ପ୍ରମୂଖ ଖବର
  • କୋଲାକାତା ଆଇଆଇଏମରେ ଦୁଷ୍କର୍ମ ମାମଲା, ତଦନ୍ତ ଲାଗି ଏସ୍ଆଇଟି ଗଠିତ
  • ||
  • ଭୁବନେଶ୍ୱର : ଏମ୍ସରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ; ଏମ୍ସର ନିର୍ଦ୍ଦେଶକଙ୍କ ସହ କରିଲେ ଆଲୋଚନା
  • ||
  • FM କଲେଜରେ ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ ଘଟଣା; ପୀଡ଼ିତାଙ୍କ ପରିବାରକୁ ଭେଟିବେ ମୁଖ୍ୟମନ୍ତ୍ରୀ
  • ||
  • ରାଜ୍ୟସଭାକୁ ୪ ମନୋନୀତ, ମନୋନୀତ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
  • ||
  • ବାଲେଶ୍ବର: ଟ୍ରକ୍‌ ଧକ୍କାରେ ଓଲଟି ପଡ଼ିଲା ବସ୍‌, ୨୦ରୁ ଉର୍ଦ୍ଧ୍ୱ ଗୁରୁତର
  • ||
  • ଏନ୍‌ସିଇଆର୍‌ଟି ବିଏଡ୍‌ ପ୍ରବେଶିକା ପରୀକ୍ଷା, ଆଜି ରାଜ୍ୟର ୪୪ କେନ୍ଦ୍ରରେ ୨୨ ହଜାର ଛାତ୍ରଛାତ୍ରୀ ଦେବେ ପରୀକ୍ଷା
  • ||
  • ସୋମବାର ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି: ଆଜି ପୁଲିସର କାର୍‌କେଡ୍‌ ରିହର୍ସାଲ, ଜଗିବେ ୫୦ ପ୍ଲାଟୁନ୍‌ ଫୋର୍ସ
  • ||
  • ଗାଜା ଉପରେ ଇସ୍ରାଏଲର ଭୟଙ୍କର ହମଲା, ୧୧୦ ପାଲେଷ୍ଟାନୀୟ ମୃତ
  • ||
  • ୧୬ରେ ବଙ୍ଗୋପସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ ସମ୍ଭାବନା, ଆଜି ବର୍ଷା ନେଇ ଅଧା ଓଡ଼ିଶାକୁ ୟେଲୋ ଓ୍ବାର୍ଣ୍ଣିଂ
  • ||

ଆନନ୍ଦପୁରରେ ସିରିଜ୍‌ ଦୁର୍ଘଟଣା: ଜଣେ ମୃତ, ୨ ଗୁରୁତର

Published By : Harapriya Sethi | February 13, 2025 1:45 PM

ଭୁବନେଶ୍ୱର, ୧୩/୦୨: ସିରିଜ୍ ଦୁର୍ଘଟଣା ଘଟାଇ ଫେରାର୍ ହେଲା କାର୍‌ । ଦୁର୍ଘଟଣାରେ ଜଣେ ମହିଳାଙ୍କ ଜୀବନ ଚାଲିଯାଇଥିବା ବେଳେ ଆଉ ଜଣେ ମହିଳାଙ୍କ ସହ ଜଣେ ବାଇକ୍‌ ଆରୋହୀ ଗୁରୁତର ହୋଇଛନ୍ତି । ମୃତକ ଆମ୍ବଗଡିଆ ଗାଁର ସାଧବ ଜେନା ଏବଂ କୁମୁଦିନି ଜେନାଙ୍କ ସହ ବାଇକ୍ ଆରୋହୀ ଦଧିବାମନପୁର ଗାଁର ବ୍ୟାଙ୍କ କର୍ମଚାରୀ ତପନ ଜେନା ଏହି ଦୁର୍ଘଟଣାରେ ଗୁରୁତର ହୋଇଥିବା ଜଣାପଡିଛି । କେନ୍ଦୁଝର ଜିଲ୍ଲା ଆନନ୍ଦପୁର -ଭଦ୍ରକ ରାସ୍ତାର ଆମ୍ବଗଡିଆ ଛକ ଠାରେ ଏଭଳି ଏକ ଦୁର୍ଘଟଣା ଘଟିଥିବାର ଖବର ସାମ୍ନାକୁ ଆସିଛି । 

ସୂଚନା ମୁତାବକ, ଆନନ୍ଦପୁର -ଭଦ୍ରକ ରାସ୍ତାର ଆମ୍ବଗଡିଆ ଛକ ଠାରେ ପ୍ରଥମେ ଜଣେ ବାଇକ୍ ଆରୋହୀଙ୍କୁ ଧକ୍କା ଦେଇଥିଲା କାର୍‌ । ପରେ ରାସ୍ତାରେ ଚାଲି ଚାଲି ଯାଉଥିବା ୨ଜଣ ମହିଳାଙ୍କୁ ଧକ୍କା ଦେଇ ଭଦ୍ରକ ଅଭିମୁଖେ କାର୍‌ଟି ଦ୍ରୁତ ଗତିରେ ପଳାଇଲା । ଦୁର୍ଘଟଣାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ମହିଳା ଓ ବାଇକ୍ ଆରୋହୀ ଆହତ ହୋଇଥିଲେ । ଏହା ଦେଖି ସ୍ଥାନୀୟଲୋକେ ତୁରନ୍ତ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ଘଟଣା ସ୍ଥଳରେ ଆନନ୍ଦପୁର ପୋଲିସ ପହଞ୍ଚି ଆହତଙ୍କୁ ଉଦ୍ଧାର କରି ଆନନ୍ଦପୁର ଡାକ୍ତରଖାନାରେ ଭର୍ତ୍ତି କରିଛି । ଏହା ମହିଳାଙ୍କ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇ ଦୁର୍ଘଟଣା ଘଟାଇଥିବା କାର୍‌କୁ ଖୋଜୁଛି ଆନନ୍ଦପୁର ପୋଲିସ। 


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.