ଭୁବନେଶ୍ୱର, ୧୬/୦୩ : କଟକ ବଡ଼ ମେଡିକାଲ ଟ୍ରାଜେଡି। ଏସସିବି ମେଡିକାଲରେ ଅଗ୍ନିକାଣ୍ଡ ନେଇ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଶୋକ। PMNRFରୁ ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ। ଏହା ସହ ଆହତଙ୍କୁ ୫୦ ହଜାର ଟଙ୍କା ଲେଖାଏଁ ପ୍ରଦାନ କରାଯିବ।
ସୋସିଆଲ ମିଡିଆ ସାଇଟ୍ ଏକ୍ସରେ ପୋଷ୍ଟ କରି ରାଷ୍ଟ୍ରପତି ଲେଖିଛନ୍ତି ଯେ, କଟକର ଏକ ହସ୍ପିଟାଲରେ ଘଟିଥିବା ଦୁଃଖଦ ଅଗ୍ନିକାଣ୍ଡ ଘଟଣାରେ ଜୀବନହାନୀରେ ଗଭୀର ମର୍ମାହତ। ଶୋକସନ୍ତପ୍ତ ପରିବାର ପ୍ରତି ମୋର ସମବେଦନା। ଏହା ସହ ସେ ଆହତମାନଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି।
Deeply distressed by the loss of lives in the tragic fire incident at a hospital in Cuttack, Odisha. My heartfelt condolences to the bereaved families. I wish a speedy recovery to those injured.
— President of India (@rashtrapatibhvn) March 16, 2026
ସେହିପରି ପ୍ରଧାନମନ୍ତ୍ରୀ ଟ୍ଵିଟ୍ କରି ଲେଖିଛନ୍ତି ଯେ, ଓଡ଼ିଶାର କଟକର ଏକ ହସ୍ପିଟାଲରେ ଘଟିଥିବା ଦୁର୍ଘଟଣା ଅତ୍ୟନ୍ତ ଯନ୍ତ୍ରଣାଦାୟକ। ଯେଉଁମାନେ ନିଜ ପ୍ରିୟଜନଙ୍କୁ ହରାଇଛନ୍ତି ସେମାନଙ୍କ ପ୍ରତି ସମବେଦନା। ଆହତମାନଙ୍କ ଶୀଘ୍ର ଆରୋଗ୍ୟ ପାଇଁ ମୁଁ ପ୍ରାର୍ଥନା କରୁଛି।
ଓଡ଼ିଶାର କଟକରେ ଏକ ହସ୍ପିଟାଲରେ ଘଟିଥିବା ଦୁର୍ଘଟଣା ଗଭୀର ଯନ୍ତ୍ରଣାଦାୟକ। ଯେଉଁମାନେ ନିଜ ପ୍ରିୟଜନଙ୍କୁ ହରାଇଛନ୍ତି ସେମାନଙ୍କ ପ୍ରତି ସମବେଦନା। ଆହତମାନଙ୍କ ଆଶୁ ଆରୋଗ୍ୟ ପାଇଁ ମୁଁ ପ୍ରାର୍ଥନା କରୁଛି।
— PMO India (@PMOIndia) March 16, 2026
ପ୍ରତ୍ୟେକ ମୃତକଙ୍କ ନିକଟ ସମ୍ପର୍କୀୟଙ୍କୁ ପିଏମଏନଆରଏଫରୁ ୨ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ପ୍ରଦାନ କରାଯିବ । ଆହତମାନଙ୍କୁ…
ଅନ୍ୟପଟେ ରାଜ୍ୟ ସରକାର ମଧ୍ୟ ଘଟଣାକୁ ଗୁରୁତ୍ୱ ଦେଇ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ଅଗ୍ନିକାଣ୍ଡ କିପରି ଘଟିଲା ଏବଂ ସୁରକ୍ଷା ବ୍ୟବସ୍ଥାରେ କୌଣସି ତ୍ରୁଟି ଥିଲା କି ନାହିଁ, ସେନେଇ ସମ୍ପୂର୍ଣ୍ଣ ତଦନ୍ତ କରାଯିବ ବୋଲି ସରକାରୀ ସୂତ୍ରରୁ ସୂଚନା ମିଳିଛି। ଘଟଣା ପରେ ହସ୍ପିଟାଲରେ ଭର୍ତ୍ତି ଥିବା ରୋଗୀମାନଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯାଇଥିବା ବେଳେ ଆହତମାନଙ୍କୁ ଚିକିତ୍ସା ଯୋଗାଇ ଦିଆଯାଉଛି। ଚିକିତ୍ସାଳୟରେ ଏପରି ଘଟଣା ଘଟିଥିବାରୁ ସୁରକ୍ଷା ବ୍ୟବସ୍ଥା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇ। ତଦନ୍ତ ରିପୋର୍ଟ ପରେ ଘଟଣାର ସଠିକ କାରଣ ସ୍ପଷ୍ଟ ହେବ ବୋଲି ଆଶା କରାଯାଉଛି।
ଏହି ଖବରଟିକୁ ପଢନ୍ତୁ- SCB ନିଆଁ : ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ, ମୃତକଙ୍କ ପରିବାରକୁ ୨୫ ଲକ୍ଷ ଲେଖାଏଁ ସହାୟତା