ପ୍ରମୂଖ ଖବର
  • କଟକ : ବୋଲେରୋ ଧକ୍କାରେ ସ୍ୱାମୀ ମୃତ, ସ୍ତ୍ରୀ ଓ ଝିଅ ଗୁରୁତର
  • ||
  • ଆଫ୍ରିକାରେ ୩ ଭାରତୀୟଙ୍କୁ ଅପହରଣ କରିନେଲେ ଅଲ୍ କାଏଦା ଆତଙ୍କୀ, ସୁରକ୍ଷିତ ଉଦ୍ଧାର ପାଇଁ ଭାରତର ପ୍ରକ୍ରିୟା
  • ||
  • ବୌଦ୍ଧ : ବାପାଙ୍କ ମୃତ୍ୟୁ ଖବର ଶୁଣି ଘରକୁ ଯାଉଥିଲେ ଦମ୍ପତି, ଦୁର୍ଘଟଣାରେ ଚାଲିଗଲା ଜୀବନ
  • ||
  • ବାଲେଶ୍ୱର : ବିପଦ ସଂକେତ ତଳେ ସୁବର୍ଣ୍ଣରେଖା, ଏବେବି ପାଣି ଘେରରେ ୨୦ରୁ ଅଧିକ ଗାଁ
  • ||
  • ୭ ଯାଏ ବର୍ଷା, ପଶ୍ଚିମ ଓଡ଼ିଶାରେ ପ୍ରବଳ ଛେଚିବ
  • ||
  • ଇଣ୍ଡୋନେସିଆ ବାଲିରେ ଅଘଟଣ, ୬୫ ଯାତ୍ରୀଙ୍କୁ ନେଇ ଯାଉଥିବା ଡଙ୍ଗା ବୁଡ଼ି ୪ ମୃତ, ଅନେକ ନିଖୋଜ
  • ||

ଡିଜିପି ସମ୍ମିଳନୀ ପାଇଁ ରାଜଧାନୀରେ ସ୍କୁଲ ବନ୍ଦ, ଦିନ ୧ଟା ପରେ ଛୁଟି ଘୋଷଣା କଲେ ରାଜ୍ୟ ସରକାର

Published By : Harapriya Sethi | November 29, 2024 8:26 AM

ଭୁବନେଶ୍ୱର, ୨୯/୧୧: ଡିଜିପି ସମ୍ମିଳନୀ ପାଇଁ ରାଜଧାନୀରେ ସ୍କୁଲ ବନ୍ଦ । ଭୁବନେଶ୍ୱରରେ ଥିବା ସମସ୍ତ ସରକାରୀ ଏବଂ ବେସରକାରୀ ସ୍କୁଲ ଗୁଡିକୁ ଦିନ ୧ଟା ପରେ ଛୁଟି ଘୋଷଣା କରିବା ପାଇଁ ଘୋଷଣା କଲେ ରାଜ୍ୟ ସରକାର । ତିନି ଦିନିଆ ଡିଜିପି ସମ୍ମିଳନୀକୁ ନଜରରେ ରଖି ସୁରକ୍ଷା ଦୃଷ୍ଟିରୁ ଏଭଳି ପଦକ୍ଷେପ ନିଆଯାଇଛି । 

ରାଜ୍ୟରେ ୩ ଦିନିଆ ଡିଜିପି ସମ୍ମିଳନୀ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଗୃହ ମନ୍ତ୍ରୀ ଅମିତ ଶାହ, ସମସ୍ତ ରାଜ୍ୟର ଡିଜି ଏବଂ ଅନ୍ୟ ଭିଆଇପି ଅତିଥି ଆସୁଥିବାରୁ ସୁରକ୍ଷା ଦୃଷ୍ଟିରୁ ଏଭଳି ନିଷ୍ପତ୍ତି ନିଆଯାଇଛି । ଏହି ସଭାରେ ଦେଶର ଆଭ୍ୟନ୍ତରୀଣ ସୁରକ୍ଷା ସହ ସୀମା ସୁରକ୍ଷା, ସାଇବର ଅପରାଧ, ଗଞ୍ଜେଇ ଓ ବ୍ରାଉନସୁଗର କାରବାର, ଏଆଇ ଟେକ୍ନୋଲୋଜି, ଜେଲ୍‌ ସଂସ୍କାର ଭଳି ପ୍ରମୁଖ ପ୍ରସଙ୍ଗରେ ତିନି ଦିନ ଧରି ହେବ ଆଲୋଚନା । ପ୍ରଥମ  ଥର ଲାଗି ଓଡ଼ିଶାରେ ହେଉଥିବା ଏହି ସମ୍ମିଳନୀ ପାଇଁ ରାଜଧାନୀରେ କଡ଼ା ସୁରକ୍ଷାର ବ୍ୟବସ୍ଥା କରାଯାଇଛି । ତେଣୁ ଟ୍ରାଫିକ୍‌ ଏବଂ ସୁରକ୍ଷାକୁ ଦୃଷ୍ଟିରେ ରଖି ସମସ୍ତ ସରକାରୀ ଏବଂ ବେସରକରୀ ସ୍କୁଲ୍‌ ଗୁଡିକୁ ଦିନ ୧ଟାରୁ ବନ୍ଦ କରିବାକୁ ରାଜ୍ୟ ସରକାର ଘୋଷଣା କରିଛନ୍ତି । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.