ପ୍ରମୂଖ ଖବର
  • ମୁମ୍ବାଇରୁ ଓଡ଼ିଶା ଫେରିବେ ବିରୋଧୀ ଦଳ ନେତା ନବୀନ, ସ୍ୱାଗତ ପାଇଁ ବିଜେଡି ନେତା ଓ କର୍ମୀ ପ୍ରସ୍ତୁତ
  • ||
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

ଦୋଳମୁଣ୍ଡାଇ ଛକରେ ଭୟଙ୍କର ଅଗ୍ନିକାଣ୍ଡ: ହୁ ହୁ ହୋଇ ଜଳିଲା ସୋ' ରୁମ୍‌, ନିଆଁକୁ ଆୟତ୍ତ କରିବାକୁ ଉଦ୍ୟମ

Published By : Prameya | April 1, 2025 11:29 AM

କଟକ ୦୧/୦୪: କଟକ ଦୋଳମୁଣ୍ଡାଇ ଛକରେ ଭୟଙ୍କର ଅଗ୍ନିକାଣ୍ଡ। ଏକ କପଡ଼ା ଏବଂ ଭିଆଇପି ଲଗେଜ୍ ସୋ' ରୁମ୍‌ରେ ଲାଗିଲା ନିଆଁ। ଦେଖୁ ଦେଖୁ ହୁ ହୁ ହୋଇ ଜଳିବାରେ ଲାଗିଥିଲା। କଳାଧୂଆଁ ମୟ ହୋଇଗଲା ପୂରା ଅଞ୍ଚଳ। ଘଟଣାସ୍ଥଳରେ ଅଗ୍ନିଶମ ବାହିନୀର ଦୁଇଟି ଦମକଳ ଗାଡ଼ି ପହଞ୍ଚିଥିବା ବେଳେ ଫାୟାର ଫାଇଟ୍‌ମାନେ ନିଆଁ ଲିଭାଇକୁ ଉଦ୍ୟମ ଜାରି ରଖିଛନ୍ତି। ତେବେ ଅଗ୍ନିକାଣ୍ଡର କାରଣ ଜଣାପଡିନାହିଁ। ଏସିରେ ସର୍ଟସର୍କିଟ୍ ଯୋଗୁ ନିଆଁ ଲାଗିଥିବା ପ୍ରାଥମିକ ସୂଚନାରୁ ମିଳିଛି। ତେବେ ସୋରୁମ୍‌ର ଫାୟାର ସେଫ୍ଟି ସାର୍ଟିଫିକେଟ୍ ଥିଲା କି ନାହିଁ ଜଣାପଡିନାହିଁ। ସ୍ଥାନୀୟଲୋକ ମଧ୍ୟ ନିଆଁଲିଭାରେ ସହଯୋଗ କରୁଛନ୍ତି। 


ସୂଚନା ଅନୁଯାୟୀ, ମଙ୍ଗଳବାର ଦିନ ସକାଳ ସମୟରେ କିଛି କର୍ମଚାରୀ ସୋ’ ରୁମ୍ ଖୋଲିଥିଲେ । ଏହି ସମୟରେ ହଠାତ୍ ସୋ’ ରୁମ୍ ମଧ୍ୟରେ କିଛି ଶବ୍ଦ ହୋଇଥିଲା । ଆଉ ଏସି ପାଖରୁ ଧୂଆଁ ବାହାରିଥିଲା । କର୍ମଚାରୀମାନେ ତରିବରିଆ ଭାବେ ବାହାରକୁ ଚାଲିଆସିଥିଲେ । ସେପଟେ ଦେଖୁ ଦେଖୁ ସୋ’ ରୁମ୍ ଭିତରେ ଧୂଆଁ ବ୍ୟାପିଥିଲା । ଯାହାପରେ କର୍ମଚାରୀମାନେ ତୁରନ୍ତ ବାହାରକୁ ଚାଲିଆସିଥିଲେ ଆଉ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ । ଅଗ୍ନିଶମ ବାହିନୀର ଦୁଇଟି ଗାଡ଼ି ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ ପାଇଁ ଉଦ୍ୟମ କରୁଛନ୍ତି । ହେଲେ ବର୍ତ୍ତମାନ ନିଆଁକୁ ଆୟତ୍ତ କରିପାରିନାହାନ୍ତି । ତେବେ ସୋ’ ରୁମ୍ ଭିତରେ କପଡ଼ା ଏବଂ ପ୍ଲାଷ୍ଟିକ୍ ସାମଗ୍ରୀ ଥିବାରୁ ନିଆଁର ବ୍ୟାପିବାରେ ଲାଗିଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.