କେନ୍ଦ୍ରାପଡା, ୨୬।୭ : ବଙ୍ଗୋପସାଗରରେ ସୃଷ୍ଟି ହେଲା ଅବପାତ । ଏହା ପ୍ରଭାବରେ ଆସନ୍ତା ୨ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ବର୍ତ୍ତମ ସାରା ରାଜ୍ୟରେ ତୁହାକୁ ତୁହା ବର୍ଷା ଲାଗିରହିଛି । ଏହାକୁ ଦୃଷ୍ଟିରେ ରଖି ଆସନ୍ତାକାଲି କେନ୍ଦ୍ରାପଡା ଜିଲାର ସମସ୍ତ ସ୍କୁଲ ଛୁଟି ଘୋଷଣା କଲେ ଜିଲାପାଳ l ଆସନ୍ତାକାଲି ସମସ୍ତ ସ୍କୁଲ ଓ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ l ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ପୂର୍ବାନୁମାନ ଜାରି ହେବା ପରେ ଛାତ୍ରଛାତ୍ରୀଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ନିଆଯାଇଛି l ଏ ନେଇ ଜିଲାପାଳଙ୍କ କାର୍ଯ୍ଯାଳୟ ପକ୍ଷରୁ ନୋଟିସ ଜାରି କରାଯାଇଛି l
ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ପ୍ରଭାବରେ ଆସନ୍ତା ୨ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଅବପାତ ଉତ୍ତର-ପଶ୍ଚିମ ଦିଗରେ ଗତିକରି ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଗଭୀର ଅବପାତରେ ପରିଣତ ହେବ । ଏହା ଉତ୍ତର ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳ ମଧ୍ୟରେ ୨୭ ତାରିଖ ମଧ୍ୟାହ୍ନରେ ଅତିକ୍ରମ କରିବ ବୋଲି ଆକଳନ କରାଯାଇଛି ।
ଆହୁରି ପଢନ୍ତୁ : ସୋମବାର ଜଗତସିଂହପୁର ଜିଲ୍ଲାରେ ସ୍କୁଲ ଓ ଅଙ୍ଗନଓ୍ବାଡି କେନ୍ଦ୍ର ଛୁଟି