ପ୍ରମୂଖ ଖବର
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

କନ୍ଧମାଳ ସତସଙ୍ଗ ବିହାର ନିକଟରେ ସ୍କର୍ପିଓ ଦୁର୍ଘଟଣାଗ୍ରସ୍ତ, ସ୍ୱାମୀ-ସ୍ତ୍ରୀ ଗୁରୁତର

ରାଇକିଆ, ୩୦।୪: କନ୍ଧମାଳ ଜିଲ୍ଲା ରାଇକିଆ ଥାନା ଅନ୍ତର୍ଗତ ସତସଙ୍ଗ ବିହାର ନିକଟରେ ଏକ ସ୍କର୍ପିଓ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଥିବା ସୂଚନା । ଦୁର୍ଘଟଣା ଫଳରେ ଏକ ଦମ୍ପତି ଗୁରୁତର ହୋଇଥିବା ଜଣାପଡ଼ିଛି । ଆହତମାନେ ରାଇକିଆ ଟିଚର କଲୋନୀର   ସୁବାଷ ସିଂ ଓ ତାଙ୍କ ପତ୍ନୀ ନଳିନୀ ସିଂ । 

ସୂଚନା ଅନୁଯାୟୀ, ଏହି ଦମ୍ପତି ବ୍ରହ୍ମପୁରରେ ପଢ଼ୁଥିବା ତାଙ୍କ ଝିଅକୁ ଛାଡ଼ିବା ପାଇଁ ଯାଇଥିଲେ । ଆଜି ସେଠାରୁ ଫେରୁଥିବା ବେଳେ ରାଇକିଆ ସତସଙ୍ଗ ବିହାର ନିକଟରେ ଗାଡ଼ି ଭାରସାମ୍ୟ ହରାଇ ରାସ୍ତା କଡ଼ରେ ଥିବା ଏକ ଗଛରେ ଧକ୍କା ଦେଇଥିଲା । ଫଳରେ ଉଭୟେ ଗୁରୁତର ହୋଇଥିଲେ । ଖବର ପାଇ ରାଇକିଆ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ସେମାନଙ୍କୁ ଉଦ୍ଧାର କରିବା ପରେ ରାଇକିଆ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ । ଘଟଣାସ୍ଥଳରେ ରାଇକିଆ ପୋଲିସ ପହଞ୍ଚି ଘଟଣାର ତଦନ୍ତ ଜାରି ରଖିଛି ।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.