ପ୍ରମୂଖ ଖବର
  • ବର୍ମିଂହାମ୍‌ରେ ଇଣ୍ଡିଆ-ଇଂଲଣ୍ଡ ଦ୍ୱିତୀୟ ଟେଷ୍ଟ: ପ୍ରତ୍ୟାବର୍ତ୍ତନ ପାଇଁ ପ୍ରସ୍ତୁତ ଗିଲ୍‌ ବାହିନୀ, ବୁମ୍‌ରା ଖେଳିବେ କି ନାହିଁ ହୋଇନି ସ୍ପଷ୍ଟ
  • ||
  • ବାହୁଡ଼ା ଯାତ୍ରା ପ୍ରସ୍ତୁତି: ଆଜି ଶରଧାବାଲିରେ ରଥ ଦକ୍ଷିଣ ମୋଡ଼, ତାଳଧ୍ୱଜରେ ପ୍ଲେଟ୍‌ ଓ ନନ୍ଦିଘୋଷରେ କ୍ଲାମ୍ପ ଲାଗିଲା
  • ||
  • ବଡ଼ବିଲ: ଖଣିରେ ଧସିଲା ମାଟି ଅତଡ଼ା, ଚାଲିଗଲା ୩ ଜୀବନ
  • ||
  • ନନ୍ଦିଘୋଷ ଭାଙ୍ଗିଲେ ରାଗରୋଷରେ ଜର୍ଜରିତ ମା’ଲକ୍ଷ୍ମୀ ଠାକୁରାଣୀ, ମହାପ୍ରଭୁଙ୍କ ଆଜ୍ଞାମାଳ ପାଇ ଫେରିଲେ
  • ||
  • ଉତ୍ତର-ପଶ୍ଚିମରେ ପ୍ରବଳ ବର୍ଷା ଆଶଙ୍କା: ପୁଣି ଘୂର୍ଣ୍ଣିବଳୟ ସମ୍ଭାବନା, ୫ରୁ ବର୍ଷା ବଢ଼ିପାରେ
  • ||

ମାର୍ଚ୍ଚ ୫ରେ ଖୋଲା ରହିବ ସ୍କୁଲ

Published By : Suraj Kumar | March 4, 2025 4:50 PM

ଭୁବନେଶ୍ବର, ୪।୩ : ମାର୍ଚ୍ଚ ୫ରେ ଖୋଲା ରହିବ ସ୍କୁଲ। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଜାରି ହେଲା ନିର୍ଦ୍ଦେଶ। ସମସ୍ତ ଜିଲ୍ଲା ଶିକ୍ଷାଧିକାରୀଙ୍କୁ  ଏନେଇ ବିଭାଗ ପକ୍ଷରୁ ଚିଠି କରାଯଇଛି। ସମସ୍ତ ସରକାରୀ ଓ ବେସରକାରୀ ଅନୁଦାନପ୍ରାପ୍ତ ସ୍କୁଲ ଏହି  ଦିନ ଖୋଲା ରହିବ। ପଞ୍ଚାୟତିରାଜ ଦିବସ ପାଳନ ପାଇଁ ପୂର୍ବରୁ ୫ ତାରିଖରେ ଛୁଟି ରହୁଥିଲା। ଏପ୍ରିଲ ୨୪ ତାରିଖରେ ପଞ୍ଚାୟତିରାଜ ଦିବସ ପାଳନ ପାଇଁ ନିଷ୍ପତ୍ତି ହୋଇଥିବାରୁ ମାର୍ଚ୍ଚ ୫ ତାରିଖରେ ସ୍କୁଲ ଖୋଲା ରହିବ। 

୨୦୨୦ ମସିହାରୁ ଓଡିଶାରେ ପ୍ରତିବର୍ଷ ମାର୍ଚ୍ଚ ୫ ତାରିଖକୁ ପଞ୍ଚାୟତିରାଜ ଦିବସ ରୂପେ ପାଳନ କରାଯାଉଅଛି। ତେବେ ପ୍ରତିବର୍ଷ ଅପ୍ରେଲ ୨୪ ତାରିଖକୁ ଜାତୀୟ ପଞ୍ଚାୟିତରାଜ ଦିବସ ରୂପେ ପାଳନ କରାଯାଏ। ଏହି ଦିନ ବିଭିନ୍ନ ରାଜ୍ୟର ପଞ୍ଚାୟତ ପ୍ରତିନିଧି ମାନଙ୍କୁ ପୁରସ୍କାର ପ୍ରଦାନ, ରାଷ୍ଟ୍ରୀୟ ଗୌରବ ଗ୍ରାମସଭା ପୁରସ୍କାର, ମହାତ୍ମା ଗାନ୍ଧୀ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ପୁରସ୍କାର ଆଦି ପ୍ରଦାନ କରାଯାଇଥାଏ।

ପଞ୍ଚାୟତିରାଜ ଦିବସ ପାଳନରେ ଜାତୀୟ ଓ ରାଜ୍ୟ ସ୍ତରରେ ଥିବା ଏହି ଅସଂହତି ଦୂର କରିବା ପାଇଁ ଓଡିଶାରେ ମାର୍ଚ୍ଚ ୫ ତାରିଖକୁ ଆଉ ପଞ୍ଚାୟତିରାଜ ଦିବସ ରୂପେ ପାଳନ କରାନଯାଇ ଅପ୍ରେଲ ୨୪ ତାରିଖରେ ପାଳନ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଲୋକସେବା ଦିବସ ମଧ୍ୟ ଅପ୍ରେଲ ୨୪ ତାରିଖରେ ପାଳନ କରାଯିବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏ ସଂପର୍କିତ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.