ପ୍ରମୂଖ ଖବର
  • ରାଜ୍ୟସଭାକୁ ୪ ମନୋନୀତ, ମନୋନୀତ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
  • ||
  • ବାଲେଶ୍ବର: ଟ୍ରକ୍‌ ଧକ୍କାରେ ଓଲଟି ପଡ଼ିଲା ବସ୍‌, ୨୦ରୁ ଉର୍ଦ୍ଧ୍ୱ ଗୁରୁତର
  • ||
  • ଏନ୍‌ସିଇଆର୍‌ଟି ବିଏଡ୍‌ ପ୍ରବେଶିକା ପରୀକ୍ଷା, ଆଜି ରାଜ୍ୟର ୪୪ କେନ୍ଦ୍ରରେ ୨୨ ହଜାର ଛାତ୍ରଛାତ୍ରୀ ଦେବେ ପରୀକ୍ଷା
  • ||
  • ସୋମବାର ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି: ଆଜି ପୁଲିସର କାର୍‌କେଡ୍‌ ରିହର୍ସାଲ, ଜଗିବେ ୫୦ ପ୍ଲାଟୁନ୍‌ ଫୋର୍ସ
  • ||
  • ଗାଜା ଉପରେ ଇସ୍ରାଏଲର ଭୟଙ୍କର ହମଲା, ୧୧୦ ପାଲେଷ୍ଟାନୀୟ ମୃତ
  • ||
  • ୧୬ରେ ବଙ୍ଗୋପସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ ସମ୍ଭାବନା, ଆଜି ବର୍ଷା ନେଇ ଅଧା ଓଡ଼ିଶାକୁ ୟେଲୋ ଓ୍ବାର୍ଣ୍ଣିଂ
  • ||

ଡିଭାଇଡର୍‌କୁ ପିଟି ଢାବାରେ ପଶିଗଲା ସ୍କୁଟି: ଜଣେ ମୃତ, ଜଣେ ଗୁରୁତର

Published By : Harapriya Sethi | March 1, 2025 8:04 AM

ଭୁବନେଶ୍ଵର,୦୧/୦୩: ପୁରୀ ବାଇପାସ୍‌ ରୋଡ୍‌ କେଶୁରା ଛକ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା । ଡିଭାଇଡର୍‌କୁ ପିଟି ଢାବା ଭିତରକୁ ପଶିଗଲା ସ୍କୁଟି । ଦୁର୍ଘଟଣାରେ ଚାଳକଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଗୁରୁତର ହୋଇଛନ୍ତି । ଉଭୟଙ୍କ ପରିଚୟ ବର୍ତ୍ତମାନ ଅସ୍ପଷ୍ଟ ରହିଛି । ରାଜଧାନୀ ଭୁବନେଶ୍ୱରରେ ଏଭଳି ଘଟଣା ଘଟିଥିବାର ଖବର ସାମ୍ନାକୁ ଆସିଛି । 

ସୂଚନା ମୁତାବକ, ଆଜି ଭୋର ସମୟରେ ଦୁଇ ଜଣ ଯୁବକ ଏକ ସ୍କୁଟିରେ ପୁରୀ ବାଇପାସ୍‌ ରୋଡ୍‌ରେ ଯାଉଥିଲେ । ସ୍କୁଟି ଚାଳକ ଦ୍ରୁତ ଗତିରେ ଗାଡ଼ି ଚଳାଉ ଥିବାରୁ ଘଟିଗଲା ଦୁର୍ଘଟଣା । ଗାଡ଼ିଟି ଦ୍ରୁତ ଗତିରେ ଆସି କେଶୁରା ଛକ ନିକଟରେ ଡିଭାଇଡର୍‌ରେ ପିଟି ହୋଇଥିଲା । ଫଳରେ ଚାଳକ ଜଣକ ରାସ୍ତା ପାର୍ଶ୍ୱରେ ଖସି ପଡ଼ିଥିଲେ ଏବଂ ସ୍କୁଟିଟି ରାସ୍ତା କଡରେ ଥିବା ଏକ ଢ଼ାବା ଭିତରକୁ ପଶିଯାଇଥିଲା । ଏହି ଦୁର୍ଘଟଣାରେ ଘଟଣା ସ୍ଥଳରେ ହିଁ ସ୍କୁଟି ଚାଳକଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଗୁରୁତର ହୋଇଥିଲେ । ଏହା ଦେଖି ସ୍ଥାନୀୟଲୋକେ ତୁରନ୍ତ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ଯୁବକଙ୍କ ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି । ଏହା ସହ ଗୁରୁତର ଅବସ୍ଥାରେ ଅନ୍ୟ ଜଣେ ଯୁବକଙ୍କୁ ଚିକିତ୍ସା ପାଇଁ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରିଛି ପୋଲିସ । ଏଥି ସହିତ ଘଟଣା ସ୍ଥଳରେ ଉପସ୍ଥିତ ରହି ଘଟଣାର ତଦନ୍ତ କରୁଛି ପୋଲିସ ।


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.