ପ୍ରମୂଖ ଖବର
  • ପାରାଦୀପ ବନ୍ଦରରେ ସିବିଆଇ ଚଢ଼ାଉ, ପୋର୍ଟ ପ୍ରଶାସନ ବିଲ୍ଡିଂରେ ୪ ଜିଣିଆ ଟିମ୍‌ର ଖୋଳତାଡ
  • ||
  • କଟକ : ମହାନଦୀ ପଠାରୁ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ପୋଲିସର ତଦନ୍ତ ଆରମ୍ଭ
  • ||
  • ଛତିଶଗଡ଼ର ବିଜାପୁରରେ ଏନ୍‌କାଉଣ୍ଟର, ସୁରକ୍ଷାବାହିନୀ ଗୁଳିରେ ୨୨ ନକ୍ସଲ ସଫା, ଜଣେ ଯବାନ ସହିଦ୍
  • ||
  • ନୟାଗଡ଼ରେ ଅଭାବନୀୟ ଘଟଣା, ଶୌଚାଳୟରେ ପ୍ରସବ କଲେ ଯୁକ୍ତ ୩ ଛାତ୍ରୀ
  • ||
  • ପ୍ରଶ୍ନକାଳ ଆରମ୍ଭରୁ ବିଧାନସଭାରେ ହୋହାଲ୍ଲା, ୧୨ଟା ଯାଏଁ ଗୃହ ମୁଲତବୀ
  • ||
  • ଗଜପତି: ଦୁଇ ବ୍ୟବସାୟୀଙ୍କ ଭାଇଙ୍କ ଘରେ ଆଇଟି ଚଢ଼ାଊ, ଆୟକର ବିଭାଗ ୧୨ ଅଧିକାରୀ ସାମିଲ୍
  • ||
  • ସମ୍ବଲପୁର: ପିଲାଙ୍କ ଭବିଷ୍ୟତ ସହିତ ସାଙ୍ଘାତିକ ଖେଳ, ପରୀକ୍ଷା ପୂର୍ବରୁ ୟୁଟ୍ୟୁବରେ ଘୂରି ବୁଲୁଛି ୭ମ ଏବଂ ୮ମ ପ୍ରଶ୍ନପତ୍ର
  • ||
  • ବୌଦ୍ଧ : ୧୨ କ୍ଵିଣ୍ଟାଲ ଗଞ୍ଜେଇ ଜବତ, ୨ ଗିରଫ
  • ||
  • ଗନ୍ଧମାର୍ଦ୍ଦନ ଲୋଡିଂ ଏଜେନ୍ସିର ଆର୍ଥିକ ଅନିୟମିତତା ମାମଲା : ରାଜା ଚକ୍ରଙ୍କ ସହଯୋଗୀ ସମୀର ଜେନା
  • ||
  • ସେଣ୍ଟ୍ରାଲ ବ୍ୟାଙ୍କ୍ ଅଫ୍‌ ଇଣ୍ଡିଆର ଏଟିଏମ୍‌ ତାଡି ନେଲେ ଦୁର୍ବୃତ୍ତ, ଜେସିବି ମାଲିକ ଅଟକ
  • ||
  • ତାତିରେ ବ୍ରେକ୍ ଲଗାଇବ କାଳବୈଶାଖୀ, ଆଜି ୬ ଜିଲ୍ଲାରେ ବର୍ଷା, ପବନ ପାଇଁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି
  • ||

ସ୍କର୍ପିଓକୁ ପିଟିଲା ହାଇୱା: ଜଣେ ମୃତ, ୩ ଗୁରୁତର

Published By : Harapriya Sethi | March 6, 2025 8:04 AM

ଭୁବନେଶ୍ୱର,୦୬/୦୩: ବିଳମ୍ବିତ ରାତ୍ରିରେ ଭୁବନେଶ୍ଵର-ପୁରୀ NH ଗୁଡିଆପୋଖରୀ ଛକ ନିକଟରେ ସ୍କର୍ପିଓକୁ ପିଟିଲା ହାଇୱା । ଘଟଣା ସ୍ଥଳରେ ଜଣେ ଯୁବକ ପ୍ରାଣ ହରାଇଥିବା ବେଳେ ୩ ଜଣ ଗୁରୁତର ହୋଇଛନ୍ତି । ମୃତକ ହେଲେ ଭୁବନେଶ୍ଵର ସୁନ୍ଦରପଦା ଅଞ୍ଚଳର ମନୋଜ ବେହେରା । ପୁରୀ NH ଗୁଡିଆପୋଖରୀ ଛକ ନିକଟରେ ଏଭଳି ଘଟଣା ଘଟିଛି ।

ଟ୍ରଲର୍‌କୁ ପଛପଟୁ ପିଟିଲା ବାଇକ୍‌, ଯୁବକ ମୃତ

ସୂଚନା ମୁତାବକ, ବୁଧବାର ବିଳମ୍ବିତ ରାତ୍ରିରେ ସ୍କର୍ପିଓରେ ୪ ଜଣ ଯୁବକ ପୁରୀ ଅଭିମୁଖେ ଯାଉଥିଲେ । ଭୁବନେଶ୍ଵର-ପୁରୀ NHରେ ଯାଉଥିବା ବେଳେ ଗୁଡିଆପୋଖରୀ ଛକ ନିକଟରେ ଏକ ହଇୱା ଆସି ସ୍କର୍ପିଓକୁ ଧକ୍କା ଦେଇଥିଲା । ଏହି ଦୁର୍ଘଟଣାରେ ଘଟଣା ସ୍ଥଳରେ ହିଁ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଉ ୩ ଜଣ ଗୁରୁତର ହୋଇଥିଲେ । ଏହା ଦେଖି ସ୍ଥାନୀୟଲୋକେ ତୁରନ୍ତ ପୋଲସକୁ ଖବର ଦେଇଥିଲେ । ଖବର ପାଇ ଘଟଣା ସ୍ଥଳରେ ପୋଲିସ ପହଞ୍ଚି ଯୁବକଙ୍କ ମୃତଦେହ ଜବତ କରିଛି । ଏହା ସହ ଗୁରୁତରଙ୍କୁ ତୁରନ୍ତ ନିକଟସ୍ଥ ଡାକ୍ତରଖାନାକୁ ପଠାଇ ଘଟଣାର ତଦନ୍ତ ଚଳାଇଛି ପୋଲିସ । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.