ପ୍ରମୂଖ ଖବର
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

ସରିଲା କାର୍ତ୍ତିକ ମାସ: ଶ୍ରଦ୍ଧାଳୁଙ୍କ ପାଇଁ ଖୋଲିଲା ଶ୍ରୀମନ୍ଦିର ଚାରି ଦ୍ୱାର, ତିନି ଦ୍ୱାର ଦେଇ ହେବ ପ୍ରସ୍ଥାନ

Published By : Prameya | November 16, 2024 7:53 AM

ପୁରୀ,୧୬/୧୧: ସରିଲା ଧର୍ମମାସ କାର୍ତ୍ତିକ। ଶ୍ରୀମନ୍ଦିରରୁ ହଟିଲା ପ୍ରବେଶ କଟକଣା। ଶନିବାରଠାରୁ ପୁଣି ଶ୍ରୀମନ୍ଦିରକୁ ୪ ଦ୍ୱାରରେ ଶ୍ରଦ୍ଧାଳୁଙ୍କ ପାଇଁ ଖୋଲା ଯାଇଛି। । ସିଂହଦ୍ୱାର ବ୍ୟତୀତ ଅନ୍ୟ ୩ ଦ୍ୱାରରେ ପ୍ରସ୍ଥାନ କରିପାରିବେ। ସେବାୟତ ତଥା ତାଙ୍କ ପରିବାରବର୍ଗ  ସମସ୍ତ ଦ୍ୱାର ଦେଇ ପ୍ରବେଶ ଓ ପ୍ରସ୍ଥାନ କରିପାରିବେ । ଏନେଇ ଶୁକ୍ରବାର  ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଜାରି ହୋଇଛି । 

ଶୁକ୍ରାବର ନୂଆ ଦର୍ଶନ ବ୍ୟବସ୍ଥା ନେଇ  ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଅଧ୍ୟକ୍ଷତାରେ ଜରୁରି ବୈଠକ କରାଯାଇ ଏହି ନିଷ୍ପତ୍ତି  ହୋଇଛି । କାର୍ତ୍ତିକ ମାସରେ ଭିଡ଼ ନିୟନ୍ତ୍ରଣ ପାଇଁ ଶ୍ରଦ୍ଧାଳୁଙ୍କ ନିମନ୍ତେ କେବଳ  ସିଂହଦ୍ୱାର ଦେଇ ପ୍ରବେଶ ଓ ଅନ୍ୟ ୩ ଦ୍ୱାର ଦେଇ ପ୍ରସ୍ଥାନ ବ୍ୟବସ୍ଥା ହୋଇଥିଲା ।  ଅନ୍ୟପଟେ ଶ୍ରୀମନ୍ଦିର ନାଟମଣ୍ଡପରେ ଶ୍ରଦ୍ଧାଳୁଙ୍କ ପାଇଁ ଦର୍ଶନ ଶୃଙ୍ଖଳା  ଆଣିବା ନିମନ୍ତେ ପ୍ରାଶାସନିକ ନୂଆ ବ୍ୟବସ୍ଥା ସରକାରଙ୍କ ନିକଟରେ ବିଚାରାଧୀନ  ଥିବାରୁ ଏହା ଲାଗୁ ହେବନାହିଁ । ସରକାରଙ୍କ ସବୁଜ ସଙ୍କେତ ମିଳିବା ପରେ  ତଥା ଶ୍ରୀମନ୍ଦିର ପରିଚାଳନା କମିଟିଙ୍କ ପରାମର୍ଶ ଓ ଅନୁମୋଦନ ପରେ ଏହା  କାର୍ଯ୍ୟକାରୀ କରାଯିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। 


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.