ପ୍ରମୂଖ ଖବର
  • ଛତ୍ରପୁର: ଡିଆରଡିଏ ଛକରେ ଗୋମାଂସ ଟ୍ରକକୁ ଧରିଲା ବଜରଙ୍ଗଦଳ,୧୨ ଟନ୍ ଗୋମାଂସ ଜବତ, ୨ ଅଟକ
  • ||
  • ଭୁବନେଶ୍ବର ଷ୍ଟେସନ ନିକଟରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ, ଅଟକିଛି ଅନେକ ଟ୍ରେନ୍
  • ||
  • ମଝି ଚିିଲିକାରେ ପୁଣି ଫସିଲା ଯାତ୍ରୀବାହୀ ଡଙ୍ଗା, ଡଙ୍ଗାରେ ଅଛନ୍ତି ୧୭ ଯାତ୍ରୀ
  • ||
  • ଦିଲ୍ଲୀ ଦ୍ବାରିକା ସେକ୍ଟର ୧୨ରେ ଭୁଶୁଡ଼ିଲା ନିର୍ମାଣାଧୀନ ହସ୍ପିଟାଲ କୋଠା, ଜଣେ ମୃତ, ୯ ଆହତ
  • ||
  • କାରଗିଲ୍‌ ବିଜୟ ଦିବସ ୨୫ ବର୍ଷ ପୂର୍ତ୍ତି, ଯୁଦ୍ଧ ସହିଦ ସ୍ମାରକୀରେ ଶ୍ରଦ୍ଧାଞ୍ଜଳି ଦେବେ ମୋଦି
  • ||
  • ଶୁକ୍ରବାର ପ୍ୟାରିସ ଅଲିମ୍ପିକ ଉଦ୍‌ଘାଟନୀ ଉତ୍ସବ, ପରେଡରେ ସାମିଲ ହେବେ ୭୦୦୦ କ୍ରୀଡ଼ାବିତ
  • ||

୧୭ରେ ଖୋଲିବ ସ୍କୁଲ୍, ସପ୍ତାହେ ପୂର୍ବରୁ ପ୍ରସ୍ତୁତ ହେବେ କର୍ତ୍ତୃପକ୍ଷ

ଭୁବନେଶ୍ୱର, ୦୮/୦୬ : ଆସନ୍ତା ୧୭ରେ ସ୍କୁଲ ଖୋଲିବ । ସ୍କୁଲ ଖୋଲିବା ଏକ ସପ୍ତାହ ପୂର୍ବରୁ କରାଯିବ ପ୍ରସ୍ତୁତି । ଶ୍ରେଣୀ ଗୃହ ଠାରୁ ଆରମ୍ଭ କରି ଶୌଚାଳୟ ପରିଷ୍କାର କରିବାକୁ ସମସ୍ତ ସ୍କୁଲ କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ସ୍କୁଲ ଖୋଲିବାର ଦିନକ ପୂର୍ବରୁ ପାଚିକା ଓ ସହାୟିକା ସ୍କୁଲ ଆସିବାକୁ କୁହାଯାଇଛି । ସେମାନେ ସମସ୍ତ ଜିନିଷକୁ ଯାଞ୍ଚ କରିବେ । ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ନେଇ ହୋଇଥିବା ବୈଠକରେ ଏପରି ନିର୍ଦ୍ଦେଶ ଦିଆଯାଇଛି । ଗ୍ରୀଷ୍ମ ପ୍ରବାହକୁ ଆଖିରେ ରଖି ଗଣଶିକ୍ଷା ବିଭାଗ ପକ୍ଷରୁ ଆଗୁଆ ସ୍କୁଲ ଛୁଟି କରାଯାଇଥିଲା । ସ୍କୁଲର ପରିସର ଓ ସେଠାରେ ଥିବା ସମସ୍ତ ଉପକରଣର ଯତ୍ନ ନେବାକୁ ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଥିଲା । ତେବେ ସ୍କୁଲ ଖୋଲିବା ପୂର୍ବରୁ ପୂର୍ବ ପ୍ରସ୍ତୁତି କରିବାକୁ କୁହାଯାଇଛି । 

ଗଣଶିକ୍ଷା ବିଭାଗର ନିର୍ଦ୍ଦେଶରେ ଖୋର୍ଦ୍ଧା ଜିଲ୍ଲା ଶିକ୍ଷା ଅଧିକାରୀଙ୍କ ପକ୍ଷରୁ ସମସ୍ତ ସ୍କୁଲକୁ ଏନେଇ ଚିଠି କରାଯାଇଛି । ନିର୍ଦ୍ଦେଶ ଅନୁଯାୟୀ, ଶ୍ରେଣୀ ଗୃହ, କ୍ୟାମ୍ପସକୁ ସଫା କରାଯିବ । ଅନାବନା ଘାସ କଟା ଯିବ । ପାଣି ଟାଙ୍କି ସଫା କରାଯିବ । ଶ୍ରେଣୀ ଗୃହରେ ଥିବା ସମସ୍ତ ଫର୍ଣ୍ଣିଚରକୁ ସଫା କରିବା ସହ ପିଲା ବସିବା ପାଇଁ ଉପଯୋଗୀ କରାଯିବ । ଶୌଚାଳୟକୁ ନିଶ୍ଚିତ ଭାବେ ସଫେଇ କରାଯିବ । ରୋଷେଇ ଶାଳ, ବାସନ, ଗ୍ୟାସ୍‌ ଷ୍ଟୋଭ୍‌ ସବୁକୁ ସଫା କରାଯିବ । ମଧ୍ୟାହ୍ନ ଭୋଜନ ପାଇଁ ଥିବା ରୋଷେଇ ସାମଗ୍ରୀକୁ ଯାଞ୍ଚ କରାଯିବ । ଏହାର ଏକ୍ସପାରୀ ତାରିଖ ଯାଞ୍ଚ କରାଯିବ । ସ୍ମାର୍ଟ କ୍ଲାସ ରୁମ୍‌, ଇ-ଲାଇବ୍ରେରୀକୁ ବ୍ୟବହାର ପାଇଁ ପ୍ରସ୍ତୁତ କରାଯାଇ ରଖାଯିବ । ସ୍କୁଲ ଖୋଲିବାର ଏକ ସପ୍ତାହ ସୁଦ୍ଧା ଇଣ୍ଟରନେଟ୍‌ ସଂଯୋଗକୁ ନିଶ୍ଚିତ କରାଯିବ । ପାନୀୟ ଜଳକୁ ଗୁରୁତ୍ୱ ଦିଆଯିବ । ପିଲାଙ୍କୁ ଶୁଦ୍ଧ ପାଣି ଯୋଗାଇବା ପାଇଁ ପଦକ୍ଷେପ ନିଆଯିବ । 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.