ପ୍ରମୂଖ ଖବର
  • ଗୁଗୁଲ୍-ମେଟାକୁ ଇଡ଼ି ନୋଟିସ୍‌, ଅନ୍‌ଲାଇନ୍ ବେଟିଂ ଆପ୍‌ ମାମଲାରେ ସମନ୍‌
  • ||
  • ପୁରୀ: ବଳଙ୍ଗା ଥାନା ଅଞ୍ଚଳରେ ଅଭାବନୀୟ ଘଟଣା, ନାବାଳିକାଙ୍କୁ ନିଆଁ ଲଗାଇ ପୋଡ଼ି ଦେଲେ ୩ ଦୃର୍ବୃତ୍ତ
  • ||
  • ଢେଙ୍କାନାଳ ଗଉଡ଼କାଟେଣିରେ ଟ୍ରକ୍-‌ହାୱାଇ ମୁହାଁମୁହିଁ ଧକ୍କା, ହାୱାଇ ଡ୍ରାଇଭର ଗୁରୁତର
  • ||
  • ଶିକ୍ଷକ ଅଭାବରୁ ସ୍କୁଲରେ ତାଲା ପକାଇଲେ ଗ୍ରାମବାସୀ, ଧାରଣାରେ ଛାତ୍ରଛାତ୍ରୀ
  • ||
  • ମାଲକାନଗିରି: ଏନ୍‌କାଉଣ୍ଟରରେ ୬ ମାଓବାଦୀ ନିହତ, AK-47, SRL ରାଇଫଲ୍ ସମେତ ବିପୁଳ ବିସ୍ଫୋରକ ଜବତ
  • ||
  • କେନ୍ଦ୍ରକୁ ସୁପ୍ରିମକୋର୍ଟଙ୍କ ଚେତାବନୀ, ଏନ୍‌ଆଇଏ ମାମଲା ପାଇଁ ସ୍ୱତନ୍ତ୍ର କୋର୍ଟ ବନାଅ...
  • ||
  • ଜଳେଶ୍ବର: ଟ୍ରକ୍‌କୁ ଧକ୍କା ଦେଲା ବସ୍‌; ୩୦ ଜଣ ଯାତ୍ରୀ ଆହତ
  • ||
  • ଶନିବାରଠୁ ଚାଷୀ ପଞ୍ଜୀକରଣ, ଅଗଷ୍ଟ ୨୦ ଯାଏ ଚାଲିବ ପ୍ରକ୍ରିୟା: ନଭେମ୍ବର ପ୍ରଥମ ସପ୍ତାହରୁ ଧାନକିଣା
  • ||
  • ୨୩ରେ ଲଘୁଚାପ, ୨୫ରେ ନେଇପାରେ ଅବପାତ ରୂପ: ଆଜିଠୁ ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷା ଆଶଙ୍କା
  • ||

କୋଏଲ ନଦୀରେ ବୁଡ଼ି ନାବାଳକ ନିଖୋଜ ହେବା ଘଟଣା: ୨୪ ଘଣ୍ଟା ପରେ ବି ଚାଲିଛି ସର୍ଚ୍ଚ ଅପରେସନ

Published By : Harapriya Sethi | November 4, 2024 12:01 PM

ରାଉରକେଲା, ୦୪/୧୧: କୋଏଲ ନଦୀରେ ବାରମ୍ବାର ଘଟୁଛି ଅଘଟଣ । ଯାଉଛି ଜୀବନ । ରବିବାର ଅପରାହ୍ନରେ ନଦୀରେ ବୁଡି ନିଖୋଜ ହୋଇଥିବା ୧୩ ବର୍ଷର ନାବାଳକ ପ୍ରତୀକ ବଡ଼ାଇକଙ୍କ ଏବେ ଶୁଦ୍ଧ ପତ୍ତା ମିଳିନି । ତେଣୁ ସୋମବାର ପୁଣି ଥରେ ଆରମ୍ଭ ହୋଇଛି ସର୍ଚ୍ଚ ଅପରେସନ ।

ସୂଚନା ମୁତାବକ, ରବିବାର ୪ ଜଣ ନାବାଳକ ସାଙ୍ଗ ସେକ୍ଟର ୧୯ ହମୀରପୁର କୋଏଲ ଘାଟିକୁ ଗାଧୋଇବାକୁ ଯାଇଥିଲେ । ଗାଧୋଇବା ବେଳେ ନଦୀର ଗଭୀର ପାଣିରେ ୨ ସାଙ୍ଗ ବୁଡି ଯାଇଥିଲେ । ଏହା ଦେଖି ସ୍ଥାନୀୟ ଲୋକେ ତୁରନ୍ତ ଅଗ୍ନିଶମ ବାହିନୀ ଏବଂ ପୋଲିସକୁ ଖବର ଦେଇଥିଲେ । ଏହାରି ଭିତରେ ଲୋକେ ଜଣଙ୍କୁ ଉଦ୍ଧାର କରିଥିବା ବେଳେ ପ୍ରତୀକଙ୍କ କୌଣସି ପତ୍ତା ମିଳି ନାହିଁ । ଖବର ପାଇ ପୋଲିସ ଏବଂ ଅଗ୍ନିଶମ ବାହିନୀର ଏକ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ସର୍ଚ୍ଚ ଅପରେସନ୍ ଆରମ୍ଭ କରିଥିଲେ । କିନ୍ତୁ ସନ୍ଧ୍ୟା ହେବାରୁ ସର୍ଚ୍ଚ ବନ୍ଦ କରାଯାଇଥିଲା । ପରେ ସୋମବାର ସକାଳୁ ପୁଣି ଆରମ୍ଭ ହୋଇଛି ସର୍ଚ୍ଚ ଅପରେସନ୍‌ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.