କଳାହାଣ୍ଡି ୧୩/୦୬: କଳାହାଣ୍ଡି ଜିଲା ଭବାନୀପାଟଣା ବାଇପାସ ରାସ୍ତାରେ ଭୟଙ୍କର ଦୁର୍ଘଟଣା। ବିଳମ୍ବିତ ରାତି ରାସ୍ତାରେ ଠିଆ ହୋଇଥିବା ହାଇଓ୍ବାକୁ ପଛରୁ ପିଟିଲା ଦ୍ରୁତଗାମୀ ବିଏମ୍ଡବ୍ଲୁ କାର୍। ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଚାଲିଗଲା ୨ ଜଣଙ୍କ ଜୀବନ। ମୃତ ହରିୟାଣା ବୋଲି ଜଣାପଡିଛି। ତେବେ ପରିଚୟ ମିଳିପାରିନାହିଁ। ଘଟଣାସ୍ଥଳରେ ପୁଲିସ ଓ ଅଗ୍ନିଶମ ଟିମ ପହଞ୍ଚି ଦୁଇ ଜଣଙ୍କ ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଥିବା ସୂଚନା ମିଳିଛି।

ସୂଚନା ଅନୁଯାୟୀ, ଗତକାଲି ବିଳମ୍ବିତ ରାତିରେ ଭବାନୀପାଟଣା ବାଇପାସରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି l ରାସ୍ତାରେ ଠିଆ ହୋଇଥିବା ହାଇୱାକୁ ପଛକୁ ପିଟିଥିଲା ବିଏମ୍ଡବ୍ଲୁ କାର ଧକ୍କା। ଦୁର୍ଘଟଣା ଏତେ ଭୟଙ୍କର ଥିଲା କାରଟିର ସମ୍ମୁଖ ଭାଗ ସମ୍ପୂର୍ଣ୍ଣ ଚୁର୍ମାର୍ ହୋଇଯାଇଥିଲା। ଚାଳକ ଓ ଅନ୍ୟ ଜଣେ କାର୍ରେ ଚାପି ହୋଇ ରହିଯାଇଥିଲେ। ଘଟଣା ସ୍ଥଳରେ ଅଗ୍ନିଶମ ବିଭାଗ ପହଞ୍ଚି କାରକୁ କାଟି ମୃତଦେହ ଉଦ୍ଧାର କରିଛନ୍ତି l ଅନ୍ୟପଟେ ଭବାନୀପାଟଣା ସଦର ଥାନା ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଛି l

ଅଧିକ ପଢ଼ନ୍ତୁ :- Bhubaneswar Crime: ରାଜଧାନୀରେ ରାତିଅଧରେ ଅପରାଧୀଙ୍କ ଆତଙ୍କ, ଡେଲିଭରି ବୟକୁ ଗୋଡ଼ାଇ ହାଣିଲେ ,୨ ଭାଇଙ୍କୁ ପଡୋଶୀଙ୍କ ମରଣାନ୍ତକ ଆକ୍ରମଣ