷ୍ପତ୍ତି ନେଇପାରେ ବିସିସିଆଇ
  • ||
  • ଚଣ୍ଡୀଗଡ଼​‌ରେ ବାଜିଲା ସାଇରନ୍‌, ଏୟାରଫୋର୍ସ ଷ୍ଟେସନ୍‌କୁ ଓ୍ବାର୍ଣ୍ଣିଂ, ଲୋକଙ୍କୁ ଘରୁ ନବାହାରିବାକୁ ନିର୍ଦ୍ଦେଶ
  • ||
  • LOC ଏବଂ IBରେ କଡ଼ା ଜବାବ, ପାକିସ୍ତାନର ୫୦ରୁ ଉର୍ଦ୍ଧ୍ଵ ଡ୍ରୋନ୍ ଖସାଇଲା ଭାରତ
  • ||
  • ଶ୍ରୀକ୍ଷେତ୍ରରେ ବଢ଼ିଲା ସୁରକ୍ଷା ବ୍ୟବସ୍ଥା, ପୋଲିସ ଛାଉଣୀରେ ବଡ଼ଦେଉଳ
  • ||
  • ବରଯାତ୍ରୀ ବସ୍‌ - କଣ୍ଟେନର ଟ୍ରକ୍‌ ମୁହାଁମୁହିଁ ଧକ୍କା: ହେଲପର୍‌ ଗୁରୁତର, ୧୦ ରୁ ଉର୍ଦ୍ଧ୍ୱ ଆହତ
  • ||
  • ମୟୂରଭଞ୍ଜ : ବରଯାତ୍ରୀ ବସ୍‌ - କଣ୍ଟେନର ଟ୍ରକ୍‌ ମୁହାଁମୁହିଁ ଧକ୍କା: ହେଲପର୍‌ ଗୁରୁତର, ୧୦ ରୁ ଉର୍ଦ୍ଧ୍ୱ ଆହତ
  • ||
  • ଘୋର ଆର୍ଥିକ ସଂକଟରେ ପାକ୍‌ ଅର୍ଥନୀତି: ଆଜି ପାକ୍‌କୁ ଋଣ ପ୍ରଦାନ ନେଇ ସମୀକ୍ଷା କରିବ ଆଇଏମ୍‌ଏଫ, ଭାରତର ବିରୋଧ
  • ||
  • ଅମୃତସର ବାସିନ୍ଦାଙ୍କୁ ଘରେ ରହିବାକୁ ନିର୍ଦ୍ଦେଶ, ଝରକା ଠାରୁ ଦୂରରେ ଏବଂ ଲାଇଟ୍ ବନ୍ଦ ରଖିବାକୁ ନିର୍ଦ୍ଦେଶାବଳୀ ଜାରି
  • ||
  • ଭାରତୀୟ ସେନାକୁ ସଫଳତା , ଧରାପଡିଲା ପାକିସ୍ତାନୀ ପାଇଲଟ୍
  • ||
  • ସମୀକ୍ଷା କରିବେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, CDS ଏବଂ ୩ ସେନା ମୁଖ୍ୟଙ୍କ ସହ ଯୁଦ୍ଧ ସ୍ଥିତି ନେଇ କରିବେ ଆଲୋଚନା
  • ||
  • ଭାରତ-ପାକ୍ ଯୁଦ୍ଧ ନେଇ ସସପେନ୍ସ: ଆଇପିଏଲ୍‌ ଆୟୋଜନ ଉପରେ ହୋଇପାରେ ବଡ଼ ନିଷ୍ପତ୍ତି
  • ||
  • ବାଲେଶ୍ବର ଚାନ୍ଦିପୁର କ୍ଷେପଣାସ୍ତ୍ର ଘାଟିରେ ବଢ଼ିଲା ସୁରକ୍ଷା, ଅପରାହ୍ନ ୨ଟାରେ ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ
  • ||
  • ପାକିସ୍ତାନ ଉପରେ ଆକ୍ରମଣକୁ ନେଇ ବିସ୍ତୃତ ତଥ୍ୟ ଦେବ ବୈଦେଶିକ ମନ୍ତ୍ରଣାଳୟ,ସକାଳ ୯ଟାରେ ପ୍ରେସ ମିଟ୍
  • ||
  • ରାଜ୍ୟରେ ଆହୁରି ବଢ଼ିବ ଗରମ ପ୍ରକୋପ, ୧୦ରୁ ୧୪ ପ୍ରଚଣ୍ଡ ତାତି,ପଶ୍ଚିମରେ ହିଟ୍‌ୱେଭ୍‌, ଉପକୂଳରେ ଗୁଳୁଗୁଳି ଆଶଙ୍କା
  • ||

