PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କାବୁଲ ସ୍ଥିତ ଏକ ମସଜିଦ୍‌ରେ ଭୟଙ୍କର ବିସ୍ଫୋରଣ , ବିସ୍ଫୋରଣରେ ୨୦ ମୃତ , ୪୦ ଆହତ , ଆହତଙ୍କୁ ନିଆଯାଉଛି ହସ୍ପିଟାଲ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ୪ ଦିନ ଏଭଳି ବନ୍ୟା ସ୍ଥିତି ରହିବ, ଆଗାମୀ ୨୪ ଘଣ୍ଟା ଆମ ପାଇଁ ଗୁରୁତ୍ୱପୂର୍ଣ୍ଣ ବୋଲି ଏସଆରସିଙ୍କ ସୂଚନା
  • ||
  • ବୌଦ୍ଧ : ବୌଦ୍ଧ ଜିଲ୍ଲା ଭେଜିଗୋରା ଗ୍ରାମରେ ପାଣି ଘେରରେ ଥିବା ଗର୍ଭବତୀ ମହିଳା ଓ ଅନ୍ୟ ଜଣେ ମହିଳାଙ୍କୁ ଉଦ୍ଧାର କରିଛନ୍ତି ଅଗ୍ନିଶମ କର୍ମଚାରୀ
  • ||
  • ଭଦ୍ରକ : ଭଦ୍ରକ ଜିଲ୍ଲା ଧାମନଗର ବ୍ଲକ କାସିମପୁର ପଞ୍ଚାୟତ ହେମେନ୍ଦ୍ର ନାଥ ହାଇସ୍କୁଲରେ କ୍ଲାସ ରୁମ୍‌ରେ ପଶିଲା ବନ୍ୟା ପାଣି, ବାତିଲ ହେଲା ପରୀକ୍ଷା
  • ||
  • ସୋର : ବାଲେଶ୍ବର ଜିଲ୍ଲା ନୀଳଗିରି ଅଧିନ ଔପଦା ବ୍ଲକର ବିଡ଼ିଓ ଅଭିଷେକ ଦାସଙ୍କର ବଦଳିକୁ ନେଇ ବୁଧବାର ଔପଦା ବ୍ଲକ୍ ସମ୍ମୁଖରେ ସରପଞ୍ଚ, ସମିତି ସଭ୍ୟ/ସଭ୍ୟା, ବୁଦ୍ଧିଜୀବୀ, ଔପଦାର ଜନସାଧାରଣଙ୍କ ଧାରଣା
  • ||
  • ଜଗତସିଂହପୁର : ତିର୍ତ୍ତୋଲ ବ୍ଲକର ଗୋତିଆକୁଦ ଗାଁରେ ହଠାତ ପାଣି ବଢିଯିବାରୁ ଗୋଟିଏ ପରିବାରର ୩ ଜଣ ଫଶି ରହିଥିଲେ, ବୁଧବାର ଅଗ୍ନିଶମ ବାହିନୀ ପହଞ୍ଚି ଉଦ୍ଧାର କରିଛି
  • ||
  • କଟକ : ମୁଣ୍ଡଳୀରେ କମୁଛି ଜଳସ୍ତର, ତଥାପି ଵିପଦ ସଙ୍କେତ ଉପରେ ମହାନଦୀ
  • ||
  • ବାଲିପାଟଣା : ଧନୁଆ ନଦୀରେ ବନ୍ୟା, ବାଲିପାଟଣା ବ୍ଲକ୍‌ର ୫ଟି ପଞ୍ଚାୟତର ବିଭିନ୍ନ ଗାଁ ଜଳମଗ୍ନ
  • ||
  • ବାରିପଦା : ଆଇଟିଆଇ କଲେଜରେ ଆଦିବାସୀ ଛାତ୍ରଙ୍କୁ ମାଡ ଘଟଣା, ୧୨ ଘଣ୍ଟିଆ ମୟୁରଭଞ୍ଜ ବନ୍ଦ ଡାକରା
  • ||
  • କଣାସ : ମକରା ନଦୀରେ ୫୦ ଫୁଟର ଘାଇ, ୨୦ ରୁ ଅଧିକ ଗାଁରେ ପଶିଲା ବନ୍ୟାଜଳ
  • ||
  • ଜଳେଶ୍ବର : ତ୍ରୀର୍ଥଯାତ୍ରୀ ବସ୍‌କୁ ପିଟିଲା ମାଲବାହୀ ଟ୍ରକ୍, ଜଣେ ମୃତ ଓ ୪ ଗୁରୁତର
  • ||

ଏକନାଥ ସିନ୍ଦେ ହେଲେ ମହାରାଷ୍ଟ୍ରର ନୂତନ ମୁଖ୍ୟମନ୍ତ୍ରୀ, NCP ମୁଖ୍ୟ ଶରଦ୍ ପାଓ୍ବାର କହିଲେ ଏମିତି କଥା…

