ପ୍ରମୂଖ ଖବର
  • ରାୟଗଡ଼ା : ଟ୍ରେଲର ଧକ୍କାରେ ମହିଳା କନେଷ୍ଟବଳଙ୍କ ମୃତ୍ୟୁ, ୨ ଗୁରୁତର
  • ||
  • 'ରାଜ୍ୟରେ ଏବେ ବନ୍ୟା ପରିସ୍ଥିତି ନାହିଁ, ବିପଦ ସଙ୍କେତ ତଳେ ଜଳସ୍ତର': ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ
  • ||
  • ବୌଦ୍ଧ : ଭାରସାମ୍ୟ ହରାଇ ଓଲଟିଲା ସିମେଣ୍ଟ ବୋଝେଇ ଟ୍ରକ୍‌, ଡ୍ରାଇଭର ଆହତ
  • ||
  • ବାହୁଡ଼ା ଯାତ୍ରା ପାଇଁ ଜନସମୁଦ୍ର ବଡ଼ଦାଣ୍ଡ, ଘଣ୍ଟଘଣ୍ଟା ନାଦରେ ପ୍ରକମ୍ପିତ ଶ୍ରୀକ୍ଷେତ୍ର
  • ||
  • ଜନ୍ମବେଦୀରୁ ବାହୁଡ଼ିବେ ଦାରୁବ୍ରହ୍ମ, ଶରଧାବାଲିରେ ରଥାରୂଢ ଚତୁର୍ଦ୍ଧାମୂର୍ତ୍ତି
  • ||
  • ବୌଦ୍ଧ : ରେଳ ଧାରଣାରେ ଶୋଇ ରିଲ୍ସ ବନାଇଲେ ନାବାଳକ, ସୋସିଆଲ ମିଡିଆରେ ଭିଡିଓ ଭାଇରାଲ
  • ||
  • ନୌସେନାରେ ପ୍ରଥମ ମହିଳା ଫାଇଟର ପାଇଲଟ ହେଲେ ଆସ୍ଥା ପୁନିଆ, ମିଳିଲା ୱିଙ୍ଗ୍ ଅଫ୍‌ ଗୋଲ୍ଡ
  • ||
  • ବାହୁଡ଼ିବେ ଦାରୁଦିଅଁ, ସୁରକ୍ଷା ବଳୟରେ ଶ୍ରୀକ୍ଷେତ୍ର: ପହଣ୍ଡିରେ ୨, ରଥ ସୁରକ୍ଷାରେ ୬ ଆଇପିଏସ୍‌କୁ ଦାୟିତ୍ୱ
  • ||
  • ଆହୁରି ୩ ଦିନ ଭିଜିବ ଓଡ଼ିଶା, ବାହୁଡ଼ାରେ ବର୍ଷା ସମ୍ଭାବନା; ୬ ଜିଲ୍ଲାକୁ ଆଲର୍ଟ
  • ||

ଶ୍ରୀମନ୍ଦିରରେ 'ଅମୃତ ଅନ୍ନ' ସ୍ୱତନ୍ତ୍ର ପ୍ରକଳ୍ପ: ଖୁବ୍‌ଶୀଘ୍ର ଜୈବିକ ଚାଉଳରୁ ପ୍ରସ୍ତୁତ ହେବ ମହାପ୍ରସାଦ

Published By : Prameya | February 13, 2025 8:44 AM

ଭୁବନେଶ୍ୱର,୧୩/୦୨: ଖୁବ୍‌ଶୀଘ୍ର ଶ୍ରୀମନ୍ଦିରରେ "ଅମୃତ ଅନ୍ନ' ସ୍ୱତନ୍ତ୍ର ପ୍ରକଳ୍ପ କାର୍ଯ୍ୟକାରୀ ହେବ । ଜୈବିକ ଚାଉଳରୁୁ ପ୍ରସ୍ତୁତ ମହାପ୍ରସାଦ, ଆନନ୍ଦବଜାରର ସ୍ୱତନ୍ତ୍ର କାଉଣ୍ଟରରେ ମିଳିବ । ପ୍ରାରମ୍ଭିକ ପର୍ଯ୍ୟାୟରେ କୋଠଭୋଗରେ ବ୍ୟବହାର ହେବ ଜୈବିକ ଚାଉଳ । ଶ୍ରୀଗୁଣ୍ଡିଚା ବେଳେ ସମ୍ପୂର୍ଣ୍ଣ ଲାଗି ହେଉଥିବା ଭୋଗରେ ଜୈବିକ ଚାଉଳ ଓ ପନିପରିବା ବ୍ୟବହାର ହେବ । କୃଷି ଭବନରେ ଶ୍ରୀମହାପ୍ରସାଦ ପ୍ରସ୍ତୁତିରେ ଜୈବିକ ଚାଉଳର ବ୍ୟବହାର ନେଇ ପରାମର୍ଶ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି ।  

ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ତଥା କୃଷି ବିଭାଗ ପ୍ରମୁଖ ଶାସନ ସଚିବ ଡ. ଅରବିନ୍ଦ  କୁମାର ପାଢ଼ୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ମହାପ୍ରସାଦକୁ ରସାୟନମୁକ୍ତ  କରିବା ପାଇଁ ବିସ୍ତୃତ ଆଲୋଚନା ହୋଇଥିଲା । ଶ୍ରୀମନ୍ଦିରର ମହାପ୍ରସାଦରେ ଜୈବିକ  ଚାଉଳ ଏବଂ ପନିପରିବାର ବ୍ୟବହାର ନିଷ୍ପତ୍ତିକୁ ସୁଆର- ମହାସୁଆର ନିଯୋଗ  ତଥା ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ୱାଗତ କରାଯାଇଛି । ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ  ସିଂହଦେଓ ମଧ୍ୟ ଜୈବିକ କୃଷିକୁ ସମର୍ଥନ ଦେଇଛନ୍ତି ।  

ପ୍ରାରମ୍ଭିକ ଭାବେ ରାଜ୍ୟରେ ଉତ୍ପାଦିତ ହେଉଥିବା କଳାଜିରା, ପିମ୍ପୁଡ଼ିବାସ,  ଯୁବରାଜ ଦେଶୀୟ ପ୍ରଜାତିର  ଜୈବିକ ଚାଉଳ ଏହି "ଅମୃତ ଅନ୍ନ' ମହାପ୍ରସାଦରେ ବ୍ୟବହୃତ ହେବ ।  ଏଥି ମଧ୍ୟରୁ କଳାଜିରା ଧାନ ଜିଆଇ  ଟାଗ୍‌ରେ ସ୍ଥାନିତ ହୋଇଛି । ଓଡ଼ିଶା  ଚାଉଳ ଉତ୍ପାଦକତାରେ ଜାତୀୟ  ହାରଠାରୁ ଆଗରେ ରହିଛି । ଚଳିତ ବର୍ଷ କୋରାପୁଟର ୧୩୬୫ ଏକର  ଜମିରେ କଳାଜିରା ଚାଉଳ ଚାଷ  ହୋଇଛି । 

କୋଟପାଡ଼ରେ ପ୍ରଥମ  ଥର ପାଇଁ କଳାଜିରା ଧାନର ମଣ୍ଡି ଖୋଲାଯାଇଛି । ଜୈବିକ କୃଷିକୁ ପ୍ରୋତ୍ସାହନ ଦେବା ପାଇଁ ଅର୍ଗାନିକ୍‌ ସାର୍ଟିଫିକେସନ୍‌,  ସବ୍‌ସିଡ଼ିର ପ୍ରସ୍ତାବ ରହିଛି । ଏଥିସହ କୃଷକ ଉତ୍ପାଦକ ସଂଗଠନ (ଏଫ୍‌ପିଓ)ମାନଙ୍କୁ  କ୍ଲଷ୍ଟର ଆପ୍ରୋଚ୍‌ ମାଧ୍ୟମରେ ଜୈବିକ ଚାଉଳ ଉତ୍ପାଦନ ପାଇଁ ପ୍ରୋତ୍ସାହନ ଦିଆଯିବ । ସମ୍ପୂର୍ଣ୍ଣ ପ୍ରକ୍ରିୟାକୁ ସୁରୁଖୁରୁରେ କାର୍ଯ୍ୟକାରୀ କରିବାକୁ ଏକ ପରିଚାଳନା କମିଟି  ଗଢ଼ାଯିବ । 

ସେହି କମିଟିରେ ଶ୍ରୀମନ୍ଦିର ପ୍ରଶାସନ, ସୁଆର-ମହାସୁଆର ନିଯୋଗ  ପ୍ରତିନିଧିଙ୍କ ସମେତ ଅନ୍ୟ ଉତ୍ପାଦକ ଗୋଷ୍ଠୀର ପ୍ରତିନିଧି ଏବଂ ବିଭାଗୀୟ ଅଧିକାରୀ  ସଦସ୍ୟ ରହିବେ । ପ୍ରାରମ୍ଭିକ ପର୍ଯ୍ୟାୟରେ ୧୦୦ରୁ ୨୦୦ ଏକର ଜମିରେ ଜୈବିକ  ଚାଉଳ ଉତ୍ପାଦନର ଲକ୍ଷ୍ୟ ରହିଛି ।  

ବୈଠକରେ କୃଷି ନିର୍ଦ୍ଦେଶକ ପ୍ରେମଚନ୍ଦ୍ର ଚୌଧୁରୀ, ଓୟୁଏଟିର ଡିନ୍‌ ପ୍ରଫେସର  ପ୍ରସନ୍ନଜିତ ମିଶ୍ର, ପୁରୀ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ୱାଇଁ, ଶ୍ରୀମନ୍ଦିର ନୀତି ପ୍ରଶାସକ ଜିତେନ୍ଦ୍ର  କୁମାର ସାହୁ, ଶ୍ରୀମନ୍ଦିର ଉନ୍ନୟନ ପ୍ରଶାସକ ଦେବବ୍ରତ ସାହୁ, ପ୍ରମୁଖ ଉପସ୍ଥିତ ଥିଲେ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.