PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ନୋବେଲ ଶାନ୍ତି ପୁରସ୍କାର ଘୋଷଣା: ମାନବାଧିକାର ପ୍ରବକ୍ତା ଆଲେସ୍ ବାଲିଆସ୍କି ସହ ଦୁଇଟି ସଂଗଠନକୁ ମିଳିବ ପୁରସ୍କାର
  • ||
  • ଭୁବନେଶ୍ଵର : ଓଡ଼ିଶା ଲଳିତ କଳା ଏକାଡେମୀ ଉପସଭାପତି ତଥା ବିଶିଷ୍ଟ ଶିଳ୍ପୀ ଶ୍ରୀନିବାସ ପଢ଼ିଆରୀଙ୍କ ପରଲୋକ
  • ||
  • ମୁରିବାହାଲ : ଭିଜିଲାନ୍ସ ଜାଲରେ ମୁରିବାହାଲ ବ୍ଲକ APO ସୁଶାନ୍ତ କୁମାର ଦାସ, ୪୫ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡ଼ିଲେ
  • ||
  • ବାଙ୍ଗିରିପୋଷି : ଶୌଚ ହେବାକୁ ଯାଇଥିବା ବେଳେ ଆକ୍ରମଣ କଲା ଦନ୍ତା, ଯୁବକ ମୃତ
  • ||
  • ଭୁବନେଶ୍ୱର : ପୁଣି ଘୂର୍ଣ୍ଣିବଳୟ ସମ୍ଭାବନା, ୨୫ ପୂର୍ବରୁ ଓଡ଼ିଶା ଛାଡ଼ିବନି ମୌସୁମୀ
  • ||
  • ଭଦ୍ରକ : ନଭେମ୍ୱର ୩ରେ ଧାମନଗର ଉପନିର୍ବାଚନ, ଆଜିଠୁ ନାମାଙ୍କନ ପତ୍ର ଦାଖଲ
  • ||
  • ତେଲକୋଇ : ଶୁଝି ପାରିଲେନି କିସ୍ତି, ଆତ୍ମହତ୍ୟା କଲେ ଅସହାୟ ଟ୍ରକ ମାଲିକ
  • ||
  • ମୋହନା : ଜଙ୍ଗଲରୁ ବିପୁଳ ପରିମାଣର କାଠ ଗଣ୍ଡି ଜବତ
  • ||
  • ଭୁବନେଶ୍ଵର : ରାଜ୍ୟରେ ଉପର ତଳ ହେଉଛି କରୋନା ଗ୍ରାଫ୍, ୨୪ ଘଣ୍ଟା ମଧ୍ୟରେ ୬୩ ପଜିଟିଭ୍ ଚିହ୍ନଟ
  • ||

ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ଶୀଲା ଦୀକ୍ଷିତଙ୍କୁ ଦିଆଗଲା ଅନ୍ତିମ ବିଦାୟ, ଉପସ୍ଥିତ ରହିଥିଲେ ବହୁ ବଡ଼ନେତା

ନୂଆଦିଲ୍ଲୀ,୨୧।୭: ବରିଷ୍ଠ କଂଗ୍ରେସ ନେତ୍ରୀ ତଥା ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଶୀଲା ଦୀକ୍ଷିତଙ୍କ ଶେଷକୃତ୍ୟ ରବିବାର ସମ୍ପନ୍ନ ହୋଇଛି। ତାଙ୍କ ଅନ୍ତିମ ଯାତ୍ରାରେ ଲକ୍ଷାଧିକ ଲୋକ ସାମିଲ ହୋଇଥିଲେ। ଦିନ ସାଢେ ୨ଟାରେ ନିଗମବୋଧ ଘାଟଠାରେ ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ତାଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି।


