ପ୍ରମୂଖ ଖବର
  • ମାଲକାନଗିରି ଜିଲ୍ଲାରେ ଭିଷଣ ବର୍ଷା, ନଦୀରେ ବନ୍ୟା ଜଳ ଯୋଗୁଁ ଯୋଗାଯୋଗ ବିଛିନ୍ନ
  • ||
  • ବୌଦ୍ଧ : ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀର ଗଳା କାଟି ହତ୍ୟା କଲା ନୃଶଂସ ସ୍ବାମୀ
  • ||
  • ଖଣ୍ଡପଡ଼ା : ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ମରଣାନ୍ତକ ଆକ୍ରମଣ, ଯୁବକ ଗୁରୁତର
  • ||
  • ଭୁବନେଶ୍ବର : ପଡୋଶୀଙ୍କୁ ବନ୍ଧୁକ ଦେଖାଇଲେ ଯୁବକ, ଅଭିଯୁକ୍ତ ଗିରଫ
  • ||
  • ଚିତ୍ରକୋଣ୍ଡା : ମାଟି ଅତଡ଼ା ଧସି ରାସ୍ତା ଅବରୋଧ, ଯାତାୟତ ଠପ୍‌
  • ||
  • ସୋର : ଆଇନଜୀବୀଙ୍କ ଘରୁ ଚୋରି, ଲକ୍ଷାଧିକ ଟଙ୍କାର ସୁନା ଗହଣା ଓ ନଗଦ ୨୦ ହଜାର ଟଙ୍କା ଲୁଟି ନେଲେ ଦୁର୍ବୃତ୍ତ
  • ||
  • ଢେଙ୍କାନାଳ: ଅସହାୟ ଯୁବତୀଙ୍କୁ ମାସାଧିକକାଳ ଗଣଦୁଷ୍କର୍ମ ଘଟଣା: ୪ ଅଭିଯୁକ୍ତଙ୍କୁ ଉଠାଇ ଆଣିଲା ପୁଲିସ, ୨ ଫେରାର୍
  • ||
  • ଭଦ୍ରକ: ବାଇକ୍‌କୁ ଧକ୍କା ଦେଲା ଟ୍ରକ୍, ଦୁର୍ଘଟଣାସ୍ଥଳରେ ଚାଲିଗଲା ଦୁଇ ଜୀବନ
  • ||
  • ବାଲେଶ୍ୱର : ଖଡ଼ୁପାହି ବେଳାଭୂମିରୁ ମିଳିଲା ଅଜଣା ମହିଳାଙ୍କ ମୃତଦେହ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • କେନ୍ଦ୍ରାପଡ଼ା ୨୨ ଗାଁରେ କୁକୁଡ଼ା ମରା ଅଭିଯାନ: ପୋତାଗଲା ୪ ହଜାର କୁକୁଡ଼, ଚିକେନ୍‌-ଅଣ୍ଡା ବିକ୍ରି ଉପରେ କଟକଣା
  • ||
  • ନବରଙ୍ଗପୁର : ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ ଚାଲିଗଲା ଯୁବକଙ୍କ ଜୀବନ, ମୃତ୍ୟୁସଂଖ୍ୟା ୩କୁ ବୃଦ୍ଧି
  • ||
  • କୋରାପୁଟ : ଜଲାପୁଟ ଡ୍ୟାମ୍‌ର ଖୋଲିଲା ୬ଟି ଗେଟ୍‌, ସ୍ପିଲ୍‌ ୱେ ଡ୍ୟାମ୍‌ ଏବଂ ମୁଖ୍ୟ ଡ୍ୟାମ୍‌ ଦେଇ ୨୩,୦୦୦ କ୍ୟୁସେକ ଜଳ ନିଷ୍କାସିତ
  • ||
  • ଭୁବନେଶ୍ୱର: କେଶରୀ ଏନକ୍ଲେଭରେ ବୋମାମାଡ଼, ପାର୍ବଣ ସମୟରେ ପୁଲିସକୁ ଚ୍ୟାଲେଞ୍ଜ
  • ||
  • ବଙ୍ଗୋପସାଗରରେ ଗଭୀର ଅବପାତ: ଉପକୂଳକୁ ଭୀଷଣ, ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କତା ଜାରି କଲେ SRC
  • ||
  • ବୌଦ୍ଧ : ସାପ କାମୁଡ଼ାରେ ତିନି ନାବାଳିକା ଝିଅଙ୍କ ମୃତ୍ୟୁ, ବାପା ଗୁରୁତର
  • ||

