PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୁରୀ : ସ୍କୁଟି ଉପରେ ମାଡିଗଲା ଟାଉନ ବସ୍, ଚାଲିଗଲା ୩ ଜୀବନ
  • ||
  • ଝଡ଼ ତୋଫାନରେ ଲକ୍ଷ୍ନୌର ଇକାନା ଷ୍ଟାଡିୟମର ଭାଙ୍ଗି ଗଲା ବୋର୍ଡ , ଜଣେ ବ୍ୟକ୍ତି ଚାପି ହୋଇ ରହିଥିବା ସୂଚନା
  • ||
  • ରେଲୱେ ଚାକିରିକୁ ଫେରିଲେ ବଜରଙ୍ଗ , ଭିନେଶ ଓ ସାକ୍ଷୀ ମଲିକ – ଆନ୍ଦୋଳନରୁ ପଛକୁ ହଟିବାକୁ କଲେ ମନା
  • ||
  • ବରଗଡ଼: ବରଗଡ଼ରେ ଲାଇନ୍‌ଚ୍ୟୁତ୍ ହେଲା ଚୂନପଥର ବୋଝେଇ ମାଲବାହୀ ଟ୍ରେନ୍, ଟ୍ରାକ୍‌ରୁ ଖସିଲା ୫ ୱାଗନ୍
  • ||
  • ବାଲେଶ୍ୱର : ଶବକୁ ନେଇ ସାଂଘାତିକ ଖେଳ: ଆଉ କାହାର ଶବକୁ ଧରି ସ୍ତ୍ରୀ କହିଲା ସ୍ୱାମୀ ମୋର, ଦିଅ ଟଙ୍କା…
  • ||
  • ଭୁବନେଶ୍ୱର : କୋଲକାତା ଓ ଆସାମ ଫେରିଲେ ଯାତ୍ରୀ, ବସ୍‌ ସେବା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ
  • ||
  • ସୋର: ବାହାନଗାରେ ସ୍ଵାଭାବିକ ହେଲା ଟ୍ରେନ୍ ଚଳାଚଳ, ଗଡ଼ିଲା ୩ଟି ଟ୍ରେନ୍
  • ||
  • ବାଲେଶ୍ୱର : ବାହାନଗା ଟ୍ରେନ୍‌ ଦୁର୍ଘଟଣା: ୨୮୫ ଜଣ ନେଲେଣି ୩.୨୨ କୋଟିର ଅନୁକମ୍ପା ରାଶି
  • ||
  • ଭୁବନେଶ୍ୱର: ବାହାନଗା ବିଭୀଷିକା: ପ୍ରତିଶ୍ରୁତି ପୂରଣ କରିପାରିଲାନି ସ୍ୱାମୀ, ମଙ୍ଗଳସୂତ୍ର ଦେବା ପୂର୍ବରୁ ଚାଲିଗଲା ଜୀବନ
  • ||
  • ପୁରୀ: ରଥଖଳା ହାଲ୍‌ଚାଲ୍‌…ବୁଲିଲା ଚଉଦ ନାହାକା, ଉଠିଲା ୨ୟ ଭୂଇଁ
  • ||
  • ପୁରୀ: ଅଣସର ଘରେ ମହାପ୍ରଭୁଙ୍କ ଗୁପ୍ତ ପୂଜା ଆରମ୍ଭ, ଶ୍ରୀମନ୍ଦିରକୁ ବିଜେ କଲେ ପଟିଦିଅଁ: ଆଜିଠୁ ଶ୍ରୀଅଲାରନାଥ ଦର୍ଶନ
  • ||

ସିନିୟର ନ୍ୟାସ୍‌ନାଲ୍ ଟେବୁଲ୍ ଟେନିସ୍ ଚାମ୍ପିଅନ୍‌ସିପ୍‌ରେ ସୋଆ ଆଇନ୍ ଛାତ୍ରୀଙ୍କ ପ୍ରତିନିଧିତ୍ୱ

ଭୁବନେଶ୍ୱର ୨୦/୦୩: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସୋଆ ନ୍ୟାସ୍‌ନାଲ୍ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଲ (ସ୍ନିଲ୍‌)ର ଇନ୍‌ଟିଗ୍ରେଟେଡ୍ ଲ’ର ତୃତୀୟ ବର୍ଷ ଛାତ୍ରୀ ସୁଶ୍ରୀ ପାୟଲ୍ ପାଣୀ ଜମ୍ମୁଠାରେ ସୋମବାର ଆରମ୍ଭ ହୋଇଥିବା ୮୪ତମ ସିନିୟର ନ୍ୟାସ୍‌ନାଲ୍ ଓ ଇନ୍‌ଟର ଷ୍ଟେଟ୍ ଟେବୁଲ ଟେନିସ ଚାମ୍ପିଅନ୍‌ସିପ୍‌ରେ ଓଡ଼ିଶାର ପ୍ରତିନିଧିତ୍ୱ କରୁଛନ୍ତି । ପାୟଲ ପୂର୍ବରୁ ନ୍ୟାସ୍‌ନାଲ୍ ଟେବୁଲ୍ ଟେନିସ୍ ଚାମ୍ପିଅନ୍‌ସିପ୍‌ରେ ସବ୍ ଜୁନିୟର ଓ ଜୁନିୟର ବର୍ଗରେ ଓଡ଼ିଶାକୁ ପ୍ରତିନିଧିତ୍ୱ କରିଥିବା ବେଳେ ପ୍ରଥମ ଥର ପାଇଁ ସିନିୟର୍ ଟିମ୍ ନିମନ୍ତେ ମନୋନୀତ ହୋଇଛନ୍ତି । ସେ ଉଭୟ ସିଙ୍ଗଲ୍‌ସ ଏବଂ ଡବଲ୍ସରେ ଖେଳିବେ । “ମୁଁ ସିନିୟର ଷ୍ଟେଟ୍ ଟିମ୍‌କୁ ପ୍ରତିନିଧିତ୍ୱ କରୁଥିବାରୁ ଖୁବ ଉତ୍ସାହିତ ଅଛି ଓ ଭଲ ପ୍ରଦର୍ଶନ ନିମନ୍ତେ ଖୁବ୍ ଆଶାବାଦୀ ଅଛି” ବୋଲି ସେ କହିଛନ୍ତି ।