ପ୍ରମୂଖ ଖବର
  • ଭୁବନେଶ୍ୱର : ଏମ୍ସରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ; ଏମ୍ସର ନିର୍ଦ୍ଦେଶକଙ୍କ ସହ କରିଲେ ଆଲୋଚନା
  • ||
  • FM କଲେଜରେ ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ ଘଟଣା; ପୀଡ଼ିତାଙ୍କ ପରିବାରକୁ ଭେଟିବେ ମୁଖ୍ୟମନ୍ତ୍ରୀ
  • ||
  • ରାଜ୍ୟସଭାକୁ ୪ ମନୋନୀତ, ମନୋନୀତ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
  • ||
  • ବାଲେଶ୍ବର: ଟ୍ରକ୍‌ ଧକ୍କାରେ ଓଲଟି ପଡ଼ିଲା ବସ୍‌, ୨୦ରୁ ଉର୍ଦ୍ଧ୍ୱ ଗୁରୁତର
  • ||
  • ଏନ୍‌ସିଇଆର୍‌ଟି ବିଏଡ୍‌ ପ୍ରବେଶିକା ପରୀକ୍ଷା, ଆଜି ରାଜ୍ୟର ୪୪ କେନ୍ଦ୍ରରେ ୨୨ ହଜାର ଛାତ୍ରଛାତ୍ରୀ ଦେବେ ପରୀକ୍ଷା
  • ||
  • ସୋମବାର ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି: ଆଜି ପୁଲିସର କାର୍‌କେଡ୍‌ ରିହର୍ସାଲ, ଜଗିବେ ୫୦ ପ୍ଲାଟୁନ୍‌ ଫୋର୍ସ
  • ||
  • ଗାଜା ଉପରେ ଇସ୍ରାଏଲର ଭୟଙ୍କର ହମଲା, ୧୧୦ ପାଲେଷ୍ଟାନୀୟ ମୃତ
  • ||
  • ୧୬ରେ ବଙ୍ଗୋପସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ ସମ୍ଭାବନା, ଆଜି ବର୍ଷା ନେଇ ଅଧା ଓଡ଼ିଶାକୁ ୟେଲୋ ଓ୍ବାର୍ଣ୍ଣିଂ
  • ||

ସତର୍କତାମୂଳକ ପଦକ୍ଷେପ ନେଲା ଶ୍ରୀମନ୍ଦିର ପ୍ରଶାସନ, ବାତ୍ୟା ପାଇଁ ଅଧିକାରୀ ଏବଂ କର୍ମଚାରୀଙ୍କୁ ସଜାଗ ରହିବାକୁ ତାଗିଦ୍‌

Published By : Harapriya Sethi | October 24, 2024 7:15 AM

ପୁରୀ,୨୪/୧୦: ବାତ୍ୟା 'ଦାନା'କୁ ନଜରରେ ରଖି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଆବଶ୍ୟକ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି । ମୁଖ୍ୟ ପ୍ରଶାସକ ସମସ୍ତ ବ୍ୟବସ୍ଥାର ଟିକିନିଖି ଭାବେ ତଦାରଖ କରିବା ସହ ପ୍ରଶାସକ ତଥା ଅନ୍ୟ ଅଧିକାରୀ କର୍ମଚାରୀ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି । ମହାପ୍ରଭୁଙ୍କ ନୀତିକାନ୍ତି ଯେପରି ପ୍ରଭାବିତ ନହେବ ସେ ଦିଗରେ, ଆବଶ୍ୟକ ବାତ୍ୟା ସମ୍ପର୍କିତ ସତର୍କତା ରକ୍ଷା କରି ପଦକ୍ଷେପ ନେବାକୁ ସମସ୍ତ ସେବକ ତଥା କର୍ମଚାରୀଙ୍କୁ ମଧ୍ୟ ମୁଖ୍ୟ ପ୍ରଶାସକ ଅନୁରୋଧ କରିବା ସହିତ ତାଗିଦ୍ ମଧ୍ୟ କରିଛନ୍ତି ।

