PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେନ୍ଦ୍ରାପଡ଼ା : ସିମେଣ୍ଟ ଇଟାଭାଟି ମାଲିକଙ୍କୁ ବିଭତ୍ସ ଭାବେ ହତ୍ୟା, ରକ୍ତ ଜୁଡୁବୁଡୁ ମୃତଦେହ ଉଦ୍ଧାର
  • ||
  • ଭୁବନେଶ୍ଵର : ରାଜଧାନୀରୁ ଲୁଟେରା ଗ୍ୟାଙ୍ଗ ଗିରଫ, ୧୭୧ ଗ୍ରାମର ସୁନା ଜବତ
  • ||
  • ଢେଙ୍କାନାଳ : କପି ଯାଞ୍ଚ୍ ବାହାନାରେ ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ, ପରୀକ୍ଷା କେନ୍ଦ୍ର ସମ୍ମୁଖରେ ଛାତ୍ରଛାତ୍ରୀଙ୍କ ଧାରଣା
  • ||
  • ଝାରସୁଗୁଡ଼ା : ଏସଏମସି ପାୱାର ଜେନେରେସନ କାରଖାନାରେ ଦୁର୍ଘଟଣା, ନିଆଁରେ ପୋଡ଼ି ହୋଇ ଶ୍ରମିକ ଗୁରୁତର
  • ||
  • ଭୁବନେଶ୍ଵର : ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କୁଲତା ସମାଜ, ନୃସିଂହନାଥ ପୀଠର ଉନ୍ନତିକରଣ ପଦକ୍ଷେପ ପାଇଁ ଦେଲେ ଧନ୍ୟବାଦ
  • ||
  • ମାର୍ଶାଘାଇ : ଦିନ ଦ୍ଵିପ୍ରହରେ ଲୁଟ୍, ମହିଳାଙ୍କୁ ଭୁଜାଲି ଦେଖାଇ ଅଳଙ୍କାର ଲୁଟିନେଲେ ୨ ଦୁର୍ବୃତ୍ତ
  • ||
  • ବିଜୟ ହଜାରେ ଟ୍ରଫି: ଇତିହାସ ରଚିଲେ ଋତୁରାଜ, ଗୋଟିଏ ଓଭରରେ ମାରିଲେ ୭ ଛକା
  • ||
  • କେନ୍ଦ୍ରାପଡ଼ା : ସିମେଣ୍ଟ ଇଟାଭାଟି ମାଲିକଙ୍କୁ ବିଭତ୍ସ ଭାବେ ହତ୍ୟା, ରକ୍ତ ଜୁଡୁବୁଡୁ ମୃତଦେହ ଉଦ୍ଧାର
  • ||
  • କେନ୍ଦ୍ରାପଡ଼ା: ବାଲିଆ ବାଣ ବିସ୍ଫୋରଣ ଅଘଟଣ: ଏସ୍‌ସିବିରେ ଆଉ ଜଣଙ୍କ ମୃତ୍ୟୁ, ଆହୁରି ୧୧ ଜଣଙ୍କ ଅବସ୍ଥା ଗୁରୁତର
  • ||
  • କଟକ: ଡିସେମ୍ବର ୯ରୁ ମାଟ୍ରିକ୍‌ ଏସ୍‌ଏ-୧ ଖାତା ଦେଖା, ୫୬ଟି କେନ୍ଦ୍ରରେ ହେବ ମୂଲ୍ୟାୟନ
  • ||
  • ଭୁବନେଶ୍ୱର: ରାଜ୍ୟରେ ଶୀତ ଲହରୀ ଅସମ୍ଭାଳ: ୧୦ ଡିଗ୍ରୀ ତଳେ ୭ ସହର, ସେମିଳିଗୁଡା ସବୁଠୁ ଥଣ୍ଡା
  • ||

କ୍ରାଉନ୍‌ ପ୍ରିନ୍ସ ମହମ୍ମଦ ବିନ୍‌ ସଲମାନ ହେଲେ ସାଉଦି ଆରବର ନୂଆ ପ୍ରଧାନମନ୍ତ୍ରୀ

ରିୟାଦ,୨୯/୦୯: ସାଉଦି ଆରବର କିଙ୍ଗ୍‌ ସଲ୍‌ମାନ ବିନ୍‌ ଅବଦୁଲ ଅଜିଜ କ୍ରାଉନ୍ ପ୍ରିନ୍ସ ମହମ୍ମଦ ବିନ୍‌ ସଲମାନଙ୍କୁ ଦେଶର ନୂଆ ପ୍ରଧାନମନ୍ତ୍ରୀ ଭାବେ ନିଯୁକ୍ତ କରିଛନ୍ତି । ଏ ନେଇ ନିର୍ଦ୍ଦେଶନାମା ଜାରି ହୋଇଛି ।

କିଙ୍ଗ୍‌ ସଲମାନ ନିଜ ସାନ ପୁଅ ପ୍ରିନ୍ସ ଖାଲିଦ ବିନ ସଲ୍‌ମାନଙ୍କୁ ପ୍ରତିରକ୍ଷା ମନ୍ତ୍ରୀ ଭାବେ ଦାୟିତ୍ୱ ଦେଇଛନ୍ତି । ଏହା ବାଦ୍‌ ଆଉ ଦୁଇଟି ଗୁରୁତ୍ୱପୂର୍ଣ୍ଣ ନିଯୁକ୍ତି ବି ହୋଇଛି । ପ୍ରିନ୍ସ ତୁର୍କୀ ବିନ ମହମ୍ମଦ ବିନ ଫହଦ ବିନ ଅବଦୁଲ ଅଜିଜଙ୍କୁ ଗୃହ ମନ୍ତ୍ରୀ ଓ ପ୍ରିନ୍ସ ଅବଦୁଲ ଅଜିଜ ବିନ ତୁର୍କୀ ବିନ ଫୈଜଲଙ୍କୁ ରେଳମନ୍ତ୍ରୀ ଭାବେ ନିଯୁକ୍ତ କରାଯାଇଛି ।

ଏହା ପୂର୍ବରୁ କ୍ରାଉନ ପ୍ରିନ୍ସ ମହମ୍ମଦ ବିନ୍‌ ସଲମାନ ପ୍ରତିରକ୍ଷା ମନ୍ତ୍ରୀ ଭାବେ ଦାୟିତ୍ୱ ନିର୍ବାହ କରୁଥିଲେ । କିନ୍ତୁ କିଙ୍ଗ୍‌ ସଲମାନଙ୍କ ସ୍ୱାସ୍ଥ୍ୟାବସ୍ଥା ଖରାପ ହେବା ଯୋଗୁ ଅନେକ ବର୍ଷ ଧରି ପ୍ରିନ୍ସ ମହମ୍ମଦ ବିନ୍‌ ସଲମାନ ସାଉଦିର ଅଘୋଷିତ ଶାସକ ଭାବେ କାର୍ଯ୍ୟ କରିଆସୁଥିଲେ ।

ସମ୍ବନ୍ଧିତ ଖବର