ପ୍ରମୂଖ ଖବର
  • ଭଦ୍ରକ : ବିଦ୍ୟୁତ ଆଘାତରେ ମାମୁଁ -ଭଣଜା ମୃତ
  • ||
  • ବାଲେଶ୍ବର ଏଫଏମ କଲେଜ ପୀଡିତା ଛାତ୍ରୀଙ୍କ ମୃତ୍ୟୁ ଘଟଣା, ୟୁଜିସିର ଫ୍ୟାକ୍ଟ ଫାଇଣ୍ଡିଂ କମିଟି ଗଠନ
  • ||
  • ଆସନ୍ତାକାଲି ବାଲେଶ୍ବର ଜିଲ୍ଲା ବନ୍ଦ ଡାକରା ଦେଲା ବିଜେଡି, ସକାଳ ୬ଟାରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ବନ୍ଦ
  • ||
  • ସ୍ପେଶ ଡ୍ରାଗନ୍‌ର ସଫଳ ଅବତରଣ, ମହାକାଶରୁ ଫେରିଲେ ଶୁଭାଂଶୁ ଶୁକ୍ଳା ସମେତ ୪ ମହାକାଶଚାରୀ
  • ||
  • ଆସନ୍ତାକାଲି କେନ୍ଦ୍ର କ୍ୟାବିନେଟ୍ ବୈଠକ, ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ ଗୁରୁତ୍ବପୂର୍ଣ୍ଣ ବୈଠକ
  • ||
  • ୩ ମାସ ବଢ଼ିଲା ରାସନ କାର୍ଡ ଇ-କେୱାଇସି ଅବଧି, ସୂଚନା ଦେଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର
  • ||
  • ନିରବୀ ଗଲା ସୌମ୍ୟାଶ୍ରୀଙ୍କ ସ୍ୱର, ଗାଁ ମଶାଣିରେ ପଞ୍ଚଭୂତରେ ଲୀନ ​ହୋଇଗଲା ପାର୍ଥିବ ଶରୀର
  • ||
  • ଏଫ୍‌ଏମ୍‌ କଲେଜ ଛାତ୍ରୀ ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା, ଆସନ୍ତା ୧୭ରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ
  • ||
  • ସ୍ପେସ୍‌ ଷ୍ଟେସନରୁ ଫେରୁଛନ୍ତି ଶୁଭାଂଶ ଶୁକ୍ଳା, ଆଜି କାଲିଫର୍ଣ୍ଣିଆ ତଟରେ ଜଳାବତରଣ
  • ||
  • ବୌଦ୍ଧ: ଟ୍ରକକୁ ପଛରୁ ଧକ୍କା ଦେଲା ବୋଲବମ୍ ଯାତ୍ରୀଙ୍କୁ ନେଇ ଯାଉଥିବା ପିକଅପ ଭ୍ୟାନ,୫ ଗୁରୁତର
  • ||
  • ଏଫ୍‌ଏମ୍‌ ଛାତ୍ରୀ ସୌମ୍ୟାଶ୍ରୀଙ୍କ ମୃତ୍ୟକୁ ନେଇ ଶୋକବ୍ୟକ୍ତ କଲେ କେନ୍ଦ୍ରମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀ
  • ||
  • ସୃଷ୍ଟି ହେଲା ଅବପାତ: ଉତ୍ତର, ପଶ୍ଚିମରେ ଅତି ପ୍ରବଳ ବର୍ଷା ସମ୍ଭାବନା, ୫ ଜିଲ୍ଲାକୁ ସତର୍କ
  • ||