ଏନସିପି ଅଧ୍ୟକ୍ଷ ଶରଦ ପାଓ୍ବାରଙ୍କ ସୁରକ୍ଷା ବଢ଼ାଇଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ: ଏନସିପି(ଏସପି) ସଭାପତି ଶରଦ ପାୱାରଙ୍କ ସୁରକ୍ଷା ବୃଦ୍ଧି କରିଛନ୍ତି କେନ୍ଦ୍ର ସରକାର । କେନ୍ଦ୍ର ସରକାର ତାଙ୍କୁ ଜେଡ୍‌ ପ୍ଲସ୍ ସୁରକ୍ଷା ଦେଇଛନ୍ତି । ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ୮୩ ବର୍ଷୀୟ ପାଓ୍ବାରଙ୍କୁ ଜେଡ୍‌ ପ୍ଲସ ସୁରକ୍ଷା ଯୋଗାଇ ଦେବାକୁ ସିଆରପିଏଫ୍‌କୁ କେନ୍ଦ୍ର ଗୃହ ମନ୍ତ୍ରାଳୟ ନିର୍ଦ୍ଦେଶ ଦେଇଛି । ସିକ୍ୟୁରିଟି ଲାଗି ସଇଆରପିଏଫର ୫୫ ସଶସ୍ତ୍ର ଯବାନଙ୍କ ଏକ ଟିମ୍‌ ତିଆରି ହୋଇଛି । ଶରଦ ପାଓ୍ବାରଙ୍କ ଜୀବନ ପ୍ରତି ବିପଦ ଥିବା ନେଇ ଆକଳନ କରାଯିବା ପରେ ତାଙ୍କ ପାଇଁ ଜେଡ ପ୍ଲସ୍‌ ସୁରକ୍ଷା ଲାଗି ସୁପାରିଶ ହୋଇଛି ।

 ମହାରାଷ୍ଟ୍ରରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି । ନିର୍ବାଚନ ତାରିଖ ଏପର୍ଯ୍ୟନ୍ତ ଘୋଷଣା ହୋଇନଥିଲେ ସୁଦ୍ଧା ଅକ୍ଟୋବର କିମ୍ବା ନଭେମ୍ବରରେ ଏଠାରେ ନିର୍ବାଚନ ଅନୁଷ୍ଠିତ ହୋଇପାରେ । ଅକ୍ଟୋବର ୪ରେ ହରିୟାଣା, ଜାମ୍ମୁ କାଶ୍ମୀରର ଫଳାଫଳ ଘୋଷଣା କରାଯିବ । ଏହା ପରେ ମହାରାଷ୍ଟ୍ରରେ ବିଧାନସଭା ନିର୍ବାଚନ ହୋଇପାରେ ।

 କେନ୍ଦ୍ର ତଥା ରାଜ୍ୟ ସରକାର ଦେଶର VVIP ବ୍ୟକ୍ତିଙ୍କୁ ସୁରକ୍ଷା ଯୋଗାଉଛନ୍ତି । ବିପଦର ସ୍ତରକୁ ବିଚାର କରି ଏହା ସ୍ଥିର କରାଯାଉଛି । ଦେଶର ବଡ ନେତା, ବିଚାରପତି, କ୍ରୀଡ଼ାବିତ୍ ଏବଂ ଅଭିନେତାଙ୍କ ପରି VVIP ମାନଙ୍କୁ ସୁରକ୍ଷା ଯୋଗାଇ ଦିଆଯାଉଛି । ତେବେ ସୁରକ୍ଷା ମାମଲାରେ ୟେଲୋ ବୁକ୍‌ ଅନୁସାରେ, ଜେଡ୍‌ ପ୍ଲସ୍‌ କ୍ୟାଟେଗୋରି ସୁରକ୍ଷାରେ ୧୦ ଆର୍ମଡ୍‌ ଷ୍ଟାଟିକ୍‌ ଗାର୍ଡ,୬ ପିଏସଓ, ୨୪ ଯବାନ, ୨ ଏକ୍ସର୍ଟରେ ରାଉଣ୍ଡ ଦି କ୍ଲକ୍‌, ୫ ଓ୍ବାଚର୍ସ ଏବଂ ଜଣେ ଇନ୍ସପେକ୍ଟର ରହିବେ । ଏହା ସହ ୨୪ ଘଣ୍ଟା ୬ ପ୍ରଶିକ୍ଷିତ ଡ୍ରାଇଭର ମୁତୟନ ହେବେ ।

 

  • Maharastra
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.