ନୂଆଦିଲ୍ଲୀ: ଶିବସେନାର ବିଦ୍ରୋହୀ ନେତା ଏକନାଥ ସିନ୍ଦେ ଆଜି (ଗୁରୁବାର) ସନ୍ଧ୍ୟା ୭.୩୦ରେ ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି । ଏଭଳି ସମୟରେ ନ୍ୟାସନାଲ କଂଗ୍ରେସ ପାର୍ଟି (ଏନସିପି) ମୁଖ୍ୟ ଶରଦ ପାୱାର ଏକନାଥ ସିନ୍ଦେଙ୍କୁ ଅଭିନନ୍ଦନ ଜଣାଇଛନ୍ତି । ଶରଦ ପାୱାର କହିଛନ୍ତି ଯେ ମୁଁ ଖୁସି ଯେ ସତାରରୁ ଜଣେ ବ୍ୟକ୍ତି ମୁଖ୍ୟମନ୍ତ୍ରୀ ହେବାକୁ ଯାଉଛନ୍ତି। ଶରଦ ପାୱାର ଟୁଇଟ୍ କରି କହିଛନ୍ତି, ଏକନାଥ ସିନ୍ଦେଙ୍କୁ ମହାରାଷ୍ଟ୍ରର ନୂତନ ମୁଖ୍ୟମନ୍ତ୍ରୀ ଭାବରେ ନିର୍ବାଚିତ ହୋଇଥିବାରୁ ଅଭିନନ୍ଦନ । ତାଙ୍କ ଠାରୁ ସମ୍ପୂର୍ଣ୍ଣ ଆଶା ଅଛି ଯେ ତାଙ୍କ ଦ୍ବାରା ମହାରାଷ୍ଟ୍ରର ସ୍ୱାର୍ଥ ସୁରକ୍ଷିତ ରହିବ ।

ଏନସିପି ମୁଖ୍ୟ ଶରଦ ପାୱାର ତାଙ୍କ ପରବର୍ତ୍ତୀ ଟ୍ୱିଟରେ ଲେଖିଛନ୍ତି ଯେ ସ୍ବର୍ଗୀୟ ଯଶବନ୍ତ୍ରାଓ ଚହ୍ବାନ, ବାଲାସାହେବ ଭୋସଲେ ଏବଂ ପୃଥିରାଜ ଚୌହାନ ପରେ ଅନ୍ୟ ଜଣେ ସତାରକର ମୁଖ୍ୟମନ୍ତ୍ରୀ ଭାବରେ ଦାୟିତ୍ବ ଗ୍ରହଣ କରିବେ । ଏଠାରେ ସୂଚନାଥାଉକି ଯେ, ଆଜି (ଗୁରୁବାର) ରାଜ୍ୟପାଳ ଭଗତ ସିଂ କୋଶାରିଙ୍କୁ ଭେଟିବା ପରେ ବିଜେପି ନେତା ଦେବେନ୍ଦ୍ର ଫଡନାଭିସ୍ ଏକ ଆଶ୍ଚର୍ଯ୍ୟଜନକ ଘୋଷଣା କରିଛନ୍ତି । ପୂର୍ବତନ ମୁଖ୍ୟମନ୍ତ୍ରୀ ଫଡନାଭିସ୍ କହିଛନ୍ତି ଯେ ଆମେ ସମଗ୍ର ବିଜେପି ବିଧାୟକ, ସିନ୍ଦେଙ୍କ ନେତୃତ୍ୱାଧୀନ ଗୋଷ୍ଠୀ, ୧୬ ଜଣ ସ୍ବାଧିନ ବିଧାୟକ ଏବଂ ଅନ୍ୟମାନଙ୍କ ତାଲିକା ରାଜ୍ୟପାଳଙ୍କ ନିକଟରେ ଦାଖଲ କରିଛୁ, ସେମାନଙ୍କ ମଧ୍ୟରୁ ଅନେକ ଆମ ସହିତ ଅଛନ୍ତି ।

ତେବେ ଶପଥ ଗ୍ରହଣ ପୂର୍ବରୁ ସିନ୍ଦେ କହିଛନ୍ତି ଯେ ରାଜ୍ୟର ଅଗ୍ରଗତି ତଥା ବିକାଶ ପାଇଁ ସେ କାର୍ଯ୍ୟ କରିବେ ଯାହା ପୂର୍ବ ସରକାରଙ୍କ ଗତ ୩୦ ମାସ ଧରି ଅଟକି ରହିଥିଲା ​​ଏବଂ ସେ ବାଲାସାହେବ ଠାକରେଙ୍କ ହିନ୍ଦୁତ୍ୱ ଆଦର୍ଶକୁ ଅନୁସରଣ କରିବେ ବୋଲି ଦୋହରାଇଛନ୍ତି ।