ପ୍ରମୂଖ ଖବର
  • ଶ୍ରୀମନ୍ଦିର ଗର୍ଭଗୃହର ଭିଡିଓ ଭାଇରାଲ୍ ଘଟଣା: ସିଂହଦ୍ୱାର ଥାନାରେ ମାମଲା ରୁଜୁ
  • ||
  • ହଂସପାଳ ଓଭରବ୍ରିଜ୍‌ରେ ଭୁବନେଶ୍ୱରରୁ କଟକକୁ ଗଡ଼ିବ ଗାଡ଼ି, ଉଦ୍‌ଘାଟନ କଲେ ଅପରାଜିତା ଷଡ଼ଙ୍ଗୀ
  • ||
  • ବୌଦ୍ଧ : ସଙ୍ଘବଦ୍ଧ ଆକ୍ରମଣ କରି ଯୁବକଙ୍କୁ ହତ୍ୟା, ୪ ଅଟକ
  • ||
  • ପୁରୀ : ଶିରୁଳି ମହାବୀର ମନ୍ଦିରରୁ ଚୋରି, ହୁଣ୍ଡି ଭାଙ୍ଗି ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
  • ||
  • କଟକ : ଅଜଣା ଗାଡ଼ିକୁ ଧକ୍କା ଦେଲା ଡାଲା ଅଟୋ, ହେଲ୍ପର ମୃତ
  • ||
  • ଛତିଶଗଡ଼ ଗରିଆବନ୍ଧରେ ଏନକାଉଣ୍ଟର: ୧୪ ମାଓବାଦୀ ନିହତ, ବଢ଼ିପାରରେ ମୃତ୍ୟୁସଂଖ୍ୟା
  • ||
  • ଲମତାପୁଟ : ଜଙ୍ଗଲକୁ କାଠ ଆଣିବାକୁ ଯାଇଥିବା ବେଳେ ଅଘଟଣ, ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଚାଲିଗଲା ସ୍ୱାମୀ-ସ୍ତ୍ରୀଙ୍କ ଜୀବନ
  • ||
  • ନିଖୋଜ ଯୁବତୀ ମୁମୂର୍ଷୁ ଅବସ୍ଥାରେ ଉଦ୍ଧାର ଘଟଣା: ନ୍ୟାୟ ଦାବିରେ ୧୨ ଘଣ୍ଟିଆ ବରଗଡ଼ ବନ୍ଦ, ଏବେ ବି ମୁଖ୍ୟ ଅଭିଯୁକ୍ତ ଫେରାର
  • ||
  • ଟ୍ୱିନ୍‌ ସିଟିରେ ବ୍ଲକିଂ ଚେକିଂ କଡ଼ାକଡ଼ି, ରାତି ଅଧିଆ ତନାଘନା କଲା କମିଶନରେଟ୍‌ ପୋଲିସ
  • ||
  • ବଙ୍ଗୋପସାଗରରେ ଗୁରୁଚାପ ବଳୟ ପ୍ରଭାବ: ବୁଧବାରଠାରୁ କମିବ ଶୀତ, ଦୁଇ ଦିନ ଘନ କୁହୁଡ଼ି ସମ୍ଭାବନା
  • ||

ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀଙ୍କ ମାଲକାନଗିରି ଗସ୍ତ, ସ୍ୱର୍ଗତ ପୂର୍ବତନ ବିଧାୟକ ଆଦିତ୍ୟ ମାଢିଙ୍କ ଗାଁରେ ଆୟୋଜିତ ଶ୍ରଦ୍ଧାଞ୍ଜଳି ସଭାରେ ଯୋଗଦାନ…

Published By : Prameya | July 8, 2024 9:51 PM

ମାଲକାନଗିରି ୮/୭ : ସ୍କୁଲ ଗଣଶିକ୍ଷା ଓ ଆଦିବାସୀ କଲ୍ୟାଣ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଆଜି ସନ୍ଧ୍ୟାରେ ମାଲକାନଗିରିରେ ପହଁଚି ପୂର୍ବତନ ବିଧାୟକ ସ୍ୱର୍ଗତ ଆଦିତ୍ୟ ମାଢିଙ୍କ ଗାଁରେ ଆୟୋଜିତ ଶ୍ରଦ୍ଧାଞ୍ଜଳି ସଭାରେ ଯୋଗଦେଇ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ।

ଗତ ୩ ତାରିଖ ଦିନ ଭୁବନେଶ୍ୱର ଏମ୍ସ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ମାଲକାନଗିରିର ବିଜେପି ଦଳର ପୂର୍ବତନ ବିଧାୟକ ଆଦିତ୍ୟ ମାଢିଙ୍କର ବିୟୋଗ ହୋଇଥିଲା। ଏହି ବିୟୋଗ ଖବର ପାଇ ରାଜ୍ୟ ସ୍କୁଲ ଗଣଶିକ୍ଷା ଓ ଆଦିବାସୀ କଲ୍ୟାଣ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଆଜି ସନ୍ଧ୍ୟାରେ ମାଲକାନଗିରି ଜିଲ୍ଲା ପଡିଆ ବ୍ଲକସ୍ଥ ରୋଡ଼ନପାଲୀ ଗ୍ରାମରେ ପହଁଚି ସ୍ୱର୍ଗତ ପୂର୍ବତନ ବିଧାୟକ ଆଦିତ୍ୟ ମାଢିଙ୍କ ପରିବାରଙ୍କୁ ଭେଟି ସମବେଦନା ଜଣାଇଥିଲେ। ଆୟୋଜିତ ଶ୍ରଦ୍ଧାଞ୍ଜଳି ସଭାରେ ଯୋଗଦେଇ ସ୍ୱର୍ଗତ ମାଢିଙ୍କ ଫଟୋଚିତ୍ରରେ ମାଲ୍ୟାର୍ପଣ କରି ଶ୍ରଦ୍ଧାଞ୍ଜଳି ଜଣାଇଥିଲେ। ଏହି ଶ୍ରଦ୍ଧାଞ୍ଜଳି ସଭାରେ ଅନ୍ୟାନ ମାନଙ୍କ ମଧ୍ୟରେ ମାଲକାନଗିରି ବିଧାୟକ ନରସିଂହ ମାଡକାମି, ରାଜ୍ୟ ବିଜେପି ସମ୍ପାଦକ ରମେଶ ସାହୁ, କେନ୍ଦ୍ରୀୟ ଏସଟି ମୋର୍ଚ୍ଚାର ସମ୍ପାଦକ କାଳି ରାମ ମାଝୀ, ଜିଲ୍ଲା ବିଜେପି ସଭାପତି ନିମାଇଁ ଚନ୍ଦ୍ର ପାଲ,ପୂର୍ବତନ ଜିଲ୍ଲା ସଭାପତି ଗୁରୁଚରଣ ମହାନ୍ତି, ଅଶୋକ ପରିଡା, ନବଘନ ଲୋକେଇ, ସାମଲ ସୋନାନି, ସଞ୍ଜୟ ସରକାର, ମାଣିକ ଲାଲ ଚକ୍ରବର୍ତ୍ତୀ ପ୍ରମୁଖ ବିଜେପି ନେତା ଓ କର୍ମୀ ମାନେ ଉପସ୍ଥିତ ରହି ସ୍ୱର୍ଗତ ମାଢିଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଜଣାଇଥିଲେ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.