ପ୍ରମୂଖ ଖବର
  • ବଢୁଛି ଭାରତ-ପାକିସ୍ତାନ ଉତ୍ତେଜନା, ସ୍ଥଳପଥ ପରେ ଜଳପଥରେ ବି ହାଇଆଲର୍ଟ ଜାରି
  • ||
  • ବଢିଲା ଭାରତ - ପାକିସ୍ତାନ ଯୁଦ୍ଧ ଭୟ, ବିଜୁ ପଟ୍ଟନାୟକ ଏୟାରପୋର୍ଟରେ ହାଇଆଲର୍ଟ ଜାରି
  • ||
  • ଚଣ୍ଡୀଗଡ଼ରେ ବାଜିଲା ଯୁଦ୍ଧ ସାଇରନ୍, ଲୋକଙ୍କୁ ଘର ଭିତରେ ରହିବାକୁ ଅନୁରୋଧ
  • ||
  • ସ୍ୱଦେଶ ବାହୁଡ଼ି ଯିବେ ବିଦେଶୀ ଖେଳାଳି, ଖୁବ୍‌ଶୀଘ୍ର ବଡ଼ ନିଷ୍ପତ୍ତି ନେଇପାରେ ବିସିସିଆଇ
  • ||
  • ଚଣ୍ଡୀଗଡ଼​‌ରେ ବାଜିଲା ସାଇରନ୍‌, ଏୟାରଫୋର୍ସ ଷ୍ଟେସନ୍‌କୁ ଓ୍ବାର୍ଣ୍ଣିଂ, ଲୋକଙ୍କୁ ଘରୁ ନବାହାରିବାକୁ ନିର୍ଦ୍ଦେଶ
  • ||
  • LOC ଏବଂ IBରେ କଡ଼ା ଜବାବ, ପାକିସ୍ତାନର ୫୦ରୁ ଉର୍ଦ୍ଧ୍ଵ ଡ୍ରୋନ୍ ଖସାଇଲା ଭାରତ
  • ||
  • ଶ୍ରୀକ୍ଷେତ୍ରରେ ବଢ଼ିଲା ସୁରକ୍ଷା ବ୍ୟବସ୍ଥା, ପୋଲିସ ଛାଉଣୀରେ ବଡ଼ଦେଉଳ
  • ||
  • ବରଯାତ୍ରୀ ବସ୍‌ - କଣ୍ଟେନର ଟ୍ରକ୍‌ ମୁହାଁମୁହିଁ ଧକ୍କା: ହେଲପର୍‌ ଗୁରୁତର, ୧୦ ରୁ ଉର୍ଦ୍ଧ୍ୱ ଆହତ
  • ||
  • ମୟୂରଭଞ୍ଜ : ବରଯାତ୍ରୀ ବସ୍‌ - କଣ୍ଟେନର ଟ୍ରକ୍‌ ମୁହାଁମୁହିଁ ଧକ୍କା: ହେଲପର୍‌ ଗୁରୁତର, ୧୦ ରୁ ଉର୍ଦ୍ଧ୍ୱ ଆହତ
  • ||
  • ଘୋର ଆର୍ଥିକ ସଂକଟରେ ପାକ୍‌ ଅର୍ଥନୀତି: ଆଜି ପାକ୍‌କୁ ଋଣ ପ୍ରଦାନ ନେଇ ସମୀକ୍ଷା କରିବ ଆଇଏମ୍‌ଏଫ, ଭାରତର ବିରୋଧ
  • ||
  • ଅମୃତସର ବାସିନ୍ଦାଙ୍କୁ ଘରେ ରହିବାକୁ ନିର୍ଦ୍ଦେଶ, ଝରକା ଠାରୁ ଦୂରରେ ଏବଂ ଲାଇଟ୍ ବନ୍ଦ ରଖିବାକୁ ନିର୍ଦ୍ଦେଶାବଳୀ ଜାରି
  • ||
  • ଭାରତୀୟ ସେନାକୁ ସଫଳତା , ଧରାପଡିଲା ପାକିସ୍ତାନୀ ପାଇଲଟ୍
  • ||
  • ସମୀକ୍ଷା କରିବେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, CDS ଏବଂ ୩ ସେନା ମୁଖ୍ୟଙ୍କ ସହ ଯୁଦ୍ଧ ସ୍ଥିତି ନେଇ କରିବେ ଆଲୋଚନା
  • ||
  • ଭାରତ-ପାକ୍ ଯୁଦ୍ଧ ନେଇ ସସପେନ୍ସ: ଆଇପିଏଲ୍‌ ଆୟୋଜନ ଉପରେ ହୋଇପାରେ ବଡ଼ ନିଷ୍ପତ୍ତି
  • ||
  • ବାଲେଶ୍ବର ଚାନ୍ଦିପୁର କ୍ଷେପଣାସ୍ତ୍ର ଘାଟିରେ ବଢ଼ିଲା ସୁରକ୍ଷା, ଅପରାହ୍ନ ୨ଟାରେ ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ
  • ||
  • ପାକିସ୍ତାନ ଉପରେ ଆକ୍ରମଣକୁ ନେଇ ବିସ୍ତୃତ ତଥ୍ୟ ଦେବ ବୈଦେଶିକ ମନ୍ତ୍ରଣାଳୟ,ସକାଳ ୯ଟାରେ ପ୍ରେସ ମିଟ୍
  • ||
  • ରାଜ୍ୟରେ ଆହୁରି ବଢ଼ିବ ଗରମ ପ୍ରକୋପ, ୧୦ରୁ ୧୪ ପ୍ରଚଣ୍ଡ ତାତି,ପଶ୍ଚିମରେ ହିଟ୍‌ୱେଭ୍‌, ଉପକୂଳରେ ଗୁଳୁଗୁଳି ଆଶଙ୍କା
  • ||