ଆଜି ସକାଳେ ତାଙ୍କ ପାର୍ଥିବ ଶରୀରକୁ ନିଜାମଉଦ୍ଦିନସ୍ଥିତ ବାସଭବନରୁ କଂଗ୍ରେସ ମୁଖ୍ୟାଳୟକୁ ନିଆଯାଇଥିଲା। ଦିନ ସାଢେ ୧ଟା ପର୍ଯ୍ୟନ୍ତ ତାଙ୍କ ପାର୍ଥିବ ଶରୀରକୁ ଦିଲ୍ଲୀ ୨୪ ଆକବର ରୋଡ଼ସ୍ଥିତ କଂଗ୍ରେସ ମୁଖ୍ୟାଳୟରେ ରଖାଯାଇଥିଲା। ସେଠାରେ ୟୁପିଏ ଅଧ୍ୟକ୍ଷା ସୋନିଆ ଗାନ୍ଧୀ, କଂଗ୍ରେସ ସାଧାରଣ ସମ୍ପାଦକ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ତାଙ୍କ ଅନ୍ତିମ ଦର୍ଶନ କରିବା ପୂର୍ବକ ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ। କାଠ ବଦଳରେ ସିଏନଜି ଗ୍ୟାସରେ ତାଙ୍କ ଅନ୍ତିମ ସତ୍କାର କରାଯାଇଛି ବୋଲି ତାଙ୍କ ପୁଅ ତଥା ପୂର୍ବତନ ସାଂସଦ ସନ୍ଦୀପ ଦୀକ୍ଷିତ କହିଛନ୍ତି। 

ଉଲ୍ଲେଖନୀୟ ଯେ, ଗତାକାଲି ଅର୍ଥାତ ଶନିବାର ୮୧ବର୍ଷ ବୟସରେ ଶୀଲା ଦୀକ୍ଷିତଙ୍କ ହୃଦଘାତରେ ପରଲୋକ ଘଟିଥିଲା । ତାଙ୍କ ପରଲୋକରେ ଦିଲ୍ଲୀ ସରକାର ଦୁଇଦିନିଆ ଶୋକ ପାଳନ କରୁଛନ୍ତି।  ରାଷ୍ଟ୍ରପତି ରାମନାଥ କୋବିନ୍ଦ, ଉପରାଷ୍ଟ୍ରପତି ଏମ୍. ଭେଙ୍କୟା ନାଇଡୁ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପ୍ରମୁଖ ଶୀଲାଙ୍କ ବିୟୋଗରେ ଶୋକ ବ୍ୟକ୍ତ କରିଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା  ପ୍ରମୁଖ ତାଙ୍କ ବାସଭବନକୁ ଯାଇ ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ।

ଦିଲ୍ଲୀ ରାଜନୀତିରେ ଶୀଲା ଦିକ୍ଷୀତ ଥିଲେ ଜଣେ ଖୁବ୍ ପ୍ରଭାବଶାଳୀ ନେତ୍ରୀ।ସେ ୧୯୯୮ରୁ ୨୦୧୩ ପର୍ଯ୍ୟନ୍ତ ଦୀର୍ଘ ୧୫ ବର୍ଷ ଧରି ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଥିଲେ। ଦିଲ୍ଲୀକୁ  ମର୍ଡନ କରିବାରେ ତାଙ୍କ ରହିଥିଲା ବିଶେଷ ଯୋଗଦାନ। ସଡ଼କ ଓ ଫ୍ଲଏଓଭର ନିର୍ମାଣ ଠାରୁ ଆରମ୍ଭ କରି ଉନ୍ନତ ସାଧାରଣ ପରିବହନ ବ୍ୟବସ୍ଥା, ସ୍ବାସ୍ଥ୍ୟସେବା,ଶିକ୍ଷା ଏବଂ ଦିଲ୍ଲୀକୁ ପ୍ରଦୂଷଣମୁକ୍ତ ସହର କରିବା ଦିଗରେ ତାଙ୍କ ସରକାର କାର୍ଯ୍ୟ କରିଥିଲା। ଶୀଲା ଦୀକ୍ଷିତଙ୍କ ନିଧନରେ କଂଗ୍ରେସ ଅଭୂତପୂର୍ବ କ୍ଷତି ଘଟିଛି ବୋଲି କଂଗ୍ରେସ ନେତା ରାହୁଲ ଗାନ୍ଧୀ କହିଛନ୍ତି। ସୋନିଆ କହିଛନ୍ତି, ସେ ମୋର ବଡ ଭଉଣୀ ଭଳି ଥିଲେ, ତାଙ୍କର ବିୟୋଗ ଆମ ସମସ୍ତଙ୍କୁ ମର୍ମାହତ କରିଛି।