ପ୍ରମୂଖ ଖବର
  • ବଲାଙ୍ଗୀର : ରାଜେନ୍ଦ୍ର ବିଶ୍ଵବିଦ୍ୟାଳୟରେ ଆଶାନ୍ତି, ହଷ୍ଟେଲ ଫି ବୃଦ୍ଧି ନେଇ ଧାରଣା ଦେଲେ ଛାତ୍ରଛାତ୍ରୀ
  • ||
  • ବାରିପାଦ: ବିଚ୍‌ ରାସ୍ତାରେ ଯୁବକଙ୍କୁ ଭୁଜାଲି ମାଡ଼, ଆହତ ଅବସ୍ଥାରେ ମେଡିକାଲରେ ଭର୍ତ୍ତି
  • ||
  • ବୁଧବାର ମେୟରଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ, ଯୋଗଦେବେ ସବୁ ଷ୍ଟାଣ୍ଡିଂ କମିଟିର ଅଧ୍ୟକ୍ଷ ଏବଂ କର୍ପୋରେଟର
  • ||
  • ସୁନ୍ଦରଗଡ଼ : ପୋଖରୀରୁ ଅଜଣା ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ
  • ||
  • କେନ୍ଦ୍ରାପଡ଼ା : ଆଳିରେ ସିରିଜ୍‌ ଚୋରି, ଲକ୍ଷାଧିକ ଟଙ୍କାର ଅଳଙ୍କାର ନେଇଗଲେ ଦୁର୍ବୃତ୍ତ
  • ||
  • ବର୍ମିଂହାମ୍‌ରେ ଇଣ୍ଡିଆ-ଇଂଲଣ୍ଡ ଦ୍ୱିତୀୟ ଟେଷ୍ଟ: ପ୍ରତ୍ୟାବର୍ତ୍ତନ ପାଇଁ ପ୍ରସ୍ତୁତ ଗିଲ୍‌ ବାହିନୀ, ବୁମ୍‌ରା ଖେଳିବେ କି ନାହିଁ ହୋଇନି ସ୍ପଷ୍ଟ
  • ||
  • ବାହୁଡ଼ା ଯାତ୍ରା ପ୍ରସ୍ତୁତି: ଆଜ୍ଞାମାଳ ବିଜେ ପରେ ଶରଧାବାଲିରେ ଦକ୍ଷିଣ ମୋଡ଼ ନେବ ତିନ ରଥ
  • ||
  • ବଡ଼ବିଲ: ଖଣିରେ ଧସିଲା ମାଟି ଅତଡ଼ା, ଚାଲିଗଲା ୩ ଜୀବନ
  • ||
  • ନନ୍ଦିଘୋଷ ଭାଙ୍ଗିଲେ ରାଗରୋଷରେ ଜର୍ଜରିତ ମା’ଲକ୍ଷ୍ମୀ ଠାକୁରାଣୀ, ମହାପ୍ରଭୁଙ୍କ ଆଜ୍ଞାମାଳ ପାଇ ଫେରିଲେ
  • ||
  • ଉତ୍ତର-ପଶ୍ଚିମରେ ପ୍ରବଳ ବର୍ଷା ଆଶଙ୍କା: ପୁଣି ଘୂର୍ଣ୍ଣିବଳୟ ସମ୍ଭାବନା, ୫ରୁ ବର୍ଷା ବଢ଼ିପାରେ
  • ||

