ଭୁବନେଶ୍ବର,୨୧।୪ : ପ୍ରଚଣ୍ଡ ଖରାରେ ଏବେ ଆଉଟୁପାଉଟୁ ସାରା ଓଡ଼ିଶା । ଆକାଶରୁ ସତେ ଯେମିତି ନିଆଁ ବର୍ଷୁଛି। ଆଉ ସେହି ନିଆଁରେ ସନ୍ତୁଳି ହେଉଛି ପୂରା ଓଡ଼ିଶା। ପ୍ରଚଣ୍ଡ ତାତି ସାଙ୍ଗକୁ ହିଟଓ୍ବେଭ ଅସ୍ତବ୍ୟସ୍ତ କରି ପକାଉଛି। ସକାଳ ୮ଟାରୁ ଆରମ୍ଭ ହୋଇଯାଉଛି ଟାଣ ଖରା। ତେବେ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ବଲାଙ୍ଗୀରରେ ୪ ଦିନ ଓ ଗଜପତିରେ ୩ ଦିନ ସ୍କୁଲ ଛୁଟି ଘୋଷଣା କରିଛନ୍ତି ସମ୍ପୃକ୍ତ ଜିଲ୍ଲାର ଜିଲାପାଳ।
ଗ୍ରୀଷ୍ମପ୍ରବାହ ପାଇଁ ବଲାଙ୍ଗୀର ଜିଲ୍ଲାରେ ୪ଦିନ ସ୍କୁଲ ଓ କଲେଜ ଛୁଟି ଘୋଷଣା କରାଯାଇଛି। ଏହି ସମୟରେ ସମସ୍ତ ସରକାରୀ ଓ ବେସରକାରୀ ଶିକ୍ଷାନୁଷ୍ଠାନ ବନ୍ଦ ରହିବ। ଆସନ୍ତା ୨୨ରୁ ୨୫ ତାରିଖ ପର୍ଯ୍ୟନ୍ତ ସ୍କୁଲ ଓ କଲେଜ ବନ୍ଦ ରହିବ ବୋଲି ଜିଲାପାଳ ନିର୍ଦେଶ ଦେଇଛନ୍ତି।
ସେହିପରି ଗଜପତି ଜିଲ୍ଲାରେ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ୩ ଦିନ ସ୍କୁଲ ଛୁଟି ଘୋଷଣା କରାଯାଇଛି। ଆସନ୍ତା ୨୨ରୁ ୨୪ ତାରିଖ ପର୍ଯ୍ୟନ୍ତ ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ବନ୍ଦ ରହିବ ବୋଲି ଜିଲ୍ଲାପାଳ ନିର୍ଦେଶ ଦେଇଛନ୍ତି।
ସୂଚନାଯୋଗ୍ୟ ଯେ ପୂର୍ବରୁ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି କେତେକ ଜିଲ୍ଲାରେ ଜିଲ୍ଲାପାଳ ସ୍କୁଲ ଛୁଟି ଘୋଷଣା କରିଛନ୍ତି। ସମ୍ବଲପୁର, ନବରଙ୍ଗପୁର, ନୂଆପାଡା ଆଦି ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା କରାଯାଇଛି।