ପ୍ରମୂଖ ଖବର
  • ଜୁନାଗଡ଼ରେ ଟ୍ରକ ଧକ୍କାରେ ବାଇକ ଆରୋହୀ ମୃତ, ଅଟୋ ଡ୍ରାଇଭର ଗୁରୁତର
  • ||
  • ଗୁଣପୁର : ବଜ୍ରପାତରେ ୨ ମହିଳା ମୃତ
  • ||
  • କଳାହାଣ୍ଡି ଜିଲ୍ଲା ଜୁନାଗଡ଼ ସ୍ଥିତ ହୋଟେଲ ଓରିଅନ ନିକଟରେ ଦୁର୍ଘଟଣା, ଟ୍ରକ୍ ଧକ୍କାରେ ବୃଦ୍ଧଙ୍କ ମୃତ୍ୟୁ, ଅଟୋ ଚାଳକ ଗୁରୁତର
  • ||
  • ସ୍କୁଲ ଖୋଲିବାକୁ ନେଇ ହଟିଲା ଦ୍ୱନ୍ଦ୍ୱ: ଜୁନ୍ ୨୦ରେ ଖୋଲିବ ସ୍କୁଲ, ପ୍ରକାଶ ପାଇଲା ବିଜ୍ଞପ୍ତି
  • ||
  • ୨୦୨୭ ମାର୍ଚ୍ଚ ୧ରୁ ଦେଶରେ ଜନଗଣନା; ୨ଟି ପର୍ଯ୍ୟାୟରେ ହେବ, ଗେଜେଟ୍ ବିଜ୍ଞପ୍ତି ପ୍ରକାଶ
  • ||
  • ବାଲେଶ୍ୱର : ସ୍ତ୍ରୀ ଓ ପୁଅକୁ ହାଣି ବାପା ଫେରାର, ତଦନ୍ତ କରୁଛି ପୁଲିସ
  • ||
  • ଗଜପତି ମହାରାଜାଙ୍କ ଭାତୃ ବିୟୋଗ, ଚିକିତ୍ସାଧୀନ ଅବସ୍ଥାରେ ଶେଷ ନିଃଶ୍ଵାସ ତ୍ୟାଗ କଲେ ରଣାର୍ଣ୍ଣବ ଦେବ
  • ||
  • 'ଟ୍ରମ୍ପଙ୍କୁ ହତ୍ୟା କରିବାକୁ ଚାହୁଁଛି ଇରାନ୍',ଇସ୍ରାଏଲ ପ୍ରଧାନମନ୍ତ୍ରୀଙ୍କ ବଡ଼ ବୟାନ
  • ||
  • କେନ୍ଦୁଝର : ଶୈଲଙ୍ଗ ଗାଁରେ ଅଭାବନୀୟ ଘଟଣା, ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
  • ||
  • ଭୁବନେଶ୍ୱର : ଏନଏଚରେ ପଛକୁ ପଛ ପିଟି ହେଲା ୪ ଟ୍ରକ୍‌, ୩ ଡ୍ରାଇଭର ଆହତ
  • ||
  • ନରସିଂହପୁରରେ ଝାଡ଼ାବାନ୍ତି ନେଲା ମହିଳାଙ୍କ ଜୀବନ
  • ||
  • ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ; ୬ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା, ୨୪ ଘଣ୍ଟାରେ ସକ୍ରିୟ ହେବ ମୌସୁମୀ
  • ||

ସ୍କୁଲ ଖୋଲିବାକୁ ନେଇ ହଟିଲା ଦ୍ୱନ୍ଦ୍ୱ: ଜୁନ୍ ୨୦ରେ ଖୋଲିବ ସ୍କୁଲ, ପ୍ରକାଶ ପାଇଲା ବିଜ୍ଞପ୍ତି

Published By : Prameya | June 16, 2025 12:18 PM

ଭୁବନେଶ୍ୱର,୧୬/୦୬: ଜୁନ୍‌ ୧୮ ନୁହେଁ ୨୦ରେ ଖୋଲିବ ସ୍କୁଲ। ୫୮ ଦିନ ପରେ ରାଜ୍ୟରେ ସମସ୍ତ ବିଦ୍ୟାଳୟ ଗୁଡ଼ିକ ଖୋଲିବାକୁ ନିଷ୍ପତ୍ତି ହୋଇଛି। ପୂର୍ବଭଳି ପୂର୍ବାହ୍ନ ୧୦ଟାରୁ ଅପରାହ୍ନ ୪ ଟା ପର୍ଯ୍ୟନ୍ତ ସ୍କୁଲ ଚାଲିବ। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଏପ୍ରିଲ୍‌ ୨୩ ତାରିଖରୁ ରାଜ୍ୟର ସମସ୍ତ ସ୍କୁଲ ଛୁଟି ଘୋଷଣା କରାଯାଇଥିଲା। 

ଏପଟେ ଗଣଶିକ୍ଷା ବିଭାଗର ମଧ୍ୟାହ୍ନ ଭୋଜନ ପିଏମ୍‌ ପୋଷଣ ୟୁନିଟ୍‌ ପକ୍ଷରୁ ମଧ୍ୟାହ୍ନ ଭୋଜନ ବିତରଣରେ ୧୮ ତାରିଖରେ ସ୍କୁଲ ଖୋଲିବା ନେଇ ଉଲ୍ଲେଖ କରାଯାଇଥିବା । ଅନ୍ୟପକ୍ଷରେ ବିଭାଗ ପକ୍ଷରୁ ଜାରି ହୋଇଥିବା ଚଳିତ ଶିକ୍ଷାବର୍ଷର କ୍ୟାଲେଣ୍ଡର ଅନୁଯାୟୀ  ମେ ୬ରୁ ଜୁନ୍‌ ୧୯ ଯାଏ ଗ୍ରୀଷ୍ମ ଛୁଟି ପାଇଁ ସ୍କୁଲ ବନ୍ଦ ରହିବ ବୋଲି ଉଲ୍ଲେଖ କରାଯାଇଛି । ଏହି କ୍ୟାଲେଣ୍ଡରକୁ ପାଳନ କରିବାକୁ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ବିଭାଗ ପକ୍ଷରୁ କୁହାଯାଇଥିଲା । ଯାହାକୁ ନେଇ ଦ୍ୱନ୍ଦ୍ୱ ସୃଷ୍ଟି ହୋଇଛି । ତେବେ ଆଜି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇବା ପରେ ଦ୍ୱନ୍ଦ୍ୱ ଦୂର ହୋଇଛି । ଆସନ୍ତା ୨୦ ତାରିଖରେ ସମସ୍ତ ସ୍କୁଲ ଖୋଲାଯିବ।

ସୂଚନାଯୋଗ୍ୟ, ଘରୋଇ ସ୍କୁଲ ସବୁ ୧୮ ଓ  ୧୯ ତାରିଖରେ ଖୋଲୁଛି । କେନ୍ଦ୍ରୀୟ ବିଦ୍ୟାଳୟ ୨୧ ତାରିଖରେ ଖୋଲିବ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.