PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ନୂଆଦିଲ୍ଲୀ: ଅବକାରୀ ନୀତି ମାମଲାରେ ମନୀଷ ସିସୋଦିଆଙ୍କୁ ଝଟକା, ଜାମିନ ଆବେଦନ ଖାରଜ କଲେ କୋର୍ଟ
  • ||
  • ମନମୁଣ୍ଡା ଏବଂ ବିଳାଶପୁରରେ ସମବାୟ ବ୍ୟାଙ୍କିଙ୍ଗ୍‌ ସେବା ଓ ଋଣ କର୍ମଶାଳା ଅନୁଷ୍ଠିତ
  • ||
  • ଭୁବନେଶ୍ବର: ଝାରସୁଗୁଡ଼ା ଉପନିର୍ବାଚନ; ଦିବଂଗତ ମନ୍ତ୍ରୀ ନବ ଦାସଙ୍କ ଝିଅ ଦୀପାଳି ଦାସ ହେଲେ ବିଜେଡି ପ୍ରାର୍ଥୀ
  • ||
  • ନୀଳଗିରି : ଜାମୁଡିସାହି ଗ୍ରାମରେ ଅଭିଯୁକ୍ତକୁ ନୋଟିସ୍ ଦେବାକୁ ଯାଇ ପାଲଟା ଆକ୍ରମଣର ଶିକାର ହେଲେ ନୀଳଗିରି ପୋଲିସ। ୫ ପୋଲିସଙ୍କୁ ହାଣିଲା ଅଭିଯୁକ୍ତ
  • ||
  • ହରଭଙ୍ଗା : ଦଣ୍ଡ ଯାତ୍ରାରେ ଆଖିବୁଜିଲେ କାଳିସୀ, ମୃତ୍ୟୁର କାରଣ ଅସ୍ପଷ୍ଟ
  • ||
  • ଭୁବନେଶ୍ୱର : ଏପ୍ରିଲ ୩ରୁ ଜାପାନ ଯିବେ ନବୀନ, ଓଡ଼ିଶା ପାଇଁ ପୁଞ୍ଜିନିବେଶ ଖୋଜିବେ
  • ||
  • ଭୁବନେଶ୍ୱର : ଆଜି ପ୍ରବଳ ବର୍ଷା ସମ୍ଭାବନା, ବିଜୁଳି, ଘଡ଼ଘଡ଼ି ସହ କୁଆପଥର ବର୍ଷିବ: ୭ ଜିଲ୍ଲାକ ଅରେଞ୍ଜ ୱାର୍ଣ୍ଣିଂ
  • ||

ସ୍ୱୟଂ ସହାୟକ ଗୋଷ୍ଠୀରୁ ଉଦ୍ୟୋଗୀ, ହକି ବିଶ୍ୱକପ୍‌ରେ ମାତ୍ର ୧୫ ଦିନରେ ୪ ଲକ୍ଷ ଟଙ୍କାରୁ ଊଦ୍ଧ୍ୱ ବ୍ୟବସାୟ

ଭୁବନେଶ୍ୱର,୦୫/୦୨: ଖୋର୍ଦ୍ଧା ଜିଲ୍ଲା ଭୁବନେଶ୍ୱର ମହାନଗର ନିଗମ ୩୭ ନମ୍ବର ୱାର୍ଡ ଅନ୍ତର୍ଗତ ନୂଆପଲ୍ଲୀ ବେହେରା ସାହିର ସ୍ୱୟଂ ଶ୍ରଦ୍ଧା ମହିଳା ମହାସଂଘ ଏକ ଅଗ୍ରଣୀ ମହିଳା ଏସ୍‌ଏଚ୍‌ଜି ମହାସଂଘ । ସେମାନେ ପ୍ରଥମେ ନିଜ ଉଦ୍ୟମରେ ଘରୋଇ ଭାବେ ଅଳ୍ପ କିଛି କିଛି ପିଠା ଓ ଅନ୍ୟାନ୍ୟ ହାତ ତିଆରି