ପ୍ରମୂଖ ଖବର
  • ଶ୍ରୀମନ୍ଦିର ଗର୍ଭଗୃହର ଭିଡିଓ ଭାଇରାଲ୍ ଘଟଣା: ସିଂହଦ୍ୱାର ଥାନାରେ ମାମଲା ରୁଜୁ
  • ||
  • ହଂସପାଳ ଓଭରବ୍ରିଜ୍‌ରେ ଭୁବନେଶ୍ୱରରୁ କଟକକୁ ଗଡ଼ିବ ଗାଡ଼ି, ଉଦ୍‌ଘାଟନ କଲେ ଅପରାଜିତା ଷଡ଼ଙ୍ଗୀ
  • ||
  • ବୌଦ୍ଧ : ସଙ୍ଘବଦ୍ଧ ଆକ୍ରମଣ କରି ଯୁବକଙ୍କୁ ହତ୍ୟା, ୪ ଅଟକ
  • ||
  • ପୁରୀ : ଶିରୁଳି ମହାବୀର ମନ୍ଦିରରୁ ଚୋରି, ହୁଣ୍ଡି ଭାଙ୍ଗି ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
  • ||
  • କଟକ : ଅଜଣା ଗାଡ଼ିକୁ ଧକ୍କା ଦେଲା ଡାଲା ଅଟୋ, ହେଲ୍ପର ମୃତ
  • ||
  • ଛତିଶଗଡ଼ ଗରିଆବନ୍ଧରେ ଏନକାଉଣ୍ଟର: ୧୪ ମାଓବାଦୀ ନିହତ, ବଢ଼ିପାରରେ ମୃତ୍ୟୁସଂଖ୍ୟା
  • ||
  • ଲମତାପୁଟ : ଜଙ୍ଗଲକୁ କାଠ ଆଣିବାକୁ ଯାଇଥିବା ବେଳେ ଅଘଟଣ, ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଚାଲିଗଲା ସ୍ୱାମୀ-ସ୍ତ୍ରୀଙ୍କ ଜୀବନ
  • ||
  • ନିଖୋଜ ଯୁବତୀ ମୁମୂର୍ଷୁ ଅବସ୍ଥାରେ ଉଦ୍ଧାର ଘଟଣା: ନ୍ୟାୟ ଦାବିରେ ୧୨ ଘଣ୍ଟିଆ ବରଗଡ଼ ବନ୍ଦ, ଏବେ ବି ମୁଖ୍ୟ ଅଭିଯୁକ୍ତ ଫେରାର
  • ||
  • ଟ୍ୱିନ୍‌ ସିଟିରେ ବ୍ଲକିଂ ଚେକିଂ କଡ଼ାକଡ଼ି, ରାତି ଅଧିଆ ତନାଘନା କଲା କମିଶନରେଟ୍‌ ପୋଲିସ
  • ||
  • ବଙ୍ଗୋପସାଗରରେ ଗୁରୁଚାପ ବଳୟ ପ୍ରଭାବ: ବୁଧବାରଠାରୁ କମିବ ଶୀତ, ଦୁଇ ଦିନ ଘନ କୁହୁଡ଼ି ସମ୍ଭାବନା
  • ||

ସର୍ବକାଳୀନ ଉଚ୍ଚ ସ୍ତରରେ ସେନ୍‌ସେକ୍ସ, ଜୁନ୍‌ ୩ ରେକର୍ଡ ଭାଙ୍ଗିଲା ବଜାର

Published By : Prameya | June 8, 2024 9:21 AM

ମୁମ୍ବାଇ, ୦୮/୦୬ : ଲଗାତର ତୃତୀୟ ଦିନ କାରବାର ଦିବସରେ ବଜାରରେ ଦେଖାଦେଇଛି ଉତ୍ସାହ । ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ(ବିଏସ୍‌ଇ) ସେନ୍‌ସେକ୍ସ ସର୍ବକାଳୀନ ରେକର୍ଡ ସ୍ତର ଛୁଇଁଥିବାବେଳେ ରକେଟ୍‌ ବେଗରେ ଦୌଡ଼ିଛି ନ୍ୟାସ୍‌ନାଲ ଷ୍ଟକ୍‌ ଏକ୍ସଚେଞ୍ଜ(ଏନ୍‌ଏସ୍‌ଇ) ନିଫ୍‌ଟି । ଶୁକ୍ରବାର କାରବାର ଶେଷରେ ସେନ୍‌ସେକ୍ସରେ ୧୬୧୮.୮୫ ପଏଣ୍ଟ ବୃଦ୍ଧି ଘଟିଛି । ଫଳରେ ଏହା ୭୬,୬୯୩.୩୬ ପଏଣ୍ଟରେ ବନ୍ଦ ହୋଇଛି । ସେହିଭଳି ନ୍ୟାସ୍‌ନାଲ ଷ୍ଟକ୍‌ ଏକ୍ସଚେଞ୍ଜ(ଏନ୍‌ଏସ୍‌ଇ) ନିଫ୍‌ଟିରେ ୪୬୮.୭୫ ପଏଣ୍ଟ ବୃଦ୍ଧି ଘଟିଛି । ଏହା ୨୩,୨୯୦.୧୫ ପଏଣ୍ଟର ନୂଆ ରେକର୍ଡ ସ୍ତରରେ ବନ୍ଦ ହୋଇଛି । ଏଥିସହିତ ଜୁନ୍‌ ୩ର ରେକର୍ଡ ଭାଙ୍ଗିଛି ପୁଞ୍ଜି ବଜାର । ଗତ ୩ଟି କାରବାର ଦିବସରେ ନିବେଶକଙ୍କ ସମ୍ପତ୍ତିରେ ପ୍ରାୟ ୨୮ ଲକ୍ଷ କୋଟି ଟଙ୍କା ବୃଦ୍ଧି ଘଟିଛି ।

ବିଏସ୍‌ଇରେ ତାଲିକାଭୁକ୍ତ କମ୍ପାନିଗୁଡ଼ିକର ମୋଟ ବଜାର ପୁଞ୍ଜୀକରଣ ୪୨୩.୨ ଲକ୍ଷ କୋଟି ଟଙ୍କାରେ ପହଞ୍ଚିଛି । ଶୁକ୍ରବାର ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ(ବିଏସ୍‌ଇ) ସେନ୍‌ସେକ୍ସ ନିର୍ବାଚନ ଫଳାଫଳ ଘୋଷଣା ଦିନର ସମସ୍ତ କ୍ଷତିକୁ କେବଳ ଭରଣା କରିନାହିଁ, ଏହାସହିତ ନୂଆ ରେକର୍ଡ ସ୍ତରରେ ବି ପହଞ୍ଚିଯାଇଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.