ପ୍ରମୂଖ ଖବର
  • ବଲାଙ୍ଗୀର : ରାଜେନ୍ଦ୍ର ବିଶ୍ଵବିଦ୍ୟାଳୟରେ ଆଶାନ୍ତି, ହଷ୍ଟେଲ ଫି ବୃଦ୍ଧି ନେଇ ଧାରଣା ଦେଲେ ଛାତ୍ରଛାତ୍ରୀ
  • ||
  • ବାରିପାଦ: ବିଚ୍‌ ରାସ୍ତାରେ ଯୁବକଙ୍କୁ ଭୁଜାଲି ମାଡ଼, ଆହତ ଅବସ୍ଥାରେ ମେଡିକାଲରେ ଭର୍ତ୍ତି
  • ||
  • ବୁଧବାର ମେୟରଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ, ଯୋଗଦେବେ ସବୁ ଷ୍ଟାଣ୍ଡିଂ କମିଟିର ଅଧ୍ୟକ୍ଷ ଏବଂ କର୍ପୋରେଟର
  • ||
  • ସୁନ୍ଦରଗଡ଼ : ପୋଖରୀରୁ ଅଜଣା ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ
  • ||
  • କେନ୍ଦ୍ରାପଡ଼ା : ଆଳିରେ ସିରିଜ୍‌ ଚୋରି, ଲକ୍ଷାଧିକ ଟଙ୍କାର ଅଳଙ୍କାର ନେଇଗଲେ ଦୁର୍ବୃତ୍ତ
  • ||
  • ବର୍ମିଂହାମ୍‌ରେ ଇଣ୍ଡିଆ-ଇଂଲଣ୍ଡ ଦ୍ୱିତୀୟ ଟେଷ୍ଟ: ପ୍ରତ୍ୟାବର୍ତ୍ତନ ପାଇଁ ପ୍ରସ୍ତୁତ ଗିଲ୍‌ ବାହିନୀ, ବୁମ୍‌ରା ଖେଳିବେ କି ନାହିଁ ହୋଇନି ସ୍ପଷ୍ଟ
  • ||
  • ବାହୁଡ଼ା ଯାତ୍ରା ପ୍ରସ୍ତୁତି: ଆଜ୍ଞାମାଳ ବିଜେ ପରେ ଶରଧାବାଲିରେ ଦକ୍ଷିଣ ମୋଡ଼ ନେବ ତିନ ରଥ
  • ||
  • ବଡ଼ବିଲ: ଖଣିରେ ଧସିଲା ମାଟି ଅତଡ଼ା, ଚାଲିଗଲା ୩ ଜୀବନ
  • ||
  • ନନ୍ଦିଘୋଷ ଭାଙ୍ଗିଲେ ରାଗରୋଷରେ ଜର୍ଜରିତ ମା’ଲକ୍ଷ୍ମୀ ଠାକୁରାଣୀ, ମହାପ୍ରଭୁଙ୍କ ଆଜ୍ଞାମାଳ ପାଇ ଫେରିଲେ
  • ||
  • ଉତ୍ତର-ପଶ୍ଚିମରେ ପ୍ରବଳ ବର୍ଷା ଆଶଙ୍କା: ପୁଣି ଘୂର୍ଣ୍ଣିବଳୟ ସମ୍ଭାବନା, ୫ରୁ ବର୍ଷା ବଢ଼ିପାରେ
  • ||

୪ ମନ୍ଦିରରୁ ସିରିଜ୍ ଲୁଟ୍, ମୂଲ୍ୟବାନ ଅଳଙ୍କାର ଓ ଅନ୍ୟାନ୍ୟ ସାମଗ୍ରୀ ନେଇଗଲେ ଦୁର୍ବୃତ୍ତ

Published By : Rasmita Pradhan | November 26, 2024 1:12 PM

ଭଦ୍ରକ, ୨୬/୧୧ : ୪ ମନ୍ଦିରରୁ ସିରିଜ୍ ଲୁଟ୍। ଭଦ୍ରକ ପୌରପାଳିକା ଅନ୍ତର୍ଗତ ୨୮ନଂ ୱାର୍ଡ ଗରଦପୁରର ନୂଆସାହିରେ ଥିବା ୪ଟି ମନ୍ଦିରରୁ ସିରିଜ୍ ଚୋରି ହୋଇଛି। ମଙ୍ଗଳା ମନ୍ଦିର, ଶିବ ମନ୍ଦିର, ରାଧାକୃଷ୍ଣ ମନ୍ଦିର ଓ ହନୁମାନ ମନ୍ଦିରରୁ ବହୁ ମୂଲ୍ୟବାନ ଅଳଙ୍କାର ଓ ଅନ୍ୟାନ୍ୟ ସାମଗ୍ରୀ ଚୋରି ହୋଇଛି। 

ସୂଚନାନୁଯାୟୀ, ସୋମବାର ରାତିରେ ଦୁର୍ବୃତ୍ତମାନେ ମଙ୍ଗଳା ମନ୍ଦିରର ତାଲା ଭାଙ୍ଗି ମାଆଙ୍କ ରୂପାର ମୁକୁଟ ସହ ହାର ଓ ଅନ୍ୟାନ୍ୟ ଅଳଙ୍କାର, ଶିବ ମନ୍ଦିରରୁ ଅଳଙ୍କାର ସହ ପିତ୍ତଳ ବାସନ ନେଇ ଯାଇଛନ୍ତି। ସେହିଭଳି ରାଧାକୃଷ୍ଣ ମନ୍ଦିରର ତାଲା ଭାଙ୍ଗି ରୂପାର ମୁକୁଟ, ରୂପାର ହାର ସହ ଅନ୍ୟାନ୍ୟ ଅଳଙ୍କାର, ହନୁମାନ ମନ୍ଦିର ତାଲା ଭାଙ୍ଗି ହୁଣ୍ଡି ବାକ୍ସ ସହ ଅନ୍ୟାନ୍ୟ ସାମଗ୍ରୀ ଚୋରି କରି ନେଇଥିଲେ। ମଙ୍ଗଳବାର ସକାଳେ ଗ୍ରାମବାସୀମାନେ ମନ୍ଦିରରୁ ଚୋରି ହୋଇଥିବା ଦେଖି ପୁରୁଣା ବଜାର ପୋଲିସକୁ ଖବର ଦେଇଥିଲେ। ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.