"ଶ୍ରମିକ ସାଥୀ ମୋବାଇଲ୍‌ ଆପ୍‌'ର ଶୁଭାରମ୍ଭ

Published By : Rasmita Pradhan | May 3, 2025 9:43 AM

ଭୁବନେଶ୍ୱର, ୦୩/୦୫ : ଦେଶର ପ୍ରଗତିରେ ଶ୍ରମିକମାନଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ। କ୍ଷମତାକୁ ଆସିବାର ପ୍ରଥମ ଦିନରୁ ହିଁ ଆମ ସରକାର ରାଜ୍ୟର ସବା ତଳ ପାହାଚରେ ଥିବା ଗରିବ ଲୋକଙ୍କ କଲ୍ୟାଣ ଓ ବିକାଶ ପାଇଁ ସମର୍ପିତ ହୋଇ କାର୍ଯ୍ୟ କରୁଛି । ଆନ୍ତର୍ଜାତିକ ଶ୍ରମିକ ଦିବସରେ ଓୟୁଏଟି କୃଷି ଶିକ୍ଷା ସଦନରେ ଆୟୋଜିତ କାର୍ଯ୍ୟକ୍ରମରେ ଏହା କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହି ଅବସରରେ ‘ଓଡ଼ିଶା ଶ୍ରମିକ ସାଥୀ’ ମୋବାଇଲ ଆପ୍‌ର ଶୁଭାରାମ୍ଭ କରିଛନ୍ତି । ଡୁମୁଡୁମା ଏବଂ କଳ୍ପନା ଛକଠାରେ ବହୁମୁଖୀ "ଶ୍ରମିକ ପ୍ରତୀକ୍ଷା କେନ୍ଦ୍ର'ର ଉଦଘାଟନ ମଧ୍ୟ କରିଛନ୍ତି ମୁଖ୍ୟମନ୍ତ୍ରୀ । ନିର୍ମାଣ ଶ୍ରମିକଙ୍କ କଲ୍ୟାଣ ଓ ନିରାପତ୍ତା ପାଇଁ ରାଜ୍ୟ ସରକାର ପ୍ରସ୍ତୁତ କରିଥିବା ଶ୍ରମିକ ସାଥୀ ମୋବାଇଲ ଆପ୍‌ ବ୍ୟବହାର କରି ଶ୍ରମିକମାନେ ସହଜରେ ପଞ୍ଜିକରଣ କରିପାରିବେ । ନିର୍ମାଣ ଶ୍ରମିକଙ୍କ ପାଇଁ ଉଦ୍ଦିଷ୍ଟ ବିଭିନ୍ନ ଯୋଜନା ଓ ସୁବିଧାର ଲାଭ ଉଠାଇ ପାରିବେ । 

ଏହି ଆପ୍‌, ଅନ୍‌ଲାଇନ୍‌ ଶ୍ରମିକ ପଞ୍ଜୀକରଣ, ନବୀକରଣ ତଥା ସହାୟତା ନିମନ୍ତେ ଆବେଦନ ଆଦି ସେବା ପାଇବା ଦିଗରେ ନିର୍ମାଣ ଶ୍ରମିକମାନଙ୍କ ପାଇଁ ବିଶେଷ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ  । ଉଦ୍‌ଘାଟିତ ପ୍ରତୀକ୍ଷା କେନ୍ଦ୍ରରେ ଶ୍ରମଜୀବୀମାନଙ୍କ ପାଇଁ ସାମୟିକ ଆଶ୍ରୟସ୍ଥଳର ସୁବିଧା ସହ ପାନୀୟ ଜଳ, ଶୌଚାଳୟ ଓ ପାର୍କ ଆଦିର ବ୍ୟବସ୍ଥା କରାଯାଇଛି । ଆଗାମୀ ଦିନରେ କଟକ, ରାଉରକେଲା, ସମ୍ବଲପୁର, କେନ୍ଦୁଝର, ବ୍ରହ୍ମପୁର ଭଳି ଅନ୍ୟ ସହରାଞ୍ଚଳରେ ଶ୍ରମିକ ପ୍ରତୀକ୍ଷା କେନ୍ଦ୍ର ନିର୍ମାଣ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ମୁଖ୍ୟମନ୍ତ୍ରୀ ନିର୍ମାଣ ଶ୍ରମିକ କଲ୍ୟାଣ ଯୋଜନାରେ ଶିକ୍ଷା ସହାୟତା, ବିବାହ, ପ୍ରସୂତିକାଳୀନ, ମୃତ୍ୟୁକାଳୀନ ସହାୟତା ଓ ଅନ୍ତ୍ୟେଷ୍ଟି କ୍ରିୟା ସହାୟତା ବଣ୍ଟନ କରିଥିଲେ । ମୁଖ୍ୟମନ୍ତ୍ରୀ କହିଲେ, ସାଧାରଣ ମୃତ୍ୟୁ କ୍ଷେତ୍ରରେ ସହାୟତା ରାଶି ୨ ଲକ୍ଷ ଟଙ୍କାରୁ ୩ ଲକ୍ଷ ଟଙ୍କାକୁ ଏବଂ ଦୁର୍ଘଟଣାଜନିତ ମୃତ୍ୟୁ କ୍ଷେତ୍ରରେ ୪ ଲକ୍ଷରୁ ୬ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଛି । 

