ପ୍ରମୂଖ ଖବର
  • ଭଦ୍ରକ : ବିଦ୍ୟୁତ ଆଘାତରେ ମାମୁଁ -ଭଣଜା ମୃତ
  • ||
  • ବାଲେଶ୍ବର ଏଫଏମ କଲେଜ ପୀଡିତା ଛାତ୍ରୀଙ୍କ ମୃତ୍ୟୁ ଘଟଣା, ୟୁଜିସିର ଫ୍ୟାକ୍ଟ ଫାଇଣ୍ଡିଂ କମିଟି ଗଠନ
  • ||
  • ଆସନ୍ତାକାଲି ବାଲେଶ୍ବର ଜିଲ୍ଲା ବନ୍ଦ ଡାକରା ଦେଲା ବିଜେଡି, ସକାଳ ୬ଟାରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ବନ୍ଦ
  • ||
  • ସ୍ପେଶ ଡ୍ରାଗନ୍‌ର ସଫଳ ଅବତରଣ, ମହାକାଶରୁ ଫେରିଲେ ଶୁଭାଂଶୁ ଶୁକ୍ଳା ସମେତ ୪ ମହାକାଶଚାରୀ
  • ||
  • ଆସନ୍ତାକାଲି କେନ୍ଦ୍ର କ୍ୟାବିନେଟ୍ ବୈଠକ, ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ ଗୁରୁତ୍ବପୂର୍ଣ୍ଣ ବୈଠକ
  • ||
  • ୩ ମାସ ବଢ଼ିଲା ରାସନ କାର୍ଡ ଇ-କେୱାଇସି ଅବଧି, ସୂଚନା ଦେଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର
  • ||
  • ନିରବୀ ଗଲା ସୌମ୍ୟାଶ୍ରୀଙ୍କ ସ୍ୱର, ଗାଁ ମଶାଣିରେ ପଞ୍ଚଭୂତରେ ଲୀନ ​ହୋଇଗଲା ପାର୍ଥିବ ଶରୀର
  • ||
  • ଏଫ୍‌ଏମ୍‌ କଲେଜ ଛାତ୍ରୀ ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା, ଆସନ୍ତା ୧୭ରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ
  • ||
  • ସ୍ପେସ୍‌ ଷ୍ଟେସନରୁ ଫେରୁଛନ୍ତି ଶୁଭାଂଶ ଶୁକ୍ଳା, ଆଜି କାଲିଫର୍ଣ୍ଣିଆ ତଟରେ ଜଳାବତରଣ
  • ||
  • ବୌଦ୍ଧ: ଟ୍ରକକୁ ପଛରୁ ଧକ୍କା ଦେଲା ବୋଲବମ୍ ଯାତ୍ରୀଙ୍କୁ ନେଇ ଯାଉଥିବା ପିକଅପ ଭ୍ୟାନ,୫ ଗୁରୁତର
  • ||
  • ଏଫ୍‌ଏମ୍‌ ଛାତ୍ରୀ ସୌମ୍ୟାଶ୍ରୀଙ୍କ ମୃତ୍ୟକୁ ନେଇ ଶୋକବ୍ୟକ୍ତ କଲେ କେନ୍ଦ୍ରମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀ
  • ||
  • ସୃଷ୍ଟି ହେଲା ଅବପାତ: ଉତ୍ତର, ପଶ୍ଚିମରେ ଅତି ପ୍ରବଳ ବର୍ଷା ସମ୍ଭାବନା, ୫ ଜିଲ୍ଲାକୁ ସତର୍କ
  • ||

ରାଜ୍ୟରେ ଶିଶୁ ବାଟିକାର ଶୁଭାରମ୍ଭ, ଗଞ୍ଜାମରେ ୨୬୧୩ ସ୍କୁଲରେ 'ଖଡ଼ି ଛୁଆଁ' କାର୍ଯ୍ୟକ୍ରମ

Published By : Swapna Ray | April 2, 2025 1:21 PM

ଛତ୍ରପୁର, ୨/୪: ରାଜ୍ୟ ସରକାରଙ୍କ ପକ୍ଷରୁ ଚଳିତ ବର୍ଷ ନୂତନ ଶିକ୍ଷାନୀତି ଆରମ୍ଭ ହୋଇଛି । ନୂତନ ଜାତୀୟ ଶିକ୍ଷାନୀତି ୨୦୨୦ ଅନୁଯାୟୀ, ସମସ୍ତ ପ୍ରାଥମିକ ବିଦ୍ୟାଳୟରେ ଶିଶୁଙ୍କୁ ଗୁଣାତ୍ମକ ଶିକ୍ଷା ପ୍ରଦାନ କରାଯିବ । ସରକାରୀ ବିଦ୍ୟାଳୟରେ ନାମ ଲେଖାଇବାକୁ ଶିଶୁ ବାଟିକାରେ କୁନି କୁନି ପିଲାମାନଙ୍କୁ ପୂର୍ବରୁ ସ୍ୱତନ୍ତ୍ର ନିମନ୍ତ୍ରଣ ପତ୍ର ପ୍ରଦାନ କରାଯାଇଥିଲା । ଏହି ଅବସରରେ ଶିଶୁ ବାଟିକାରେ କୁନି ପିଲାମାନେ ସ୍କୁଲ ଆସିଛନ୍ତି । ନୂଆକରି ପାଠପଢ଼ା ଆରମ୍ଭ କରୁଥିବା ପିଲାମାନଙ୍କ ପାଇଁ ଆଜିଠୁ ବିଦ୍ୟାଳୟସ୍ତରରେ ଶିଶୁ ବାଟିକା ବ୍ୟବସ୍ଥାର ଶୁଭାରମ୍ଭ କରାଯାଉଛି । 

