ଭୁବନେଶ୍ଵର, ୦୫/୦୯ : ଚଳିତ ବର୍ଷ ଠାରୁ ଲାଗୁ ହେବ ସହିଦ ମାଧୋ ସିଂ ହାତ ଖର୍ଚ୍ଚ। ଅନୁସୂଚିତ ଜାତି ଓ ଜନଜାତି ଛାତ୍ରଛାତ୍ରୀଙ୍କ ଡ୍ରପ୍ ଆଉଟ୍ ରୋକିବାକୁ ମୋହନ ସରକାରଙ୍କ ନୂଆ ଯୋଜନାକୁ ରାଜ୍ୟ କ୍ୟାବିନେଟର ମୋହର। ବିଧାନସଭାରେ ଘୋଷଣା କଲେ ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ।
ସୂଚନାନୁଯାୟୀ, ସହିଦ ମାଧି ସିଂ ହାତ ଖର୍ଚ୍ଚ ଯୋଜନାରେ ଚଳିତ ବର୍ଷ ପ୍ରାୟ ୩ ଲକ୍ଷ ଛାତ୍ରଛାତ୍ରୀ ଉପକୃତ ହେବେ। ଅଷ୍ଟମରୁ ଉତ୍ତୀର୍ଣ୍ଣ ହୋଇ ନବମ ଯାଇଥିବା ଏବଂ ଦଶମରୁ ଉତ୍ତୀର୍ଣ୍ଣ ହୋଇ ଏକାଦଶ ଶ୍ରେଣୀକୁ ଯାଇଥିବା ଛାତ୍ରଛାତ୍ରୀଙ୍କୁ ଏହି ପ୍ରୋତ୍ସାହନ ରାଶି ମିଳିବ। ଏହି ଯୋଜନାରେ ରାଜ୍ୟ ସରକାର ବାର୍ଷିକ ୫ ହଜାର ଟଙ୍କା ପ୍ରୋତ୍ସାହନ ରାଶି ଯୋଗାଇ ଦେବେ। ଯୋଜନା ବାବଦକୁ ୧୫୬ କୋଟି ଟଙ୍କା ଖର୍ଚ୍ଚ ହେବ।