ନିର୍ମାଣ ଶ୍ରମିକ କଲ୍ୟାଣ ଯୋଜନା ଅଧିନରେ ପାଖାପାଖି ୪୭ ଲକ୍ଷ ନିର୍ମାଣ ଶ୍ରମିକଙ୍କୁ ପଞ୍ଜୀକୃତ କରାଯାଇ ବିଭିନ୍ନ ସହାୟତା ବାବଦରେ ୩,୯୫୧ କୋଟି ଟଙ୍କାର ସହାୟତା ରାଶି ଦିଆଯାଇ ସାରିଲାଣି । ଆମ ସରକାର କ୍ଷମତାକୁ ଆସିବା ପରେ ୪ ଲକ୍ଷରୁ ଅଧିକ ନିର୍ମାଣ ଶ୍ରମିକଙ୍କୁ ପଞ୍ଜୀକୃତ କରିବା ସହ ୩୭୦ କୋଟି ଟଙ୍କାର ସହାୟତା ରାଶି ପ୍ରଦାନ କରାଯାଇଛି । ଶ୍ରମିକ ଦିବସରେ ସାରା ରାଜ୍ୟରେ ୩ ହଜାର ନିର୍ମାଣ ଶ୍ରମିକଙ୍କୁ ପରିଚୟପତ୍ର ପ୍ରଦାନ ବିଭିନ୍ନ ସହାୟତା ବାବଦରେ ୪୦ କୋଟି ଟଙ୍କାରୁ ଉର୍ଦ୍ଧ୍ୱ ସହାୟତା ରାଶି ପ୍ରଦାନ କରାଯାଇଛି । ପ୍ରବାସୀ ଶ୍ରମିକମାନଙ୍କୁ ଚିହ୍ନଟ କରି ମୁଖ୍ୟ ସ୍ରୋତରେ ସାମିଲ କରିବାକୁ ଉପ-ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଏକ ଟାସ୍କଫୋର୍ସ ଗଠନ କରାଯାଇଛି । ଶ୍ରମ ବିଭାଗର "ପରିଶ୍ରମ ପୋର୍ଟାଲ'ରେ ଶ୍ରମ ଆଇନ୍‌ ଅନ୍ତର୍ଗତ ପଞ୍ଜୀକରଣ ଏବଂ ଲାଇସେନ୍‌ସ ଆଦି ଅନଲାଇନ ସେବା ପ୍ରଦାନ କରାଯାଉଛି । କାର୍ଯ୍ୟକ୍ରମରେ ଶ୍ରମ ଓ କର୍ମଚାରୀ ରାଜ୍ୟବୀମା ମନ୍ତ୍ରୀ ଗଣେଶ ରାମସିଂ ଖୁଣ୍ଟିଆ, ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣଚନ୍ଦ୍ର ମହାପାତ୍ର, ସାଂସଦ ଅପରାଜିତା ଷଡ଼ଙ୍ଗୀ, ବିଧାୟକ ବାବୁ ସିଂ, ମେୟର ସୁଲୋଚନା ଦାସ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଯୋଗ ଦେଇଥିଲେ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.