ସତ୍ୟନଗର ଜାଭିୟର୍ସ ସ୍କୁଲ ସ୍ଥାନାନ୍ତରଣ ବିବାଦ: ଶିକ୍ଷା ନିର୍ଦ୍ଦେଶକଙ୍କ ନିର୍ଦ୍ଦେଶକୁ କାଏମ୍‌ ରଖିଲେ ହାଇକୋର୍ଟ

Published By : Prameya | March 21, 2025 9:23 AM

ଭୁବନେଶ୍ୱର,୨୧/୩: ସତ୍ୟନଗର  ସ୍ଥିତ ଜାଭିୟର୍ସ ସ୍କୁଲକୁ ବନ୍ଦ କରି ଖଣ୍ଡଗିରିରେ  ଥିବା ଏକ ଶାଖାକୁ ସ୍ଥାନାନ୍ତରଣ କରିବାକୁ ନିଷ୍ପତ୍ତି  ନେଇ ବିବାଦ ଦେଖାଦେଇଥିଲା । ଏପରିକି ସ୍କୁଲ  କର୍ତ୍ତୃପକ୍ଷଙ୍କ ଏହି ନିଷ୍ପତ୍ତିକୁ ଅଭିଭାବକମାନେ  ବିରୋଧ କରିବା ସହ ବିକ୍ଷୋଭ ପ୍ରଦର୍ଶନ କରିଥିଲେ । ପରେ ରାଷ୍ଟ୍ରୀୟ ଅଭିଭାବକ ମହାସଂଘ  ତରଫରୁ ଏହି ଘଟଣା ସମ୍ୱନ୍ଧରେ ପ୍ରାଥମିକ  ଶିକ୍ଷା ନିର୍ଦ୍ଦେଶକଙ୍କ ନିକଟରେ ଅଭିଯୋଗ କରାଯାଇଥିଲା । 

ଶିକ୍ଷା ବିଭାଗ ତରଫରୁ ବିସ୍ତୃତ ତଦନ୍ତ କରାଯିବା ପରେ ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶକ  ଶିକ୍ଷା ଅଧିକାର ଆଇନ୍‌ ଅନୁଯାୟୀ ବିଦ୍ୟାଳୟ ସ୍ଥାନାନ୍ତରଣ ହୋଇପାରିବ ନାହିଁ ଏବଂ ସେଠାରେ ପଢୁଥିବା ପିଲାମାନଙ୍କର ପ୍ରାଥମିକ ଶିକ୍ଷା ସମାପ୍ତ ହେବା ପର୍ଯ୍ୟନ୍ତ ବିଦ୍ୟାଳୟ ସତ୍ୟନଗରରେ  ଚାଲିବ ବୋଲି ନିର୍ଦ୍ଦେଶାନାମା ଜାରି କରିଥିଲେ ।  ଯାହାକୁ ଖାରଜ କରିବା ପାଇଁ ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ  ପକ୍ଷରୁ ହାଇକୋର୍ଟଙ୍କ ନିକଟରେ ମାମଲା ରୁଜୁ  କରାଯାଇଥିଲା । ଯାହାର ଶୁଣାଣି କରି ହାଇକୋର୍ଟ  ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶକଙ୍କ ନିର୍ଦ୍ଦେଶକୁ କାଏମ ରଖିଛନ୍ତି । ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶକ ଏ  ସଂପର୍କରେ ନିଷ୍ପତ୍ତି ନେବେ ବୋଲି ନିର୍ଦ୍ଦେଶ ଦେଇ  ମାମଲାକୁ ଖାରଜ କରିଦେଇଛନ୍ତି ।  

ସେହିପରି ଅଭିଭାବକମାନଙ୍କ ତରଫରୁ ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶକଙ୍କ ନିର୍ଦ୍ଦେଶକୁ କାଏମ  ରଖିବା ପାଇଁ ମଧ୍ୟ ଏକ ମାମଲା ହାଇକୋର୍ଟରେ ଦାଖଲ କରାଯାଇଥିଲା, ଯାହାର ଶୁଣାଣି କରି  ହାଇକୋର୍ଟ ଅଭିଭାବକମାନଙ୍କୁ ପ୍ରାଥମିକ ଶିକ୍ଷା  ନିର୍ଦ୍ଦେଶକଙ୍କ ଶୁଣାଣି ସମୟରେ ପକ୍ଷଭୁକ୍ତ କରିବା  ପାଇଁ ନିର୍ଦ୍ଦେଶ ଦେଇଛନ୍ତି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.