ଖରା ଯୋଗୁଁ ବଦଳିଲା ସମୟ, ଆଜିଠୁ ସକାଳୁଆ ସ୍କୁଲ: ପ୍ରଥମରୁ ଦ୍ୱାଦଶ ସାଢ଼େ ୬ରୁ ସାଢ଼େ ୧୦ ପାଠପଢ଼ା

Published By : Prameya | March 21, 2025 7:11 AM

ଭୁବନେଶ୍ୱର,୨୧/୦୩: ଆଜିଠୁ  ସକାଳୁଆ ସ୍କୁଲ । ସକାଳ ସାଢ଼େ ୬ରେ  ଖୋଲିଲା ସ୍କୁଲ । ସାଢ଼େ ୧୦ଟାରେ ଚାଲିବ ପାଠପଢ଼ା ।  ୪ ଘଣ୍ଟା ଧରି ପିଲାମାନେ ସ୍କୁଲରେ ପାଠ  ପଢ଼ିବେ । ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ  ପିଲାମାନଙ୍କ ପାଇଁ ଏହି ନିୟମ ଲାଗୁ ହେବ । ଗୁରୁବାର ଏନେଇ ଗଣଶିକ୍ଷା ବିଭାଗ ପକ୍ଷରୁ  ସୂଚନା ଜାରି ହୋଇଛି । ଏଥିସହ ରାଜ୍ୟର  ସବୁ ଜିଲ୍ଲାପାଳଙ୍କୁ ବିଭାଗୀୟ ସଚିବ ଚିଠି  ଲେଖିଛନ୍ତି । ତୁରନ୍ତ ଏହି ନିର୍ଦ୍ଦେଶକୁ ଲାଗୁ  କରିବାକୁ ପରାମର୍ଶ ଦିଆଯାଇଛି । ରାଜ୍ୟରେ  ଖରା ବଢ଼ୁଥିବାରୁ ଏଭଳି ନିଷ୍ପତ୍ତି ନିଆଯାଇଛି ।  ବିଭାଗ ପକ୍ଷରୁ କିଛି ନିୟମାବଳୀ ମଧ୍ୟ ଜାରି କରାଯାଇଛି । ଯେପରିକି, ସବୁ ସ୍କୁଲରେ  ପର୍ଯ୍ୟାପ୍ତ ପାନୀୟ ଜଳର ବ୍ୟବସ୍ଥା ହେବ । ସ୍କୁଲ ପରିସରରେ  ଥିବା ପାଇପ୍‌ରେ ପାଣି ଆସୁଥିବ । 

ସେହିପରି ସ୍କୁଲରେ  ଓଆରଏସ୍‌ ପ୍ୟାକେଟ୍‌ ସହ ଛାତ୍ରଛାତ୍ରୀ ଓ କର୍ମଚାରୀଙ୍କୁ  ଏହା ମିଳିବା ଦରକାର । ଖରା ସମୟରେ ସ୍କୁଲ ବାହାରେ କୌଣସି ଖେଳକୁଦ କିମ୍ବା ଅନ୍ୟାନ୍ୟ କାମ କରିବାକୁ ମନା  କରାଯାଇଛି । ଛାତ୍ରଛାତ୍ରୀମାନେ ସାଙ୍ଗରେ ପାଣି ବୋତଲ ନେଇ  ଯିବେ, ଏହା ସେମାନଙ୍କ ଅଭିଭାବକଙ୍କ ଦାୟିତ୍ୱ ରହିବ ।   

ପ୍ରକାଶ ଥାଉକି, ଆସନ୍ତା ଏପ୍ରିଲ୍‌ ୨ରୁ ରାଜ୍ୟରେ  ସ୍କୁଲ ସକାଳୁଆ ହେବ ବୋଲି ମଙ୍ଗଳବାର ରାଜସ୍ୱ ମନ୍ତ୍ରୀ  ସୁରେଶ ପୂଜାରୀ ସୂଚନା ଦେଇଥିଲେ । ହେଲେ ଗୁରୁବାର ଉକ୍ତ  ନିଷ୍ପତ୍ତିରେ ପରିବର୍ତ୍ତନ ଆଣି ସମୟ ମଧ୍ୟ ସ୍ପଷ୍ଟ କରିଛନ୍ତି  ସରକାର । ରାଜ୍ୟରେ ବଢିଥିବା ଖରାକୁ ନଜରରେ ରଖି  ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ବୈଠକ ଡକାଯାଇଥିଲା । ଯେଉଁଥିରେ ଶୁକ୍ରବାର ସକାଳୁଆ ସ୍କୁଲ ନେଇ ନିଷ୍ପତ୍ତି  ଗ୍ରହଣ କରାଯାଇଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.