ବାତ୍ୟା ପାଇଁ ଗ୍ରହଣ କରାଯାଇଥିବା ପଦକ୍ଷେପ- 

୧. ଆନନ୍ଦ ବଜାରରେ ଅସ୍ଥାୟୀ ଟିଣ ତଥା ପାଲ ଛାତ ବାହାର କରି ଦିଆଯାଇଛି । 

୨. ବର୍ଷା ପାଣିରୁ ରକ୍ଷା ପାଇଁ ଅସ୍ଥାୟୀ ଘର ପାଇଁ ବ୍ୟବସ୍ଥା ଗ୍ରହଣ କରାଯାଇଛି । 

୩. ସିଂହଦ୍ୱାର ସମ୍ମୁଖ ଏଲଇଡି ସ୍କ୍ରିନ୍‌କୁ ଅପସାରଣ କରାଯାଇ ଥିବା ବେଳେ ସୂଚନା କେନ୍ଦ୍ର କାଚ ସ୍ଥାନରେ ପ୍ଲାଏ ଲଗାଯାଇଛି । 

୪. କୋଇଲି ବୈକୁଣ୍ଠ ପରିସର ସ୍ଥିତ ଗୃହଗୁଡିକର ଟିଣ ସିଟ୍ ଛାତ ଉପରେ ବାଲି ବସ୍ତା ଦିଆଯାଇଛି । 

୫. ସାତପାହାଚ ନିକଟରେ ଭକ୍ତମାନଙ୍କ ସୁବିଧା ପାଇଁ ଥିବା ଧାଡ଼ି ବ୍ୟବସ୍ଥା ବ୍ୟାରିକେଡ୍ ଉପର ଛାତ କଢ଼ାଯାଇଥିବା ବେଳେ ଉପବନରୁ ସୌନ୍ଦର୍ଯ୍ୟକରଣ ଲାଇଟ୍ ବାହାର କରାଯାଇଛି । 

୬. ସିଂହଦ୍ଵାର ସମ୍ମୁଖ ଧାଡ଼ି ବ୍ୟବସ୍ଥା ଉପର ପାଲ କଢ଼ାଯାଇଥିବା ବେଳେ ସମସ୍ତ ହାଲୁକା ବ୍ୟାରିକେଡକୁ ଗୋଟିଏ ଯାଗାରେ ଜମା କରି ରଶି ଦ୍ଵାରା ବନ୍ଧା ଯାଇଛି । 

୭. ସମସ୍ତ ଜେନେରେଟର ସେଟରେ ଡିଜେଲ ଭର୍ତ୍ତି କରାଯିବା ସହ ଗୋଟିଏ ଜେସିବି ରିଜର୍ଭ ରଖାଯାଇଛି । 

୮. ସେହିପରି ସିସିଟିଭି ବ୍ୟବସ୍ଥା ଯେପରି ପ୍ରଭାବିତ ନ ହେବ ସେଥିପାଇଁ ପଦକ୍ଷେପ ନେବାକୁ କୁହାଯାଇଛି ।

ଏସବୁ ବ୍ୟବସ୍ଥା ସହ ଆବଶ୍ୟକ ସ୍ଥଳେ ଏଏସଆଇ ଏବଂ ଓବିସିସି ସହ ପରାମର୍ଶ କରି ପଦକ୍ଷେପ ନେବାକୁ ମୁଖ୍ୟ ପ୍ରଶାସକ ନିର୍ଦ୍ଦେଶ ଦେଇଛନ୍ତି । ସେହିପରି ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକ ମଧ୍ୟ ସମସ୍ତ ବ୍ୟବସ୍ଥାର ତତ୍ତ୍ଵାବଧାନ କରିବାକୁ ମୁଖ୍ୟ ପ୍ରଶାସକ କହିଛନ୍ତି । 


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.