ଭୁବନେଶ୍ୱର,୯/୧୧ : ବରିଷ୍ଠ ଆଇଏଏସସ୍ତରରେ ଅଦଳବଦଳ । ବିଶାଳ ଦେବଙ୍କୁ ଶକ୍ତି ବିଭାଗର ଦାୟିତ୍ବ ଦିଆଯାଇଛି । ସେହିପରି ଖାଦ୍ୟ ଯୋଗାଣ ସଚିବ ପଦରୁ ହଟିଛନ୍ତି ବୀର ବିକ୍ରମ ଯାଦବ। ତାଙ୍କ ସ୍ଥାନରେ ପ୍ରମୁଖ ସଚିବ ସଞ୍ଜୟ ସିଂହଙ୍କୁ ଖାଦ୍ୟ ଯୋଗାଣ ବିଭାଗର ଅତିରିକ୍ତ ଦାୟିତ୍ୱ ଦିଆଯାଇଛି । 

କ୍ରୀଡ଼ା ସଚିବ ଭାସ୍କର ଜ୍ୟୋତି ଶର୍ମାଙ୍କୁ OPTCL ସିଏମ୍‌ଡି ଅତିରିକ୍ତ ଦାୟିତ୍ୱ ଦିଆଯାଇଛି। କେନ୍ଦ୍ରୀୟ ଡେପୁଟେସନରୁ ଫେରିଥିବା ଗିରିଶ ଏସ୍‌ ଏନ୍‌ଙ୍କୁ ପଞ୍ଚାୟତିରାଜ ଦାୟିତ୍ୱ ଦିଆଯାଇଛି । 

ସେହିପରି ସ୍ୱତନ୍ତ୍ର ସଚିବ ଗୁହା ପୁନମ ତାପସ କୁମାରଙ୍କୁ ବୟନ ହସ୍ତତନ୍ତ ବିଭାଗର ଦାୟିତ୍ୱ ଦିଆଯାଇଛି। ଗୁହା ପୁନମ ତାପସ କୁମାରଙ୍କୁ ଅବକାରୀ କମିଶନର-ସଚିବ ଦାୟିତ୍ୱ ମଧ୍ୟ ଦିଆଯାଇଛି।