ପିଲାଙ୍କୁ ବିଦ୍ୟାଳୟ ପ୍ରତି ଆକୃଷ୍ଟ କରିବାକୁ 'ପ୍ରବେଶ ଉତ୍ସବ' ଏବଂ 'ଖଡ଼ି ଛୁଆଁ' କାର୍ଯ୍ୟକ୍ରମ ମଧ୍ୟ ଆୟୋଜନ କରାଯାଉଛି । ଯାହାକି ସେମାନଙ୍କ ନାମଲେଖା ଓ ସ୍କୁଲରେ ପ୍ରଥମ ଦିନକୁ ସ୍ମରଣୀୟ କରିବ । ପିଲାଙ୍କୁ ସର୍ବୋତ୍ତମ ଓ ଗୁଣାତ୍ମକ ଶିକ୍ଷାଦାନ ପାଇଁ ଗଞ୍ଜାମ ପ୍ରଶାସନ ପ୍ରତିଶ୍ରୁତିବଦ୍ଧ । ଶିଶୁ ବାଟିକାର ଭିତ୍ତି ଉପରେ ନୂଆପିଢ଼ିର ଭବିଷ୍ୟତ ଗଠନ କରି ପିଲାମାନଙ୍କୁ ସଶକ୍ତ, ଆଧୁନିକ ଏବଂ ଆତ୍ମନିର୍ଭରଶୀଳ ଭବିଷ୍ୟତ ପ୍ରଦାନ କରିବା ବୋଲି ଗଞ୍ଜାମ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡ଼ା କହିଛନ୍ତି  । ଗଞ୍ଜାମ ଜିଲ୍ଲାରେ  ୨୬୧୩ ସ୍କୁଲରେ ଖଡ଼ି ଛୁଆଁ କାର୍ଯ୍ୟକ୍ରମ ହୋଇଛି । ୧୬୭୧ ପ୍ରାଥମିକ ବିଦ୍ୟାଳୟ ଓ ୯୪୨ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଏହି କାର୍ଯ୍ୟକ୍ରମ ହୋଇଛି । ଗଞ୍ଜାମ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡ଼ା ଛତ୍ରପୁର ପୁତିଗୋପାଳପୁର ସ୍ଥିତ ସ୍କୁଲ ବୁଲି ତଦାରଖ କରିବା ସହ ଶିଶୁ ବାଟିକାରେ ନାମ ଲେଖାଇଥିବା ପିଲାମାନଙ୍କୁ ଖଡ଼ି ଛୁଆଁଇବା ସହ ପିଲାମାନଙ୍କୁ ସ୍କୁଲ ବ୍ୟାଗ୍ ବଣ୍ଟନ କରିଥିଲେ । ଶିଶୁ ବାଟିକାରେ ପିଲାଙ୍କୁ କିଭଳି ଭାବେ ଗୁଣାତ୍ମକ ପାଠ ପଢ଼ାଯିବ ସେନେଇ ସମସ୍ତ ବ୍ୟବସ୍ଥା କରାଯାଇଛି ବୋଲି ଜିଲ୍ଲାପାଳ କହିଛନ୍ତି । 

ଯେଉଁମାନଙ୍କ ବୟସ ସେପ୍ଟେମ୍ବର ୧ ସୁଦ୍ଧା ୫ ବର୍ଷରୁ ଉର୍ଦ୍ଧ ସେମାନେ ଶିଶୁ ବାଟିକା ଓ ୬ ବର୍ଷରୁ ଉର୍ଦ୍ଧ ସେମାନେ ପ୍ରଥମ ଶ୍ରେଣୀରେ ନାମ ଲେଖାଇଛନ୍ତି । ଆସନ୍ତା ୨ରୁ ୫ ତାରିଖ ୩ ଦିନ ପର୍ଯ୍ୟନ୍ତ ବିଦ୍ୟାଳୟରେ ପ୍ରବେଶ ଉତ୍ସବ ଓ ଖଡ଼ିଛୁଆଁ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ପ୍ରବେଶ ଉତ୍ସବ ଓ ଖଡ଼ିଛୁଆଁ ସଭିଏଁ ସ୍କୁଲ ଯିବା ନେଇ ଏକ ସଚେତନତା ରଥକୁ ଜିଲ୍ଲାପାଳ ଉଦ୍‌ଘାଟନ କରିଥିଲେ । କାର୍ଯ୍ୟକ୍ରମରେ ଛତ୍ରପୁର ଏନଏସି ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନ, ଭାରପ୍ରାପ୍ତ ଜିଲ୍ଲା ଶିକ୍ଷାଧିକାରୀ ଡ଼.ରାଜେଶ ପ୍ରଧାନ, ଅତିରିକ୍ତ ଜିଲ୍ଲାଶିକ୍ଷାଧିକାରୀ ପ୍ରଭାତି କୁମାରୀ ମହାପାତ୍ର, ସମଗ୍ର ଶିକ୍ଷା ଅଭିଯାନ ଡ଼ ସରୋଜ ପାଳ ବ୍ଲକ ଶିକ୍ଷାଧିକାରୀ ସୁଜିତ କୁମାର ପାଢ଼ୀ, ସ୍କୁଲ ପ୍ରଧାନ ଶିକ୍ଷକ ଓ ସିଆରସିସି ପ୍ରମୁଖ ଉପସ୍ଥିତ ଥିଲେ ।

 

 

 

 

 

 

 

 

 

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.