ଭୁବନେଶ୍ୱର, ୨୩/୫ : ମେ ମାସ ୨୭ ତାରିଖ ପରିବର୍ତ୍ତେ ୨୬ ତାରିଖରେ ହେବ ସାବିତ୍ରୀ ଅମାବାସ୍ୟା ଛୁଟି। ୨୭ ତାରିଖରେ ଖୋଲା ରହିବ ରାଜ୍ୟ ସରକାରଙ୍କ ସମସ୍ତ ସରକାରୀ କାର୍ଯ୍ୟାଳୟ ଓ ଅନୁଷ୍ଠାନ। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏସମ୍ପର୍କିତ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି।
ସୂଚନାଯୋଗ୍ୟ ଯେ, ଚଳିତ ବର୍ଷ ସାବିତ୍ରୀ ଅମାବାସ୍ୟା ପାଇଁ ସରକାରୀ ଛୁଟି ମେ ମାସ ୨୭ ତାରିଖକୁ ସ୍ଥିରୀକୃତ ହୋଇଥିଲା। ତେବେ ପୁରୀ ମୁକ୍ତି ମଣ୍ଡପ ସହିତ ଅନ୍ୟାନ୍ୟ ଧାର୍ମିକ ଅନୁଷ୍ଠାନ ଓ ପଞ୍ଜିକା ଗଣନକାରୀ ଅନୁଷ୍ଠାନମାନଙ୍କ ସହିତ ଯୋଗାଯୋଗ ପରେ ୨୬ ତାରିଖରେ ହିଁ ସାବିତ୍ରୀ ଅମାବାସ୍ୟା ପାଳନ କରାଯିବ ବୋଲି ଜଣାପଡ଼ିଲା। ତେଣୁ ଛୁଟି ତାରିଖକୁ ପରିବର୍ତ୍ତନ କରାଗଲା।