ସାମଗ୍ରୀ ପ୍ରସ୍ତୁତ କରି ବିକ୍ରି କରୁଥିଲେ । ମିଲେଟ୍‌ର ଚାହିଦାକୁ ଦେଖି ସେମାନେ ଦୁଇବର୍ଷ ହେବ ବିଭିନ୍ନ ଛୋଟ ଛୋଟ କାର୍ଯ୍ୟକ୍ରମ, ଉତ୍ସବ ଆଦିରେ ମିଲେଟ୍‌ରୁ ପ୍ରସ୍ତୁତ ପିଠା, ଲଡ଼ୁ ଓ ଅନ୍ୟାନ୍ୟ ସାମଗ୍ରୀ ଯୋଗାଇଦେଇ ଜୀବିକା ଅର୍ଜନ କରୁଥିଲେ । ମିଲେଟ୍‌ ସାମଗ୍ରୀ ପ୍ରସ୍ତୁତି ନିମନ୍ତେ ମହାସଂଘର ସଦସ୍ୟାମାନେ ଭୁବନେଶ୍ୱରସ୍ଥିତ ହୋଟେଲ୍‌ ମ୍ୟାନେଜ୍‌ମେଣ୍ଟ ପ୍ରତିଷ୍ଠାନରେ ତାଲିମ ନେଇଥିଲେ ଏବଂ ସେମାନଙ୍କ ଏହି ସବୁ ସାମଗ୍ରୀ ପ୍ରସ୍ତୁତିରେ ଦକ୍ଷତା ଓ ଅଭିଜ୍ଞତା ଥିଲା । କେବଳ ଏକ ସୁଯୋଗର ଅପେକ୍ଷା ଥିଲା । ସେ ବଡ଼ ସୁଯୋଗ ସେମାନଙ୍କ ପାଖକୁ ଆସିଲା ଯେତେବେଳେ ହକି ବିଶ୍ୱକପ୍‌ ପାଇଁ ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମ୍‌ ଭିତରେ ଗୋଟିଏ ମିଲେଟ୍‌ ଶକ୍ତି କାଫେ ଖୋଲିବା ପାଇଁ ଓଡ଼ିଶା ମିଲେଟ୍‌ ମିଶନ ଏବଂ ମିଶନ ଶକ୍ତି ବିଭାଗ ତରଫରୁ ପଦକ୍ଷେପ ନିଆଗଲା । ଏହି କାଫେରେ ବିକ୍ରୟ ନିମନ୍ତେ ସେମାନେ ଆବେଦନ କଲେ ଏବଂ ମିଲେଟ୍‌ କାଫେ ପରିଚାଳନା ନିମନ୍ତେ କାର୍ଯ୍ୟାଦେଶ ପାଇଲେ।

ଜାନୁଆରୀ ୧୨ ତାରିଖ ଦିନ ଏହି କାଫେ କଳିଙ୍ଗ ଷ୍ଟାଡିୟମ୍‌ ଭିତରେ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଉଦ୍‌ଘାଟିତ ହୋଇଥିଲା । ସେଦିନ ଏହି ମହାସଂଘର ସଦସ୍ୟାମାନଙ୍କ ଖୁସି କହିଲେ ନସରେ । ହକି ବିଶ୍ୱକପ୍‌ ସମୟରେ ଜାତୀୟ ଏବଂ ଅନ୍ତର୍ଜାତୀୟ କ୍ରୀଡ଼ାବିତ୍‌ଙ୍କ ସମେତ ପୃଥିବୀର ବିଭିନ୍ନ ଦେଶରୁ ଆସିଥିବା ଅତିଥିମାନଙ୍କୁ ସେମାନଙ୍କ ଦ୍ୱାରା ମିଲେଟ୍‌ରୁ ପ୍ରସ୍ତୁତ ବିଭିନ୍ନ ଖାଦ୍ୟ ସାମଗ୍ରୀ ଯୋଗାଇଦେବା ସେମାନଙ୍କ ପାଇଁ ଗୋଟେ ବହୁତ ବଡ଼ ସୁଯୋଗ ଆଣିଦେଲା । ମହାସଂଘର ମା’ମାନେ ଦିନରାତି ଲାଗି ପଡ଼ିଲେ । ମ୍ୟାଚ ଥିବା ଦିନମାନଙ୍କରେ ସେମାନେ ୨୫ରୁ ୩୦ ହଜାର ଟଙ୍କା ବ୍ୟବସାୟ କରିଥାନ୍ତି ଏବଂ ମ୍ୟାଚ୍‌ ନଥିବା ଦିନଗୁଡ଼ିକରେ ୧୦ରୁ ୧୫ ହଜାର ଟଙ୍କାର ବିକ୍ରୟ ହେଉଥିଲା । ଏହି ସମୟ ମଧ୍ୟରେ କମିଶନରେଟ୍‌ ପୋଲିସକୁ ସେମାନେ ଗୋଟିଏ କାର୍ଯ୍ୟକ୍ରମ ପାଇଁ ପ୍ରାୟ ୫୦୦ ପ୍ୟାକେଟ୍‌ ( ୬ ପ୍ରକାର ଖାଦ୍ୟ ସାମଗ୍ରୀର ଏକ ଜଳଖିଆ ପ୍ୟାକେଟ) ଯୋଗାଇଛନ୍ତି । ଏଥିରେ ସେମାନଙ୍କର ପ୍ରାୟ ୫୦ ହଜାର ଟଙ୍କାର ବ୍ୟବସାୟ ହୋଇଥିଲା । ପୁଣି ଭୁବନେଶ୍ୱର ମହାନଗର ନିଗମ କର୍ପୋରେଟରମାନଙ୍କ ଏକ ଉତ୍ସବ ପାଇଁ ସେମାନେ ୬୦୦ ପ୍ୟାକେଟ ଯୋଗାଇ ବେଶ ଲାଭବାନ ହୋଇଛନ୍ତି । ଖେଳ ଦେଖିବାକୁ ଆସିଥିବା ରାଜ୍ୟ ବାହାରର ବହୁ ଲୋକ ସେମାନଙ୍କ ସାମଗ୍ରୀ କିଣି ନେଇଛନ୍ତି । ମାତ୍ର ୧୫ ଦିନ ମଧ୍ୟରେ ସେମାନେ ୪ ଲକ୍ଷ ଟଙ୍କାର ବ୍ୟବସାୟ କରିଛନ୍ତି ।    

ଆନୁଷଙ୍ଗିକ ଯନ୍ତ୍ରପାତି, କଞ୍ଚାମାଲ ଆଦି କିଣିବା ପାଇଁ ମିଶନ ଶକ୍ତି ବିଭାଗ ତରଫରୁ ବ୍ୟାଙ୍କ୍‌ ଲିଙ୍କେଜ୍‌ ଜରିଆରେ ସେମାନଙ୍କୁ ଅର୍ଥ ରାଶି ଏବଂ ଅନ୍ୟାନ୍ୟ ସମସ୍ତ ସହାୟତା ଯୋଗାଇ ଦିଆଯାଇଛି । ବିଭାଗ ତରଫରୁ ମଧ୍ୟ ସଦସ୍ୟାମାନଙ୍କୁ ପ୍ୟାକେଜିଂ, ସଂରକ୍ଷଣ, ସାମଗ୍ରୀ ପ୍ରସ୍ତୁତି ଆଦି ସଂପର୍କରେ ଉଚ୍ଚ ତାଲିମ ପ୍ରଦାନ କରାଯାଇଛି । ପିଠା ଏବଂ ଶୁଖିଲା ଖାଦ୍ୟ ବ୍ୟତୀତ ମିଲେଟ୍‌ର ବିଭିନ୍ନ ବେକେରୀ ସାମଗ୍ରୀ ମଧ୍ୟ ପ୍ରସ୍ତୁତ କରି ସେମାନେ ବିଭିନ୍ନ ସ୍ଥାନକୁ ଯୋଗାଇ ଦେଇଛନ୍ତି ।