ମୋମୋ ଖାଇବା ପଡିଲା ମହଙ୍ଗା ;ଜଣେ ମୃତ,୧୫ରୁ ଉର୍ଦ୍ଧ୍ବ ଗୁରୁତର

Published By : Anindita Ratha | October 29, 2024 1:12 PM

ନୂଆଦିଲ୍ଲୀ,୨୯/୧୦: ମୋମୋ' କାହକୁ ବା ପସନ୍ଦ ।  ପିଲାଠୁ ଆରମ୍ଭ କରି ବୟସ୍କ ସମସ୍ତେ ମୋମୋ ଖାଇବାକୁ ଭଲ ପାଆନ୍ତି। ହେଲେ ଏହି ମୋମୋ ଖାଇବା ଏବେ କିଛି ଜଣଙ୍କୁ ମହଙ୍ଗା ପଡ଼ିଛି। ମୋମୋ ଖାଇ ଜଣଙ୍କ ଜୀବନ ଚାଲିଯାଇଥିବା ବେଳେ ୧୫ରୁ ଉର୍ଦ୍ଧ୍ବ ଗୁରୁତର ହୋଇଛନ୍ତି । ତେବେ  ହାଇଦ୍ରାବାଦରୁ ସାମ୍ନାକୁ ଆସିଛି ଏଭଳି କିଛି ଘଟଣା।

ସୂଚନା ମୁତାବକ, ହାଇଦ୍ରାବାଦର ବଞ୍ଜାରା ହିଲ୍ସର ରାସ୍ତା କଡ଼ରେ ଥିବା ମୋମୋ ଷ୍ଟଲରେ ଗତ ଶୁକ୍ରବାର ଦିନ କିଛି ଲୋକ ମୋମୋ ଖାଇଥିଲେ। ତେବେ ମୋମୋ ଖାଇବାର ଘଣ୍ଟାକ ପରେ ଏମାନଙ୍କୁ ପେଟରେ ଯନ୍ତ୍ରଣା ହେବା ସହ ବାନ୍ତି ଓ ଝାଡ଼ା ହୋଇଥିଲା। ଏହାପରେ ବଞ୍ଜାରା ହିସ୍ଲ ସ୍ଥିତ ବିଭିନ୍ନ ହସ୍ପିଟାଲରେ ଏମାନେ ଭର୍ତ୍ତି ହୋଇଥିଲେ। ତେବେ ସେମାନଙ୍କ ମଧ୍ୟରୁ ରେଶମା ବେଗମ ନାମକ ଜଣେ ମହିଳାଙ୍କ ଅବସ୍ଥା ଗୁରୁତର ହୋଇଥିଲା। ତାଙ୍କୁ ନିଜାମ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ମେଲିକାଲ କଲେଜକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି।

ସେପଟେ ପୋଲିସ କହିବା ମୁତାବକ, ଚିନ୍ତାଲ ବସ୍ତିରେ ଥିବା 'ଦିଲ୍ଲୀ ମୋମୋ' ଷ୍ଟଲରୁ ସମସ୍ତ ୧୫ ଜଣ ବ୍ୟକ୍ତି ମୋମୋ ଖାଇଥିଲେ। ମୋମୋ ଖାଇବା ସହ ମେୟୋନିଜ୍‌ ଓ ଚଟନି ମଧ୍ୟ ଖାଇଥିଲେ। ଏଥିଲାଗି ଖାଦ୍ୟରେ ବିଷ କ୍ରିୟା ହୋଇଥିବା ଅଧିକାରୀମାନେ ଆଶଙ୍କା କରୁଛନ୍ତି। ଏହି ମାମଲରେ ଦୁଇ ଜଣଙ୍କୁ ଗିରଫ କରାଯାଇଛି।ପୋଲିସ ଉକ୍ତ ଫୁଡ୍‌ ଷ୍ଟଲ ମାଲିକଙ୍କ ବିରୋଧରେ ମାମଲା ରୁଜୁ କରି ଅଧିକ ତଦନ୍ତ ଜାରି ରଖିଛି। ସ୍ଥାନୀୟ ସିଭିକ୍‌ ଏଜେନ୍ସିମାନଙ୍କୁ ଏ ସମ୍ପର୍କରେ ସୂଚନା ଦିଆଯାଇଛି। ବଞ୍ଜାରା ହିସ୍ଲ ନିକଟରେ ଥିବା ଅନ୍ୟ ଫୁଡ୍‌ ଷ୍ଟଲରୁ ମୋମୋର ନମୂନା ସଂଗ୍ରହ କରାଯଇଥିବା ବେଳେ ତଦନ୍ତ ଜାରି ରହିଛି। 


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.